ପଞ୍ଚାୟତରୁ ପୁରୀ: ଆରମ୍ଭ ହେଲା ‘ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନା’

Spread the love

ଭୁବନେଶ୍ୱରଜେଏମଜେ : ରାଜ୍ୟର ଅର୍ଥନୈତିକ ଦୃଷ୍ଟିରୁ ପଛୁଆ ବର୍ଗର ଲୋକଙ୍କୁ ମାଗଣାରେ ଶ୍ରୀକ୍ଷେତ୍ର ଦର୍ଶନ କରାଇବା ଉଦ୍ଦେଶ୍ୟରେ ରାଜ୍ୟ ସରକାର ‘ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନା’ର ଶୁଭାରମ୍ଭ କରିଛନ୍ତି । ରବିବାର ଦିନ ରାଜ୍ୟର ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି ଏବଂ ପର୍ଯ୍ୟଟନ ମନ୍ତ୍ରୀ ପ୍ରଭାତୀ ପରିଡ଼ା ଏହି ନୂତନ ଯୋଜନାକୁ ଆନୁଷ୍ଠାନିକ ଭାବେ ଲଞ୍ଚ କରିଛନ୍ତି ।ଅନେକ ସମୟରେ ଅର୍ଥ ଅଭାବରୁ ଗାଁ ଗହଳିର ବହୁ ଭକ୍ତ ପୁରୀ ଆସି କାଳିଆ ସାଆନ୍ତଙ୍କ ଦର୍ଶନ ପାଇବାରୁ ବଞ୍ଚିତ ହୋଇଥାନ୍ତି । ସେହିଭଳି ଲୋକଙ୍କ ତୀର୍ଥଯାତ୍ରା ସ୍ୱପ୍ନକୁ ସାକାର କରିବା ପାଇଁ ରାଜ୍ୟ ସରକାର ଏହି ଅଭିନବ ପଦକ୍ଷେପ ନେଇଛନ୍ତି । ଏହି ଯୋଜନା ମାଧ୍ୟମରେ ହିତାଧିକାରୀମାନଙ୍କୁ ସମ୍ପୂର୍ଣ୍ଣ ମାଗଣାରେ ତୀର୍ଥଯାତ୍ରା କରିବାର ସୁଯୋଗ ମିଳିବ।

ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏହି ଯୋଜନାର ରୂପରେଖ ସମ୍ପର୍କରେ ସୂଚନା ଦେଇ କହିଛନ୍ତି ଯେ, ଏଥିପାଇଁ ସରକାରଙ୍କ ପକ୍ଷରୁ ସ୍ୱତନ୍ତ୍ର ବସ୍‌ର ବ୍ୟବସ୍ଥା କରାଯିବ। ପ୍ରଥମେ ହିତାଧିକାରୀମାନଙ୍କୁ ନିଜ ନିଜ ପଞ୍ଚାୟତରୁ ସ୍ୱତନ୍ତ୍ର ବସ୍ ଯୋଗେ ଜିଲ୍ଲା ମହକୁମାକୁ ଅଣାଯିବ ଏବଂ ସେଠାରୁ ସିଧାସଳଖ ପୁରୀ ଶ୍ରୀକ୍ଷେତ୍ର ଅଭିମୁଖେ ଯାତ୍ରା କରାଯିବ। କେବଳ ଯାତାୟାତ ନୁହେଁ, ବରଂ ଏହି ତୀର୍ଥଯାତ୍ରା ସମୟରେ ତୀର୍ଥଯାତ୍ରୀମାନଙ୍କ ସୁରକ୍ଷା ଓ ସୁବିଧା ପ୍ରତି ମଧ୍ୟ ବିଶେଷ ଧ୍ୟାନ ଦିଆଯାଇଛି । ଯାତ୍ରା ସମୟରେ କୌଣସି ଶ୍ରଦ୍ଧାଳୁ ଅସୁସ୍ଥ ହୋଇପଡ଼ିଲେ, ସେମାନଙ୍କ ପାଇଁ ସରକାରଙ୍କ ତରଫରୁ ସମ୍ପୂର୍ଣ୍ଣ ମାଗଣା ସ୍ୱାସ୍ଥ୍ୟସେବା ମଧ୍ୟ ଉପଲବ୍ଧ କରାଯିବ ।

ରାଜ୍ୟ ସରକାରଙ୍କ ଏହି ନୂଆ ପ୍ରୟାସ ଦ୍ୱାରା ପ୍ରତ୍ୟେକ ପଞ୍ଚାୟତରୁ ବହୁ ସଂଖ୍ୟାରେ ବୟସ୍କ ଏବଂ ଗରିବ 6 ଉପକୃତ ହେବେ ।

