ଭୁବନେଶ୍ୱର : ଜେଏମଜେ ନ୍ୟୁଜ : ରାଜ୍ୟସଭା ନିର୍ବାଚନରେ କ୍ରସ ଭୋଟିଂ ମାମଲା । ଆଜି ହାଇକୋର୍ଟ ରେ ହେବ ଶୁଣାଣି । କ୍ରସ ଭୋଟିଂ କରିଥିବା ୮ ଜଣ ବିଧାୟକଙ୍କ ସଭ୍ୟପଦ ରଦ୍ଦ ପାଇଁ ବିଜେଡି ପକ୍ଷରୁ ହୋଇଥିବା ପ୍ରସ୍ତାବକୁ ବାଚସ୍ପତି ଖାରଜ କରିଥିଲେ ।

ବାଚସ୍ପତିଙ୍କ ଏକପାଖିଆ ନିଷ୍ପତିକୁ ବିରୋଧ କରି ବିଜେଡି ହାଇକୋର୍ଟର ଦ୍ବାରସ୍ଥ ହୋଇଥିଲା । ଏନେଇ ଦଳ ପକ୍ଷରୁ ଏକ ରିଟ ପିଟିସନ ଦାଖଲ କରାଯାଇଛି ।ଏହି ମାମଲାରେ ବାଚସ୍ପତିଙ୍କୁ ମଧ୍ୟ ପକ୍ଷଭୁକ୍ତ କରାଯାଇଛି । ରାଜ୍ୟସଭା ନିର୍ବାଚନ ସମୟରେ ଦଳୀୟ ନିର୍ଦ୍ଦେଶ ଉଲ୍ଲଂଘନ କରି ୮ ଜଣ ବିଧାୟକ କ୍ରସ୍ ଭୋଟିଂ କରିଥିଲେ ।







