କବିସୂର୍ଯ୍ୟନଗର ବ୍ୟୁରୋ :
ବିଜେପି ନେଲା ବଡ଼ କାର୍ଯ୍ୟାନୁଷ୍ଠାନ । ମହଙ୍ଗା ପଡ଼ିଲା ଦଳ ବିରୋଧୀ କାର୍ଯ୍ୟ । ଏକ ଘଟଣା କ୍ରମେ ବିଜେପି ଭୁବନେଶ୍ବର ମେୟର ପ୍ରାର୍ଥୀ ସୁନୀତି ମୁଣ୍ଡଙ୍କୁ ଦଳରୁ ନିଲମ୍ବନ କରାଯାଇଛି। ସୁନୀତି ଗତ ମେୟର ନିର୍ବାଚନରେ ବିଜେଡି ପ୍ରାର୍ଥୀ ସୁଲୋଚନା ଦାସଙ୍କୁ ଟକ୍କର ଦେଇଥିଲେ। ତାଙ୍କୁ ସେତେବେଳେ ସାଂସଦ ଅପରାଜିତା ଷଡଙ୍ଗୀ ପ୍ରାର୍ଥୀ କରିଥିଲେ। ତେବେ ଦଳ ବିରୋଧୀ କାର୍ଯ୍ୟ ପାଇଁ ସଭାପତି ମନମୋହନ ସାମଲ ତାଙ୍କୁ ନିଲମ୍ବନ କରିଛନ୍ତି।
ସେହିପରି ସଭାପତି ମନମୋହନ ସାମଲଙ୍କ ନିର୍ଦ୍ଦେଶକ୍ରମେ ଦଳବିରୋଧୀ କାର୍ଯ୍ୟ ଏବଂ ଦଳୀୟ ଅନୁଶାସନ ଭଙ୍ଗ କାରଣରୁ ପୂର୍ବତନ ଖୋର୍ଦ୍ଧା ଜିଲ୍ଲା ସଭାପତି ନିକୁଞ୍ଜ ପଟ୍ଟନାୟକ, ଜିଲ୍ଲା ସଂପାଦକ ବିଦ୍ୟୁତ କାଣ୍ଡି, ଖୋର୍ଦ୍ଧା ଜିଲ୍ଲା କୃଷକ ମୋର୍ଚ୍ଚା ସଭାପତି ତାପସ ଜେନା, ଅନୁସୁଚିତ ଜାତି ମୋର୍ଚ୍ଚା ଖୋର୍ଦ୍ଧା ଜିଲ୍ଲା ସଭାପତି ଶିବ ମଲ୍ଲିକ ଏବଂ କାର୍ଯ୍ୟକର୍ତା ଧନେଶ୍ୱର ବାରିକଙ୍କୁ ଦଳରୁ ନିଲମ୍ବନ କରାଯାଇଛି।








