ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ଉପଲକ୍ଷେ ଶପଥ ପାଠ କରାଇଲେ ମାନ୍ୟବର ମୁଖ୍ୟମନ୍ତ୍ରୀ

Spread the love

ରାୟଗଡ:(ସୁପ୍ରିୟା ଷଡ଼ଙ୍ଗୀ ଙ୍କ ରିପୋର୍ଟ ) ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ୨୦୨୪ ପାଳନ ଅବସରରେ ଆଜି ତା ୨୮/୧୦/୨୦୨୪ରିଖ ପୂର୍ବାହ୍ନ ୧୧ ଘଟିକା ସମୟରେ ଜିଲ୍ଲାର ସମସ୍ତ ସରକାରୀ କାର୍ଯ୍ୟାଳୟରେ ଶପଥ ପାଠ କରାଯାଇଥିଲା l ସ୍ଥାନୀୟ ଓସ୍ୱାନ ହଲ ଠାରେ ଆୱାସି ମାଧ୍ୟମରେ ସିଧା ପ୍ରସାରଣରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝୀ ସମସ୍ତ କର୍ମଚାରୀ ମାନଙ୍କୁ ଦୁର୍ନୀତି ନିବାରଣ ଉପରେ ସତ୍ୟନିଷ୍ଠ ସଂସ୍କୃତି ହିଁ ରାଷ୍ଟ୍ର ସମୃଦ୍ଧିର ଭିତ୍ତି” ଏହି ମୂଳମନ୍ତ୍ର ଜିଲ୍ଲାପାଳଙ୍କ ସମେତ ଜିଲ୍ଲାର ସମସ୍ତ ଅଧିକାରୀ ଏବଂ କର୍ମଚାରୀ ଆଭାସୀ ମାଧ୍ୟମରେ ଦୁର୍ନୀତି ନିବାରଣ ସପ୍ତାହ ପାଳନ ଉପଲକ୍ଷେ ଶପଥ ପାଠ କରlଇଛନ୍ତି l ଜିଲ୍ଲାପାଳଙ୍କ କାର୍ଯ୍ୟଳୟରୁ ଆରମ୍ଭ କରି ପ୍ରତ୍ୟେକ ବ୍ଲକର ଓସ୍ୱାନ ହଲ ସହିତ ସିଧାସଳଖ ଯୋଡିହୋଇ କର୍ମଚାରୀ ମାନେ ଶପଥ ପାଠ କରିଥିଲେ l ରାୟଗଡ ଜିଲ୍ଲାପାଳ ଶ୍ରୀମତୀ ପାରୁଲ ପଟାୱରୀ ଵିଷମ କଟକ ବ୍ଲକରେ ରେ ଯୁଗ୍ମ ଅଭିଯୋଗ ଶିବିର ଥିବାରୁ ଆରୋକ୍ଷୀ ଅଧିକ୍ଷକ ରାୟଗଡ ସ୍ୱାତୀ ଏସ. କୁମାର, ଅନ୍ୟନ୍ୟ ଜିଲ୍ଲାସ୍ଥରୀୟ ଅଧିକାରୀ ମାନଙ୍କ ସହିତ ଵିଷମ କଟକ ବ୍ଲକରେ ଶପଥ ପାଠ କରିଥିଲେ l ସେହିପରି ଜିଲ୍ଲା ସଦର ମୋହକୁମାରେ ଅତିରକ୍ତ ଜିଲ୍ଲାପାଳ ଭାସ୍କର ରଇତ, ଉପଜିଲ୍ଲାପାଳ ରାୟଗଡ ଶ୍ରୀମତୀ କଲ୍ୟାଣୀ ସଂଘମିତ୍ରା, ଉପନିର୍ଦ୍ଧେଶକ ତଥା ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ବସନ୍ତ କୁମାର ପ୍ରଧାନ, ଉପ-ଆରୋକ୍ଷୀ ଅଧିକ୍ଷକ, ଦୁର୍ନୀତି ନିବାରଣ ଶାଖା, ରାୟଗଡ, ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ଡେପୁଟି କଲେକଟର ମଧୁମିତା ବେହେରା, ସହକାରୀ ଜିଲ୍ଲାପାଳ ଭଂଜନ କହଁର, ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ବିଭିନ୍ନ ଶାଖାର ଅଧିକାରୀ, ସେକ୍ସନ ଅଫିସର,ବିଭିନ୍ନ କାର୍ଯ୍ୟାଳୟର କର୍ମଚାରୀ ମାନେ ଶପଥ ଗ୍ରହଣ କରିଥିଲେ l ସେହିପରି ବିଭିନ୍ନ କାର୍ଯ୍ୟାଳୟରେ ସମସ୍ତ କର୍ମଚାରୀ, ଅନୁବିଭାଗୀୟ ଅଧିକାରୀ ମାନଙ୍କୁ ଶପଥ ପାଠ କରାଇଥିଲେ l ଜିଲ୍ଲାର ସମସ୍ତ କାର୍ଯ୍ୟାଳୟରେ ଓ ଉପଖଣ୍ଡ ଓ ବ୍ଲକ କାର୍ଯ୍ୟାଳୟରେ ଶପଥ ପାଠ କରାଯାଇଛି l

