ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌

Spread the love


ଭୁବନେଶ୍ୱର : ଜେଏମଜେ ନ୍ୟୁଜ : ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି ପୂର୍ବ-ଦକ୍ଷିଣ-ପୂର୍ବ ଓ ବିଶାଖାପାଟନମରୁ ୪୭୦ କି.ମି ପୂର୍ବ ଦିଗରେ ଅତିକ୍ରମ ସମ୍ଭାବନା ରହିଛି। ଗୋପାଳପୁର ଓ ବିଶାଖାପାଟନମ ମଧ୍ୟରେ ୨୩ ତାରିଖ ରାତି ଓ ୨୪ ତାରିଖ ଭୋର ମଧ୍ୟରେ ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଓଡ଼ିଶା ଉପକୂଳ ଅତିକ୍ରମ କରିପାରେ।ଲଘୁଚାପ କ୍ଷେତ୍ରଟି ଆହୁରି ଘନୀଭୂତ ହେବା ସହ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରି ଘନୀଭୂତ ହୋଇ ଅବପାତରେ ପରିଣତ ହୋଇଛି।

ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ପଶ୍ଚିମ-କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଉପରେ ଗଭୀର ଅବପାତରେ ପରିଣତ ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହା ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ସେହିପରି ବଙ୍ଗୋପସାଗରରେ ରହିଥିବା ଲଘୁଚାପ ବାତ୍ୟା ନୁହେଁ, ଗଭୀର ଅବପାତର ରୂପ ନେବ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସ୍ପଷ୍ଟ କରିଛନ୍ତି। ୨୨ତାରିଖ ସନ୍ଧ୍ୟା ବେଳକୁ ଗଭୀର ଅବପାତର ରୂପ ନେବା ସହିତ ପବନର ବେଗ ବୃଦ୍ଧି ପାଇ ଘଣ୍ଟା ପ୍ରତି ୫୫ରୁ ୬୫ କି.ମି. କିମ୍ବା ୭୫ କି.ମି. ପର୍ଯ୍ୟନ୍ତ ଆହୁରି ବୃଦ୍ଧି ପାଇବାର ସମ୍ଭାବନା ରହିଛି। ଗଭୀର ଅବପାତ ସୃଷ୍ଟି ହବ । ଭୁବନେଶ୍ବରରୁ ବିଶାଖାପାଟଣା ମଧ୍ୟରେ ସ୍ଥଳଭାଗ ଅତିକ୍ରମ କରିପାରେ ବୋଲି ସୂଚନା ମିଳିଛି। ତେଣୁ ୨୩ ଓ ୨୪ ମଧ୍ୟରେ ଉପକୂଳ ନିକଟରେ ବିଶେଷ ପ୍ରଭାବ ପକାଇବା ନେଇ ପୂର୍ବାନୁମାନ କରାଯାଇଛି।

  • jmjnewso

    Related Posts

    ସମ୍ଭାବ୍ୟ ଲଘୁଚାପକୁ ନେଇ ସଜାଗ ଗଞ୍ଜାମ ପ୍ରଶାସନ, ୨୩ ଓ ୨୪ରେ ରେଡ୍ ୱାର୍ଣ୍ଣିଂ

    Spread the love

    Spread the loveବ୍ରହ୍ମପୁର : ଜେଏମଜେ ନ୍ୟୁଜ : ସମ୍ଭାବ୍ୟ ଲଘୁଚାପକୁ ନେଇ ଗଞ୍ଜାମ ଜିଲ୍ଲା ପ୍ରଶାସନର ପ୍ରସ୍ତୁତି । ସମ୍ଭାବ୍ୟ ପ୍ରବଳ ବର୍ଷା ଓ ଘଡ଼ଘଡ଼ିକୁ ଦୃଷ୍ଟିରେ ରଖି ଆରମ୍ଭ ହୋଇଛି ପ୍ରସ୍ତୁତି । ଆଜିଠାରୁ ୨୨ ତାରିଖ ଯାଏଁ…

    ଓଡିଶା ଆଡକୁ ମୁହାଁଉଛି ଅର୍ଣ୍ଣବ ଦକ୍ଷିଣ ଉପକୂଳରେ ଲ୍ୟାଣ୍ଡଫଲ୍ ସମ୍ଭାବନା

    Spread the love

    Spread the loveଜେଏମଜେ ବ୍ୟୁରୋ : ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ ରହିଛି । ଏହା ଆଗାମୀ ଦିନରେ ଗଭୀର ଅବପାତରେ ପରିଣତ ହେବ । ଆସନ୍ତା ୨୩ ତାରିଖରେ ସ୍ଥଳଭାଗ ଛୁଇଁବ ବୋଲି ଆଇଏମଡି ପକ୍ଷରୁ ଜାରି ବୁଲେଟନରେ ସୂଚନା ଦିଆଯାଇଛି…

    Leave a Reply

    Your email address will not be published. Required fields are marked *

    You Missed

    ରାଜ୍ୟରେ ସରିଲା ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ : ବାଦ ପଡିଲେ ୨୦ ଲକ୍ଷ ୫୬ ହଜାର ଭୋଟର

    • By jmjnewso
    • September 21, 2026
    • 22 views
    ରାଜ୍ୟରେ ସରିଲା ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ : ବାଦ ପଡିଲେ ୨୦ ଲକ୍ଷ ୫୬ ହଜାର ଭୋଟର

    ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌

    • By jmjnewso
    • September 21, 2026
    • 18 views
    ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌

    ସ୍କୁଟି ସହ ୮ କେଜି ଗଞ୍ଜେଇ ଜବତ,ଜଣେ ଗିରଫ

    • By jmjnewso
    • September 21, 2026
    • 22 views
    ସ୍କୁଟି ସହ ୮ କେଜି ଗଞ୍ଜେଇ ଜବତ,ଜଣେ ଗିରଫ

    ସାବିତ୍ରୀ ବାଇ ମହିଳା ମହା ସଙ୍ଘର ବିକ୍ଷୋଭ

    • By jmjnewso
    • September 21, 2026
    • 25 views
    ସାବିତ୍ରୀ ବାଇ ମହିଳା ମହା ସଙ୍ଘର ବିକ୍ଷୋଭ

    MMDR ବିଲ୍ ବିରୋଧରେ ରାୟଗଡ଼ାରେ ଗର୍ଜିଲା କଂଗ୍ରେସ।

    • By jmjnewso
    • September 21, 2026
    • 24 views
    MMDR ବିଲ୍ ବିରୋଧରେ ରାୟଗଡ଼ାରେ ଗର୍ଜିଲା କଂଗ୍ରେସ।

    ବିଜେପି ବିଧାୟକ ଦଳ ବୈଠକ ଅନୁଷ୍ଠିତ

    • By jmjnewso
    • September 21, 2026
    • 19 views
    ବିଜେପି ବିଧାୟକ ଦଳ ବୈଠକ ଅନୁଷ୍ଠିତ