ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ

Spread the love

ଭୁବନେଶ୍ୱର : ଜେଏମଜେ ନ୍ୟୁଜ : ରାଜ୍ୟର ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କୁ କୃଷି ଓ ଆନୁଷଙ୍ଗିକ କ୍ଷେତ୍ରରେ ବ୍ୟାବହାରିକ ଏବଂ କ୍ଷେତ୍ର-ଭିତ୍ତିକ ଧନ୍ଦାମୂଳକ ଶିକ୍ଷା ପ୍ରଦାନ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯାଇଛି। ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ (ଓସେପା) ଏବଂ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ (ଓୟୁଏଟି) ମଧ୍ୟରେ ଏକ ଆନୁଷ୍ଠାନିକ ବୁଝାମଣାପତ୍ର (ଏମଓୟୁ) ସ୍ୱାକ୍ଷରିତ ହୋଇଛି।ଏହି ଯୋଜନା ଅଧୀନରେ ରାଜ୍ୟର ୨୦ଟି ଜିଲ୍ଲାର ୨୬ଟି ପିଏମ୍‌ଶ୍ରୀ ଓ ସରକାରୀ ଉଚ୍ଚ ବିଦ୍ୟାଳୟରେ ‘ଡୁଆଲ୍ ମୋଡ୍ ଭୋକେସନାଲ୍ ଏଜୁକେସନ୍’ କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଛି।

ଓୟୁଏଟି ସମ୍ମିଳନୀ କକ୍ଷରେ ଆୟୋଜିତ ଏହି ଉଦ୍‌ଘାଟନୀ ସମାରୋହରେ ଓସେପାର ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ସଙ୍ଗୀତା ବେହେରା ଏବଂ ଓୟୁଏଟି ଏକ୍ସଟେନସନ ଶିକ୍ଷା ବିଭାଗର ଡିନ୍ ପ୍ରଫେସର ସୁଶାନ୍ତ କୁମାର ସ୍ୱାଇଁ ପ୍ରମୁଖ ଉପସ୍ଥିତ ଥିଲେ। ଏହି କାର୍ଯ୍ୟକ୍ରମରେ ବିଭିନ୍ନ ସ୍କୁଲର ପ୍ରଧାନଶିକ୍ଷକ, କୃଷି ବିଜ୍ଞାନ କେନ୍ଦ୍ର ର ବୈଜ୍ଞାନିକ ଓ ଜିଲ୍ଲା ଶିକ୍ଷା ଅଧିକାରୀମାନେ ଭର୍ଚ୍ଚୁଆଲି ଅଂଶଗ୍ରହଣ କରିଥିଲେ।

ସମାବେଶକୁ ସମ୍ବୋଧିତ କରି ଓସେପା ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ କହିଥିଲେ ଯେ, ସାଧାରଣ ଶ୍ରେଣୀଗୃହ ଶିକ୍ଷା ବାହାରେ ଛାତ୍ରଛାତ୍ରୀଙ୍କୁ ଦକ୍ଷ ଓ କର୍ମକୁଶଳ କରିବା ପାଇଁ ଏହି ସହଭାଗିତା ଏକ ନୂତନ ସୁଯୋଗ ସୃଷ୍ଟି କରିବ। ଏଥିସହିତ ପ୍ରଫେସର ସ୍ୱାଇଁ ଏହି ପଦକ୍ଷେପକୁ ସ୍ୱାଗତ କରିବା ସହ କୃଷି ବିଜ୍ଞାନ କେନ୍ଦ୍ରଗୁଡ଼ିକ ମାଧ୍ୟମରେ ସମ୍ପୂର୍ଣ୍ଣ ସହଯୋଗ ଯୋଗାଇଦେବାକୁ ଆଶ୍ୱାସନା ଦେଇଛନ୍ତି।

  • jmjnewso

    Related Posts

    ରାଜ୍ୟର ସମସ୍ତ ବିଦ୍ୟାଳୟରେ ଗୁରୁ ଦିବସ ଏଵଂ ଶିଶୁ ଦିବସରେ ହେବ ପାଠପଢା

    Spread the love

    Spread the loveଜେଏମଜେ ନ୍ୟୁଜ : ରାଜ୍ୟର ସମସ୍ତ ବିଦ୍ୟାଳୟରେ ଏଣିକି ଗୁରୁ ଦିବସ ଏବଂ ଶିଶୁ ଦିବସ ଅବସରରେ ପାଠପଢ଼ା ବନ୍ଦ ରହିବ ନାହିଁ। ଏହି ବିଶେଷ ଦିନଗୁଡ଼ିକରେ ସ୍କୁଲରେ ଉତ୍ସବ ପାଳନ ହେବା ସହିତ ନିୟମିତ ଭାବେ ଶିକ୍ଷାଦାନ…

    ନେତ୍ରୋତ୍ସବ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ ପାଳିତ

    Spread the love

    Spread the loveପୁରୁଷୋତ୍ତମପୁର :ଜେଏମଜେ ନ୍ୟୁଜ : ବିଶ୍ବର ପ୍ରାଚୀନତମ ଭାଷା ସଂସ୍କୃତ ଭାଷା। ବେଦଠାରୂ ଆରମ୍ଭ କରି ପୁରାଣ ଓ ଉପନିଷଦ ଆଦି ସଂସ୍କୃତ ଭାଷାରେ ରଚିତ। ଯୁଗେ ଯୁଗେ ସଂସ୍କୃତ ଭାଷାର ମହତ୍ତ୍ଵ ରହିଆସିଛି।ପାଠ୍ୟ ବିଷୟ ବସ୍ତୁ ଭାବେ…

    Leave a Reply

    Your email address will not be published. Required fields are marked *

    You Missed

    ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ

    • By jmjnewso
    • September 14, 2026
    • 3 views
    ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ

    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    • By jmjnewso
    • September 13, 2026
    • 37 views
    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    • By jmjnewso
    • September 13, 2026
    • 47 views
    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    • By jmjnewso
    • September 13, 2026
    • 30 views
    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    • By jmjnewso
    • September 13, 2026
    • 73 views
    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ

    • By jmjnewso
    • September 13, 2026
    • 43 views
    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