  • Related Posts

    ଢେମ୍‌ସାରେ ଦୁଲୁକିବ ରାଷ୍ଟ୍ରପତି ଭବନ, ନୂଆଁଖାଇ ଉତ୍ସବରେ ଭାଗନେବାକୁ କୋଟପାଡ଼ କଳାବିକାଶ କେନ୍ଦ୍ରକୁ ଡକରା

    Spread the love

    Spread the loveଜେଏମଜେ ବ୍ୟୁରୋ : ଆଜି ରାଷ୍ଟ୍ରପତି ଭବନରେ ସ୍ୱତନ୍ତ୍ର ‘ନୂଆଁଖାଇ’ ଉତ୍ସବ ପାଳନ କରାଯିବ । ଏଥିଲାଗି ସ୍ୱତନ୍ତ୍ର ଡକରା ପାଇ ନୂଆଦିଲ୍ଲୀ ଗସ୍ତ କରିଛନ୍ତି ଓଡ଼ିଶାର ୫ଟି ସାଂସ୍କୃତିକ ଦଳ । ସେ ଭିତରେ ରହିଛନ୍ତି ଅବିଭକ୍ତ…

    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    Spread the love

    Spread the loveସମ୍ବଲପୁର :ଜେଏମଜେ ନ୍ୟୁଜ : ସମ୍ବଲପୁର ସହରର ଦେହେରିପାଲି ଅଞ୍ଚଳରେ ଏକ ବଡ଼ ଧରଣର ଅଘଟଣ ଘଟିଯାଇଛି । ସ୍ଥାନୀୟ ଗଣେଶ ପୂଜା ପେଣ୍ଡାଲରେ ହଠାତ୍ ଭୟଙ୍କର ନିଆଁ ଲାଗି ସମଗ୍ର ମଣ୍ଡପ ଜଳିପୋଡ଼ି ଛାରଖାର ହୋଇଯାଇଛି ।…

    Leave a Reply

    Your email address will not be published. Required fields are marked *

    You Missed

    ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ

    • By jmjnewso
    • September 15, 2026
    • 31 views
    ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ

    ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ମା’ ସମଲେଇଙ୍କ ନିକଟରେ ଲାଗି ହେଲା ନବାନ୍ନ

    • By jmjnewso
    • September 15, 2026
    • 25 views
    ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ମା’ ସମଲେଇଙ୍କ ନିକଟରେ ଲାଗି ହେଲା ନବାନ୍ନ

    ଢେମ୍‌ସାରେ ଦୁଲୁକିବ ରାଷ୍ଟ୍ରପତି ଭବନ, ନୂଆଁଖାଇ ଉତ୍ସବରେ ଭାଗନେବାକୁ କୋଟପାଡ଼ କଳାବିକାଶ କେନ୍ଦ୍ରକୁ ଡକରା

    • By jmjnewso
    • September 15, 2026
    • 33 views
    ଢେମ୍‌ସାରେ ଦୁଲୁକିବ ରାଷ୍ଟ୍ରପତି ଭବନ, ନୂଆଁଖାଇ ଉତ୍ସବରେ ଭାଗନେବାକୁ କୋଟପାଡ଼ କଳାବିକାଶ କେନ୍ଦ୍ରକୁ ଡକରା

    ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ

    • By jmjnewso
    • September 14, 2026
    • 36 views
    ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ

    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    • By jmjnewso
    • September 14, 2026
    • 42 views
    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    ଓଡ଼ିଆ ଭାଷାରେ ନାମ ଫଳକ ଲେଖିବାବାଧ୍ୟତାମୂଳକ କରାଯାଉ : ଉତ୍କଳ ସମ୍ମିଳନୀ

    • By jmjnewso
    • September 14, 2026
    • 41 views
    ଓଡ଼ିଆ ଭାଷାରେ ନାମ ଫଳକ ଲେଖିବାବାଧ୍ୟତାମୂଳକ କରାଯାଉ : ଉତ୍କଳ ସମ୍ମିଳନୀ