ଭୁବନେଶ୍ୱର : ଜେଏମଜେ ନ୍ୟୁଜ : ଆସନ୍ତାକାଲିଠୁ ବିଧାନସଭାର ମୌସୁମୀ ଅଧିବେଶନ । ଏହା ପୂର୍ବରୁ ବିଧାନସଭାରେ ଶେଷ ହୋଇଛି ସର୍ବଦଳୀୟ ବୈଠକ । ବାଚସ୍ପତି ସୁରମା ପାଢୀଙ୍କ ଅଧ୍ୟକ୍ଷତାରେ ବସିଥିଲା ବୈଠକ । ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ, ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ସରକାରୀ ଦଳ ମୁଖ୍ୟ ସଚେତକ ସରୋଜ ପ୍ରଧାନ, ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ, ଉପମୁଖ୍ୟ ସଚେତକ ପ୍ରତାପ ଦେବ ଓ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ ପ୍ରମୁଖ ସାମିଲ ହୋଇଥିଲେ ।ମୌସୁମୀ ଅଧିବେଶନକୁ ସୁରୁଖୁରୁରେ ଚଳାଇବା ନେଇ ବୈଠକରେ ଆଲୋଚନା ହୋଇଛି । ତେବେ ଅଧିବେଶନ ଆରମ୍ଭ ପୂର୍ବରୁ ସରକାରଙ୍କୁ ଘେରିବାକୁ ପ୍ରସ୍ତୁତ ହୋଇଛନ୍ତି ବିରୋଧୀ । ଏମଏମଡିଆର ପ୍ରସଙ୍ଗରେ ଆଲୋଚନା ପାଇଁ ଦାବି କରିଛି ବିଜେଡି । ଏହାସହ ଧନ୍ୟବାଦ ପ୍ରସ୍ତାବ ଆଣି ଆଲୋଚନା କରିବାକୁ ମଧ୍ୟ ଦାବି କରିଛି ଦଳ ।
ସେହିପରି ଏମଏମଡିଆର ଓ ପାଠ୍ୟପୁସ୍ତକ ତ୍ରୁଟି ପ୍ରସଙ୍ଗ ଉଠାଇବ ବୋଲି କହିଛି କଂଗ୍ରେସ । ବିରୋଧୀ ଦଳ ଉଠାଇବାକୁ ଥିବା ପ୍ରସଙ୍ଗରେ ଆଲୋଚନା ପାଇଁ ସରକାର ପ୍ରସ୍ତୁତ ଥିବା ଶାସକ ଦଳ କହିଛି । ସେହିପରି ମୌସୁମୀ ଅଧିବେଶନରେ ୬ଟି ବିଲ୍ ଆସିବ ବୋଲି ସୂଚନା ମିଳିଛି ।





