ଆଜି ଠାରୁ ଖୋର୍ଦ୍ଧା ଜିଲ୍ଲାର ସବୁ ସ୍କୁଲ ତିନିଦିନ ଛୁଟି, ବନ୍ଦ ରହିବ ଅଙ୍ଗନବାଡ଼ି

Spread the love

ଜେଏମଜେ ବ୍ୟୁରୋ : ଆଜି ଠାରୁ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ, ବେସରକାରୀ ବିଦ୍ୟାଳୟ ଆସନ୍ତା ୨୪ ତାରିଖ ପର୍ଯ୍ୟନ୍ତ ତିନିଦିନ ଧରି ବନ୍ଦ ରହିବା ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି। ଶିଶୁ ବାଟିକା ଠାରୁ ଆରମ୍ଭ କରି ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ଥିବା ବିଦ୍ୟାଳୟ ଗୁଡିକ ବନ୍ଦ ରହିବ। ସେହିଭଳି ଜିଲ୍ଲାର ସମସ୍ତ ଅଙ୍ଗନୱାଡି କେନ୍ଦ୍ର ଏହି ତିନି ଦିନ ବନ୍ଦ ରହିବା ନେଇ ମଧ୍ୟ ନିର୍ଦ୍ଦେଶ ଜାରି କରାଯାଇଛି।

ଜିଲ୍ଲାରେ ଲଘୁଚାପ ଜନିତ ସମ୍ଭାବ୍ୟ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ସମସ୍ତ ବିଦ୍ୟାଳୟ ଓ ଅଙ୍ଗନୱାଡି କେନ୍ଦ୍ର ଗୁଡ଼ିକ ବନ୍ଦ ରହିବା ପାଇଁ ଜିଲ୍ଲାପାଳ ଅମ୍ରିତ ଋତୁରାଜ ଏହି ନିର୍ଦ୍ଦେଶ ଦେଇଛନ୍ତି। ମାତ୍ର ଆଜି ହେବାକୁ ଥିବା ପୂର୍ବ ନିର୍ଦ୍ଧାରିତ ଏନଆରଟିଏସ ପରୀକ୍ଷା ଅନୁଷ୍ଠିତ ହେବ। ସେହିଭଳି ବିଦ୍ୟାଳୟର ସମସ୍ତ ଶିକ୍ଷକ ଓ କର୍ମଚାରୀ ବିଦ୍ୟାଳୟରେ ଉପସ୍ଥିତ ରହିବେ। ଏହି ସମୟରେ ବିଦ୍ୟାଳୟ କୋଠା ଓ ଆନୁଷଙ୍ଗିକ ବ୍ୟବସ୍ଥା ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି।

ବିଦ୍ୟାଳୟ ଗୁଡ଼ିକ ୨୪ ଘଣ୍ଟା ଖୋଲା ରଖିବା ପାଇଁ ରୋଷ୍ଟର ଡ୍ୟୁଟି ପ୍ରଚଳନ ପାଇଁ ପ୍ରଧାନଶିକ୍ଷକ ଏବଂ ଅଧ୍ୟକ୍ଷମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏହାକୁ ତୁରନ୍ତ କଡ଼ାକଡ଼ି ପାଳନ କରିବାକୁ ନିର୍ଦ୍ଦେଶ ଜାରି ହୋଇଛି।

  • jmjnewso

    Related Posts

    ଗଞ୍ଜାମ ଜିଲ୍ଲାରେ ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା

    Spread the love

    Spread the loveଛତ୍ରପୁର :ଜେଏମଜେ ନ୍ୟୁଜ :ଗଞ୍ଜାମ ଜିଲ୍ଲାରେ ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ ପାଇଛି। ଜିଲ୍ଲାର ୧୩ଟି ବିଧାନସଭା ନିର୍ବାଚନମଣ୍ଡଳୀରେ ମୋଟ ୨୮,୧୦,୯୫୧ ଜଣ ଭୋଟର ସ୍ଥାନ ପାଇଥିବାବେଳେ ୧୮-୧୯ ବର୍ଷ ବୟସର ୧୯,୮୪୯ ଜଣ ଯୁବ ଭୋଟର ନାମ…

    ସାବିତ୍ରୀ ବାଇ ମହିଳା ମହା ସଙ୍ଘର ବିକ୍ଷୋଭ

    Spread the love

    Spread the loveରାୟଗଡା :ଜେଏମଜେ ନ୍ୟୁଜ : ପୁଷ୍ଟିକର ଖାଦ୍ୟ ଓ ମିଶନ ଶକ୍ତି କାର୍ଯ୍ୟକ୍ରମରେ ଅନିୟମିତତା ଅଭିଯୋଗ ଆଣି ସାବିତ୍ରୀ ବାଇ ମହିଳା ମହା ସଙ୍ଘ ର ବିକ୍ଷୋଭ, ଜିଲ୍ଲାପାଳଙ୍କ ହସ୍ତକ୍ଷେପ ଦାବି କଲା ମହାସଙ୍ଘ..ରାୟଗଡା ଜିଲ୍ଲା ବିଷମକଟକ ନେତାଜୀ…

    Leave a Reply

    Your email address will not be published. Required fields are marked *

    You Missed

    ଆଜି ଠାରୁ ଖୋର୍ଦ୍ଧା ଜିଲ୍ଲାର ସବୁ ସ୍କୁଲ ତିନିଦିନ ଛୁଟି, ବନ୍ଦ ରହିବ ଅଙ୍ଗନବାଡ଼ି

    • By jmjnewso
    • September 22, 2026
    • 20 views
    ଆଜି ଠାରୁ ଖୋର୍ଦ୍ଧା ଜିଲ୍ଲାର ସବୁ ସ୍କୁଲ ତିନିଦିନ ଛୁଟି, ବନ୍ଦ ରହିବ ଅଙ୍ଗନବାଡ଼ି

    ଗଞ୍ଜାମ ଜିଲ୍ଲାରେ ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା

    • By jmjnewso
    • September 21, 2026
    • 28 views
    ଗଞ୍ଜାମ ଜିଲ୍ଲାରେ ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା

    ରାଜ୍ୟରେ ସରିଲା ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ : ବାଦ ପଡିଲେ ୨୦ ଲକ୍ଷ ୫୬ ହଜାର ଭୋଟର

    • By jmjnewso
    • September 21, 2026
    • 33 views
    ରାଜ୍ୟରେ ସରିଲା ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ : ବାଦ ପଡିଲେ ୨୦ ଲକ୍ଷ ୫୬ ହଜାର ଭୋଟର

    ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌

    • By jmjnewso
    • September 21, 2026
    • 35 views
    ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌

    ସ୍କୁଟି ସହ ୮ କେଜି ଗଞ୍ଜେଇ ଜବତ,ଜଣେ ଗିରଫ

    • By jmjnewso
    • September 21, 2026
    • 37 views
    ସ୍କୁଟି ସହ ୮ କେଜି ଗଞ୍ଜେଇ ଜବତ,ଜଣେ ଗିରଫ

    ସାବିତ୍ରୀ ବାଇ ମହିଳା ମହା ସଙ୍ଘର ବିକ୍ଷୋଭ

    • By jmjnewso
    • September 21, 2026
    • 37 views
    ସାବିତ୍ରୀ ବାଇ ମହିଳା ମହା ସଙ୍ଘର ବିକ୍ଷୋଭ