ରାଜ୍ୟସଭାରୁ ଇସ୍ତଫା ଦେଲେ ବିଜେପି ସାଂସଦ ଦିନେଶ ଶର୍ମା

Spread the love

ଜେଏମଜେ ବ୍ୟୁରୋ : ବିଜେପିର ରାଜ୍ୟସଭା ସାଂସଦ ତଥା ଉତ୍ତରପ୍ରଦେଶର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଡା. ଦିନେଶ ଶର୍ମା ରାଜ୍ୟସଭା ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି। ରାଜ୍ୟସଭାର ଚେୟାରମ୍ୟାନ୍ ସି.ପି. ରାଧାକୃଷ୍ଣନ ତାଙ୍କ ଇସ୍ତଫାକୁ ଗ୍ରହଣ କରିବା ସହ ତାଙ୍କ ଆସନକୁ ଖାଲି ଘୋଷଣା କରିଛନ୍ତି। ନିକଟରେ ଦିନେଶ ଶର୍ମାଙ୍କୁ ଆଣ୍ଡାମାନ ଓ ନିକୋବର ଦ୍ୱୀପପୁଞ୍ଜର ଉପରାଜ୍ୟପାଳ ଭାବେ ନିଯୁକ୍ତ କରାଯାଇଥିଲା।
ଇସ୍ତଫା ଦେବା ପୂର୍ବରୁ ଦିନେଶ ଶର୍ମା ବୁଧବାର ଅର୍ଥ ସମ୍ବନ୍ଧୀୟ ସଂସଦୀୟ ସ୍ଥାୟୀ କମିଟିର ଶେଷ ବୈଠକରେ ଯୋଗ ଦେଇଥିଲେ। କମିଟି ଅଧ୍ୟକ୍ଷ ଭର୍ତ୍ତୃହରି ମହତାବ ଓ ଅନ୍ୟ ସଦସ୍ୟମାନେ ତାଙ୍କୁ ନୂଆ ଦାୟିତ୍ୱ ପାଇଁ ଶୁଭେଚ୍ଛା ଜଣାଇଥିଲେ।
କମିଟିର ଅନ୍ୟ କିଛି ସାଂସଦ ମଧ୍ୟ ଦିନେଶ ଶର୍ମାଙ୍କୁ ଆଣ୍ଡାମାନ ଓ ନିକୋବରର ଉପରାଜ୍ୟପାଳ ଭାବେ ନିଯୁକ୍ତି ପାଇଁ ଅଭିନନ୍ଦନ ଜଣାଇଥିଲେ।

ଆଣ୍ଡାମାନ-ନିକୋବରର ଉପରାଜ୍ୟପାଳ ହେବେ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସେପ୍ଟେମ୍ବର ୫ ତାରିଖରେ ଦିନେଶ ଶର୍ମାଙ୍କୁ ଆଣ୍ଡାମାନ ଓ ନିକୋବର ଦ୍ୱୀପପୁଞ୍ଜର ନୂଆ ଉପରାଜ୍ୟପାଳ ଭାବେ ନିଯୁକ୍ତ କରିଥିଲେ।

ସେ ଅବସରପ୍ରାପ୍ତ ଆଡମିରାଲ ଡି.କେ. ଯୋଶୀଙ୍କ ସ୍ଥାନ ନେବେ। ଡି.କେ. ଯୋଶୀ ୮ ଅକ୍ଟୋବର ୨୦୧୭ରେ ଆଣ୍ଡାମାନ ଓ ନିକୋବରର ଉପରାଜ୍ୟପାଳ ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ।

୬୨ ବର୍ଷୀୟ ଦିନେଶ ଶର୍ମା ପୂର୍ବରୁ ଉତ୍ତରପ୍ରଦେଶର ଉପମୁଖ୍ୟମନ୍ତ୍ରୀ ଭାବେ ମଧ୍ୟ ଦାୟିତ୍ୱ ତୁଲାଇଛନ୍ତି। ତାଙ୍କ ରାଜ୍ୟସଭା କାର୍ଯ୍ୟକାଳ ନଭେମ୍ବର ୨୫ରେ ଶେଷ ହେବାର ଥିଲା।

  • jmjnewso

    Related Posts

    MMDR ଆକ୍ଟକୁ ଜୋରଦାର ବିରୋଧ, ଇଣ୍ଡିଆ ବ୍ଲକର ବିଶାଳ ସମାବେଶ, ଆସନ୍ତାକାଲି ବିକ୍ଷୋଭ କରିବ ବିଜେଡି

