ସୋମବାରେ ସର୍ବଦଳୀୟ ବୈଠକ, ୨୨ ତାରିଖରୁ ମୌସୁମୀ ଅଧିବେଶନ.।

Spread the love

ଭୁବନେଶ୍ୱର : ଜେଏମଜେ ନ୍ୟୁଜ : ଓଡ଼ିଶା ବିଧାନସଭାର ମୌସୁମୀ ଅଧିବେଶନ ଚଳିତମାସ ୨୨ ତାରିଖରୁ ଆରମ୍ଭ ହେବାକୁ ଯାଉଛି । ଏହାପୂର୍ବରୁ ଆସନ୍ତା ସୋମବାର ଦିନ ବିଧାନସଭା ପରିସରରେ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହେବ । ଏହି ବୈଠକରେ ଅଧ୍ୟକ୍ଷତା କରିବେ ବାଚସ୍ପତି ।ଏନେଇ ସରକାରଙ୍କ ତରଫରୁ ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ ହୋଇଛି । ସେପଟେ ଚଳିତ ମୌସୁମୀ ଅଧିବେଶନ ବେଶ୍ ସରଗରମ ହେବ ବୋଲି ଆଶା କରାଯାଉଛି ।ବିରୋଧୀଙ୍କ ପାଖରେ ମାଳ ମାଳ ପ୍ରସଙ୍ଗ ରହିଛି । ଯେଭଳି କି, ଡିଜିପି ନିଯୁକ୍ତି, ବନ୍ୟା ପରିଚାଳନା, ରାଜଧାନୀରେ କୃତ୍ରିମ ବନ୍ୟା ପ୍ରସଙ୍ଗ ନେଇ ବିରୋଧୀ ସରକାରଙ୍କୁ ଘେରିପାରନ୍ତି । ସେପଟେ ଏସବୁ ପ୍ରସଙ୍ଗରେ ବିଧାନସଭାରେ କିଭଳି ଶାସକ ଦଳ ଜବାବ ରଖିବେ ତାହା ସମୟ କହିବ । ଏସବୁ ପ୍ରସଙ୍ଗ ଭିତରେ ବଡ଼ ପ୍ରସଙ୍ଗ ରହିଛି ବାଲେଶ୍ୱର ଭୋଗରାଇରୁ ୫ ବିରଳ ପ୍ରଜାତିର ଓରାଂଉଟାନ ଜବତ । ଏହାପଛରେ ଏକ ରାକେଟ୍ ଥିବା ସନ୍ଦେହ କରାଯାଉଥିଲେ ବି ଏସଟିଏଫ୍ କିନ୍ତୁ କିଛି ସୁରାଗ ପାଇପାରୁ ନାହିଁ । ଏହାକୁ ନେଇ ବିରୋଧୀ ମଧ୍ୟ ସରକାରଙ୍କୁ ଘେରିପାରନ୍ତି ।
ବ୍ୟୁରୋ ରିପୋର୍ଟ jmj ନ୍ୟୁଜ

  • jmjnewso

    Related Posts

    ଜାରି ହେଲା ପୌର ନିର୍ବାଚନ ସଂଶୋଧିତ ସମୟସୂଚୀ

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ବିଭାଗ ପକ୍ଷରୁ ଶୁକ୍ରବାର ପୌର ନିର୍ବାଚନ ନେଇ ୱାର୍ଡ ସୀମା ନିର୍ଦ୍ଧାରଣ ପାଇଁ ସଂଶୋଧିତ ସମୟସୂଚୀ ଜାରି କରାଯାଇଛି।ଆସନ୍ତା ୨୪ ତାରିଖ ସୁଦ୍ଧା ପୌରସଂସ୍ଥା…

    ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଚାରା ରୋପଣ କଲେ ରାଜ୍ୟପାଳ

    Spread the love

    Spread the loveଭୁବନେଶ୍ୱର: ଜେଏମଜେ ନ୍ୟୁଜ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନ ଅବସରରେ ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି ଗୁରୁବାର ଲୋକ ଭବନ ପରିସରସ୍ଥିତ ଅଟଳ ବନରେ ‘ଏକ ପେଡ୍ ମା କେ ନାମ’ ଅଭିଯାନ ଅଧୀନରେ ଚାରା…

    Leave a Reply

    Your email address will not be published. Required fields are marked *

    You Missed

    ସୋମବାରେ ସର୍ବଦଳୀୟ ବୈଠକ, ୨୨ ତାରିଖରୁ ମୌସୁମୀ ଅଧିବେଶନ.।

    • By jmjnewso
    • September 18, 2026
    • 22 views
    ସୋମବାରେ ସର୍ବଦଳୀୟ ବୈଠକ, ୨୨ ତାରିଖରୁ ମୌସୁମୀ ଅଧିବେଶନ.।

    ଉତ୍ତର ଆଣ୍ଡାମାନ ସାଗରକୁ ଘୂର୍ଣ୍ଣିବଳୟ, ୧୯ ବେଳକୁ ଲଘୁଚାପ, ବାତ୍ୟା ସମ୍ଭାବନା !

    • By jmjnewso
    • September 18, 2026
    • 25 views
    ଉତ୍ତର ଆଣ୍ଡାମାନ ସାଗରକୁ ଘୂର୍ଣ୍ଣିବଳୟ, ୧୯ ବେଳକୁ ଲଘୁଚାପ, ବାତ୍ୟା ସମ୍ଭାବନା !

    ଜାରି ହେଲା ପୌର ନିର୍ବାଚନ ସଂଶୋଧିତ ସମୟସୂଚୀ

    • By jmjnewso
    • September 18, 2026
    • 54 views
    ଜାରି ହେଲା ପୌର ନିର୍ବାଚନ ସଂଶୋଧିତ ସମୟସୂଚୀ

    ମହଙ୍ଗା ପଡିଲା ମହିଳା ସହକର୍ମୀ ଙ୍କୁ ଅସଦାଚରଣ, ବନ୍ଧା ହେଲେ ଅତିରିକ୍ତ ସଚିବ

    • By jmjnewso
    • September 18, 2026
    • 30 views
    ମହଙ୍ଗା ପଡିଲା ମହିଳା ସହକର୍ମୀ ଙ୍କୁ ଅସଦାଚରଣ, ବନ୍ଧା ହେଲେ ଅତିରିକ୍ତ ସଚିବ

    କ୍ରସ ଭୋଟିଂ, ଆଜି ହାଇକୋର୍ଟରେ ଶୁଣାଣି

    • By jmjnewso
    • September 18, 2026
    • 33 views
    କ୍ରସ ଭୋଟିଂ, ଆଜି ହାଇକୋର୍ଟରେ ଶୁଣାଣି

    ହନୁମାନ ଚାଳିଶା ଓ ସୁନ୍ଦରାକାଣ୍ଡ ପରିବେଶୀତ

    • By jmjnewso
    • September 17, 2026
    • 54 views
    ହନୁମାନ ଚାଳିଶା ଓ ସୁନ୍ଦରାକାଣ୍ଡ ପରିବେଶୀତ