ଗାଁକୁ ନାହିଁ ରାସ୍ତା: ଖଟିଆରେ ବୁହା ହେଲେ ଗର୍ଭବତୀ

Spread the love

ଗୁଡ଼ାରୀ : ଜେଏମଜେ ନ୍ୟୁଜ : ପୁଣି ଜନନୀ ଯନ୍ତ୍ରଣା । ଗାଁକୁ ରାସ୍ତା ନଥିବାରୁ ଖଟିଆରେ ବୁହାହେଲେ ଗର୍ଭବତୀ । ରାୟଗଡ଼ା ଜିଲ୍ଲା ଗୁଡ଼ାରୀ ବ୍ଲକ ଶିରିଗୁଡ଼ା ପଞ୍ଚାୟତର ସାଡକଣା ଗ୍ରାମରେ ଏଭଳି ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ ଗର୍ଭବତୀ ମହିଳାଙ୍କୁ ପ୍ରାୟ ସାଢେ ୩ କିମି ଖଟିଆରେ ବୋହି ଆଣିବା ପରେ ତାଙ୍କୁ ଆମ୍ବୁଲାନ୍ସ ନିକଟରେ ପହଞ୍ଚାଯାଇଥିଲା ।ସେଠାରୁ ନିକଟସ୍ଥ ମେଡିକାଲକୁ ନିଆଯାଇଥିଲା ।

ସୂଚନାନୁଯାୟୀ, ସାଡକଣା ଗାଁର ଜଣେ ମହିଳାଙ୍କ ପ୍ରସବ ବେଦନା ହେବାରୁ, ପରିବାର ଲୋକେ ଆମ୍ଵୁଲାନ୍ସ ଡାକିଥିଲେ । ଗାଁକୁ ରାସ୍ତା ନଥିବାରୁ ଆମ୍ବୁଲାନ୍ସ ପହଞ୍ଚି ପାରିନଥିଲା । ଫଳରେ ପରିବାର ଲୋକ ଓ ଗ୍ରାମବାସୀ ତାଙ୍କୁ ଖଟିଆରେ ବୋହି କାଦୁଅ ଭରା ରାସ୍ତାରେ ପ୍ରାୟ ସାଢେ ୩ କିଲୋମିଟର ଦୂର ବଡ଼ପଙ୍କାଳ ପର୍ଯ୍ୟନ୍ତ ଆଣିଥିଲେ । ସେଠାରୁ ତାଙ୍କୁ ଆମ୍ବୁଲାନ୍ସ ଯୋଗେ ଗୁଡାରି ଗୋଷ୍ଠି ସ୍ବାସ୍ଥ୍ୟକେନ୍ଦ୍ରକୁ ଅଣାଯାଇଛି । ସେଠାରେ ସେ ଏକ ପୁତ୍ର ସନ୍ତାନ ଜନ୍ମ ଦେଇଛନ୍ତି । ମା ଓ ଶିଶୁ ଉଭୟ ସୁସ୍ଥ ଅଛନ୍ତି ।ଗାଁକୁ ରାସ୍ତା ନଥିବା ଯୋଗୁଁ ଗ୍ରାମବାସୀମାନେ ଏହିଭଳି ଭାବେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ବିଶେଷ କରି ବର୍ଷା ଦିନେ ମାଟି ରାସ୍ତା କାଦୁଅ ପଚପଚ ହୋଇଯାଉଛି । ବାରମ୍ବାର ଦାବି ସତ୍ତ୍ଵେ ପ୍ରଶାସନ ଏଥିପ୍ରତି କର୍ଣ୍ଣପାତ କରୁନାହିଁ । ଏଥିପ୍ରତି ଦୃଷ୍ଟି ଦେଇ ଗାଁକୁ ରାସ୍ତାଟିଏ ନିର୍ମାଣ କରିବାକୁ ଗ୍ରାମବାସୀ ଦାବି କରିଛନ୍ତି ।

  • jmjnewso

    Related Posts

    ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ପ୍ରସ୍ତୁତି

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ରାଜ୍ୟରେ ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ଭୋଟର ତାଲିକା ପ୍ରସ୍ତୁତି ପ୍ରକ୍ରିୟା ଜୋରଦାର ହୋଇଛି। ଏହି ନିର୍ବାଚନ ପ୍ରକ୍ରିୟାକୁ ସ୍ୱଚ୍ଛ ଓ ସୁରୁଖୁରୁରେ ସମ୍ପାଦନ କରିବା ଲକ୍ଷ୍ୟରେ ନୂତନ…

    ଭତ୍ତା ପାଇଁ ରାସ୍ତାରେ ବୃଦ୍ଧବୃଦ୍ଧା, ବର୍ଷାରେ ଭିଜିଲେ, ବାହୁନି କାନ୍ଦିଲେ

    Spread the love

    Spread the loveଜେଏମଜେ ବ୍ୟୁରୋ : ଭତ୍ତା ପାଇଁ ରାସ୍ତାରେ ବୃଦ୍ଧବୃଦ୍ଧା। ବର୍ଷାରେ ଭିଜିଲେ, ଲୁହ ନିଗାଡ଼ିଲେ। ବିଶ୍ରାମ କରିବା ସମୟରେ ବିକ୍ଷୋଭ କରୁଛନ୍ତି। ଢୁ ଢୁ ବର୍ଷାରେ ଭତ୍ତା କେଇ ଟଙ୍କା ପାଇଁ ଭିଜୁଛନ୍ତି ଶହ ଶହ ବୟସ୍କ। ବୟସର…

    Leave a Reply

    Your email address will not be published. Required fields are marked *

    You Missed

    ମାଲକାନଗିରିରେ ଲଗାଣ ବର୍ଷା, ବୁଡ଼ିଲା ପୋଟେରୁ ଓ କାଙ୍ଗୁରକୋଣ୍ଡା ପୋଲ

    • By jmjnewso
    • September 12, 2026
    • 38 views
    ମାଲକାନଗିରିରେ ଲଗାଣ ବର୍ଷା, ବୁଡ଼ିଲା ପୋଟେରୁ ଓ କାଙ୍ଗୁରକୋଣ୍ଡା ପୋଲ

    ଭିଜିଲାନ୍ସ ଜାଲରେ ରାଉରକେଲାର ଅବକାରୀ ଅଧୀକ୍ଷକ

    • By jmjnewso
    • September 12, 2026
    • 31 views
    ଭିଜିଲାନ୍ସ ଜାଲରେ ରାଉରକେଲାର ଅବକାରୀ ଅଧୀକ୍ଷକ

    ଶାନ୍ତିଶୃଙ୍ଖଳାରେ ଗଣେଶ ପୂଜା ପାଇଁ ବୁଗୁଡ଼ା ଥାନାରେ ବୈଠକ

    • By jmjnewso
    • September 12, 2026
    • 30 views
    ଶାନ୍ତିଶୃଙ୍ଖଳାରେ ଗଣେଶ ପୂଜା ପାଇଁ ବୁଗୁଡ଼ା ଥାନାରେ ବୈଠକ

    ଇସ୍ରୋର ଭୟଙ୍କର ଚେତାବନୀ, ଓଡ଼ିଶାକୁ ମାଡ଼ିଆସୁଛି ୩ଟି ସୁପର ସାଇକ୍ଲୋନ

    • By jmjnewso
    • September 12, 2026
    • 50 views
    ଇସ୍ରୋର ଭୟଙ୍କର ଚେତାବନୀ, ଓଡ଼ିଶାକୁ ମାଡ଼ିଆସୁଛି ୩ଟି ସୁପର ସାଇକ୍ଲୋନ

    ରାଜ୍ୟସଭାରୁ ଇସ୍ତଫା ଦେଲେ ବିଜେପି ସାଂସଦ ଦିନେଶ ଶର୍ମା

    • By jmjnewso
    • September 12, 2026
    • 31 views
    ରାଜ୍ୟସଭାରୁ ଇସ୍ତଫା ଦେଲେ ବିଜେପି ସାଂସଦ ଦିନେଶ ଶର୍ମା

    ତିନି ଜିଲ୍ଲାର ଆଇନଶୃଙ୍ଖଳା ସମୀକ୍ଷା କଲେ ପୋଲିସ ଡିଜି

    • By jmjnewso
    • September 12, 2026
    • 22 views
    ତିନି ଜିଲ୍ଲାର ଆଇନଶୃଙ୍ଖଳା ସମୀକ୍ଷା କଲେ ପୋଲିସ ଡିଜି