    Spread the love

    Spread the loveଭୁବନେଶ୍ଵର, ୮/୯ : ଜେଏମଜେ ନ୍ୟୁଜ : ଏମଏମଡିଆର ବିଲ ବିରୋଧ କରି ଭୁବନେଶ୍ୱର ଲୋୟର ପିଏମଜିରେ ଇଣ୍ଡିଆ ବ୍ଲକ ପକ୍ଷରୁ ବିଶାଳ ସମାବେଶ ଅନୁଷ୍ଠିତ ହୋଇଛି । ଆସନ୍ତା ୨୯ ତାରିଖରେ ବିଧାନସଭା ଘେରାଉ କରିବାକୁ ଇଣ୍ଡିଆ…

    ନିର୍ବାଚନ କମିଶନଙ୍କ ବଡ଼ ଘୋଷଣା: ୬ ଆସନରେ ହେବ ଉପନିର୍ବାଚନ

    Spread the love

    Spread the loveଜେଏମଜେ ବ୍ୟୁରୋ : ଦେଶର ୬ଟି ଆସନରେ ଉପନିର୍ବାଚନନ ପାଇଁ ତାରିଖ ଘୋଷଣା କରିଛନ୍ତି ନିର୍ବାଚନ କମିଶନ। ୪ଟି ରାଜ୍ୟ ଏବଂ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳର ୫ଟି ବିଧାନସଭା ଆସନ ଓ ଗୋଟିଏ ଲୋକ ସଭା ଆସନରେ ଉପନିର୍ବାଚନ…

    Leave a Reply

    Your email address will not be published. Required fields are marked *

    You Missed

    ମାଲକାନଗିରିରେ ଲଗାଣ ବର୍ଷା, ବୁଡ଼ିଲା ପୋଟେରୁ ଓ କାଙ୍ଗୁରକୋଣ୍ଡା ପୋଲ

    • By jmjnewso
    • September 12, 2026
    • 37 views
    ମାଲକାନଗିରିରେ ଲଗାଣ ବର୍ଷା, ବୁଡ଼ିଲା ପୋଟେରୁ ଓ କାଙ୍ଗୁରକୋଣ୍ଡା ପୋଲ

    ଭିଜିଲାନ୍ସ ଜାଲରେ ରାଉରକେଲାର ଅବକାରୀ ଅଧୀକ୍ଷକ

    • By jmjnewso
    • September 12, 2026
    • 30 views
    ଭିଜିଲାନ୍ସ ଜାଲରେ ରାଉରକେଲାର ଅବକାରୀ ଅଧୀକ୍ଷକ

    ଶାନ୍ତିଶୃଙ୍ଖଳାରେ ଗଣେଶ ପୂଜା ପାଇଁ ବୁଗୁଡ଼ା ଥାନାରେ ବୈଠକ

    • By jmjnewso
    • September 12, 2026
    • 29 views
    ଶାନ୍ତିଶୃଙ୍ଖଳାରେ ଗଣେଶ ପୂଜା ପାଇଁ ବୁଗୁଡ଼ା ଥାନାରେ ବୈଠକ

    ଇସ୍ରୋର ଭୟଙ୍କର ଚେତାବନୀ, ଓଡ଼ିଶାକୁ ମାଡ଼ିଆସୁଛି ୩ଟି ସୁପର ସାଇକ୍ଲୋନ

    • By jmjnewso
    • September 12, 2026
    • 50 views
    ଇସ୍ରୋର ଭୟଙ୍କର ଚେତାବନୀ, ଓଡ଼ିଶାକୁ ମାଡ଼ିଆସୁଛି ୩ଟି ସୁପର ସାଇକ୍ଲୋନ

    ରାଜ୍ୟସଭାରୁ ଇସ୍ତଫା ଦେଲେ ବିଜେପି ସାଂସଦ ଦିନେଶ ଶର୍ମା

    • By jmjnewso
    • September 12, 2026
    • 31 views
    ରାଜ୍ୟସଭାରୁ ଇସ୍ତଫା ଦେଲେ ବିଜେପି ସାଂସଦ ଦିନେଶ ଶର୍ମା

    ତିନି ଜିଲ୍ଲାର ଆଇନଶୃଙ୍ଖଳା ସମୀକ୍ଷା କଲେ ପୋଲିସ ଡିଜି

    • By jmjnewso
    • September 12, 2026
    • 22 views
    ତିନି ଜିଲ୍ଲାର ଆଇନଶୃଙ୍ଖଳା ସମୀକ୍ଷା କଲେ ପୋଲିସ ଡିଜି