  • jmjnewso

    Related Posts

    ବିଧାନସଭା ମୌସୁମୀ ଅଧିବେଶନ ପାଇଁ କମିଶନରେଟ୍ ପୋଲିସର କଡ଼ା ସୁରକ୍ଷା ବ୍ୟବସ୍ଥା: ମୁତୟନ ହେବେ ୩୦ ପ୍ଲାଟୁନ୍ ଫୋର୍ସ

    Spread the love

    Spread the loveଭୁବନେଶ୍ୱର:ଜେଏମଜେ ନ୍ୟୁଜ : ଆସନ୍ତା ସେପ୍ଟେମ୍ବର ୨୨ ତାରିଖରୁ ଆରମ୍ଭ ହେବାକୁ ଯାଉଛି ବିଧାନସଭାର ମୌସୁମୀ ଅଧିବେଶନ । ଏହି ସମୟରେ ବିଧାନସଭା କାର୍ଯ୍ୟକୁ ଶାନ୍ତିପୂର୍ଣ୍ଣ ଏବଂ ସୁରୁଖୁରୁରେ ପରିଚାଳନା କରିବା ନିମନ୍ତେ କମିଶନରେଟ୍ ପୋଲିସ ପକ୍ଷରୁ ବ୍ୟାପକ…

    ୨୨ରୁ ବିଧାନସଭାର ମୌସୁମୀ ଅଧିବେଶନ: ସରକାରଙ୍କୁ ଘେରିବେ ବିରୋଧୀ

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ଏଜେଣ୍ଡା ପ୍ରସ୍ତୁତ, ଅପେକ୍ଷା କେବଳ ବିଧାନସଭା ଅଧିବେଶନକୁ । କାରଣ ଏବେଠୁ ତାତିଲେଣି ବିରୋଧି, ସରକାରଙ୍କ ବିରୋଧରେ ଦେବେ ଯୁଦ୍ଧଂଦେହୀ ଡାକରା । ସେ ଏମଏମଡିଆର ହେଉ ଅବା ବହି ତ୍ରୁଟି…

    Leave a Reply

    Your email address will not be published. Required fields are marked *

    You Missed

    ପଞ୍ଚାୟତରୁ ପୁରୀ: ଆରମ୍ଭ ହେଲା ‘ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନା’

    • By jmjnewso
    • September 20, 2026
    • 20 views
    ପଞ୍ଚାୟତରୁ ପୁରୀ:   ଆରମ୍ଭ ହେଲା ‘ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନା’

    ଗଞ୍ଜାମ ଜିଲ୍ଲା ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଯାପିତ

    • By jmjnewso
    • September 20, 2026
    • 23 views
    ଗଞ୍ଜାମ ଜିଲ୍ଲା ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଯାପିତ

    ଓଡିଶା ମୁହାଁ ହେଉଛି ସମ୍ଭାବ୍ୟ ବାତ୍ୟା।

    • By jmjnewso
    • September 20, 2026
    • 10 views
    ଓଡିଶା ମୁହାଁ ହେଉଛି ସମ୍ଭାବ୍ୟ ବାତ୍ୟା।

    ବିଧାନସଭା ମୌସୁମୀ ଅଧିବେଶନ ପାଇଁ କମିଶନରେଟ୍ ପୋଲିସର କଡ଼ା ସୁରକ୍ଷା ବ୍ୟବସ୍ଥା: ମୁତୟନ ହେବେ ୩୦ ପ୍ଲାଟୁନ୍ ଫୋର୍ସ

    • By jmjnewso
    • September 20, 2026
    • 18 views
    ବିଧାନସଭା ମୌସୁମୀ ଅଧିବେଶନ ପାଇଁ କମିଶନରେଟ୍ ପୋଲିସର କଡ଼ା ସୁରକ୍ଷା ବ୍ୟବସ୍ଥା: ମୁତୟନ ହେବେ ୩୦ ପ୍ଲାଟୁନ୍ ଫୋର୍ସ

    ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବର୍ଷାକୁ ମୁକାବିଲା ପାଇଁ ସଜାଗ ହୋଇଛି ଗଞ୍ଜାମ ଜିଲ୍ଲା ପ୍ରଶାସନ।

    • By jmjnewso
    • September 20, 2026
    • 16 views
    ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବର୍ଷାକୁ ମୁକାବିଲା ପାଇଁ ସଜାଗ ହୋଇଛି ଗଞ୍ଜାମ ଜିଲ୍ଲା ପ୍ରଶାସନ।

    ଶିକ୍ଷକ ପଦୋନ୍ନତି ଘଟଣା…ନିଯୁକ୍ତି ତାଲିକାରେ ଅନିୟମିତତା ନେଇ ଚର୍ଚ୍ଚାରେ ଡିଇଓ।

    • By jmjnewso
    • September 20, 2026
    • 24 views
    ଶିକ୍ଷକ ପଦୋନ୍ନତି ଘଟଣା…ନିଯୁକ୍ତି ତାଲିକାରେ ଅନିୟମିତତା ନେଇ ଚର୍ଚ୍ଚାରେ ଡିଇଓ।