ଆଜି ଅମିତ ଶାହଙ୍କ ଅଧ୍ୟକ୍ଷତାରେ ହେବ ବୈଠକ, ଯୋଗଦେବେ ଓଡ଼ିଶା-ଛତିଶଗଡ଼ ମୁଖ୍ୟମନ୍ତ୍ରୀ

Spread the love

ଜେଏମଜେ ବ୍ୟୁରୋ : ଆଜି କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହଙ୍କ ମଧ୍ୟସ୍ଥତାରେ ମହାନଦୀ ବିବାଦ ନେଇ ବୈଠକ ହେବ । ଏହି ବୈଠକରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଏ ଯୋଗଦେବେ । ଉଭୟ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ବରିଷ୍ଠ ଅଧିକାରୀ ଓ ବୈଷୟିକ ଟିମ୍ ମଧ୍ୟ ଆଲୋଚନାରେ ଭାଗ ନେବେ । ଅପରାହ୍ନ ୪ଟାରେ ବସିବ ଏହି ଗୁରୁତ୍ୱପୂର୍ଣ୍ଣ ବୈଠକ । ମହାନଦୀ ଜଳର ବଣ୍ଟନ, ପରିଚାଳନା ଓ ଉଭୟ ରାଜ୍ୟ ମଧ୍ୟରେ ଥିବା ଦୀର୍ଘଦିନର ମତଭେଦକୁ ନେଇ ଆଲୋଚନା ହେବ । କେନ୍ଦ୍ର ଜଳଶକ୍ତି ମନ୍ତ୍ରଣାଳୟ ଓ ସେଣ୍ଟ୍ରାଲ ୱାଟର କମିସନ୍‌ର ବୈଷୟିକ ତଥ୍ୟ ମଧ୍ୟ ଆଲୋଚନାର ଆଧାର ହୋଇପାରେ ।ମହାନଦୀ ଜଳ ବିବାଦକୁ ନେଇ ଓଡ଼ିଶା ଓ ଛତିଶଗଡ଼ ମଧ୍ୟରେ ଦୀର୍ଘଦିନ ଧରି ମତଭେଦ ରହିଆସିଛି । ଉପରମୁଣ୍ଡରେ ନିର୍ମାଣ ଏବଂ ଜଳ ନିୟନ୍ତ୍ରଣ ଯୋଗୁଁ ଓଡ଼ିଶାକୁ ତଳମୁଣ୍ଡରେ ଜଳ ପ୍ରବାହ ପ୍ରଭାବିତ ହେଉଥିବା ନେଇ ଆପତ୍ତି ଉଠାଇଆସିଛି । ଏହି ବିବାଦ ୨୦୧୮ରୁ ମହାନଦୀ ଜଳ ବିବାଦ ଟ୍ରିବ୍ୟୁନାଲରେ ବିଚାରାଧୀନ ରହିଛି ।ତେବେ ଏବେ ଉଭୟ ରାଜ୍ୟ ଆଲୋଚନା ଓ ଆପୋସ ବୁଝାମଣା ମାଧ୍ୟମରେ ସମାଧାନର ରାସ୍ତା ଖୋଜିବା ଦିଗରେ ଆଗକୁ ବଢୁଛନ୍ତି। ସବୁଠାରୁ ବଡ଼ କଥା ହେଉଛି ଯେ ଏହି ଗୁରୁତ୍ୱପୂର୍ଣ୍ଣ ବୈଠକର ଅଧ୍ୟକ୍ଷତା କରିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ।

  • jmjnewso

    Related Posts

    ସ୍ୱେଚ୍ଛାକୃତ ଅବସରନେବେ ମୁଖ୍ୟ ନିର୍ବାଚନ ଅଧିକାରୀ ଆର.ଏସ୍ ଗୋପାଳନ

    Spread the love

    Spread the loveଭୁବନେଶ୍ୱର: ଜେଏମଜେ ନ୍ୟୁଜ : ଓଡ଼ିଶାର ମୁଖ୍ୟ ନିର୍ବାଚନ ଅଧିକାରୀ ଆର.ଏସ ଗୋପାଳନ ଭିଆରଏସ ନେବେ ।ରାଜ୍ୟର ମୁଖ୍ୟ ନିର୍ବାଚନ ଅଧିକାରୀ (ସିଇଓ) ତଥା ବରିଷ୍ଠ ଆଇଏଏସ ଅଧିକାରୀ ଆର. ଏସ. ଗୋପାଳନ ଚାକିରିରୁ ସ୍ଵେଚ୍ଛାକୃତ ଅବସର (ଭିଆରଏସ)…

    ବାୟୋ ଫୁଏଲରେ ଆଇଓସିଏଲ ୮ ଜିଲ୍ଲାରେ କରିବ ପ୍ରକଳ୍ପ

    Spread the love

    Spread the loveଜେଏମଜେ ବ୍ୟୁରୋ : ବାୟୋ ଫୁଏଲ କ୍ଷେତ୍ରରେ ଇଣ୍ଡିଆନ ଅଏଲ କର୍ପୋରେସନ ( ଆଇଓସିଏଲ) କରିବ ବଡ ନିବେଶ । ୯୬୦ କୋଟି ଟଙ୍କା ନିବେଶ କରି ୮ ଜିଲ୍ଲାରେ କରିବ ବାୟୋ ଗ ପ୍ରକଳ୍ପ । ବାଲେଶ୍ୱର,…

    Leave a Reply

    Your email address will not be published. Required fields are marked *

    You Missed

    ‘ଏକ ଦିନ୍, ଏକ ଘଣ୍ଟା, ଏକ ସାଥ୍’ ସ୍ୱଚ୍ଛତା ଅଭିଯାନ ରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

    ‘ଏକ ଦିନ୍, ଏକ ଘଣ୍ଟା, ଏକ ସାଥ୍’ ସ୍ୱଚ୍ଛତା ଅଭିଯାନ ରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

    ଆଜି ଅମିତ ଶାହଙ୍କ ଅଧ୍ୟକ୍ଷତାରେ ହେବ ବୈଠକ, ଯୋଗଦେବେ ଓଡ଼ିଶା-ଛତିଶଗଡ଼ ମୁଖ୍ୟମନ୍ତ୍ରୀ

    ଆଜି ଅମିତ ଶାହଙ୍କ ଅଧ୍ୟକ୍ଷତାରେ ହେବ ବୈଠକ, ଯୋଗଦେବେ ଓଡ଼ିଶା-ଛତିଶଗଡ଼ ମୁଖ୍ୟମନ୍ତ୍ରୀ

    ଛାତ୍ର ସଂସଦ ନିର୍ବାଚନ କୁ ନେଇ ମନ୍ତ୍ରୀଙ୍କ ଭ୍ରମାତ୍ମକ ମନ୍ତବ୍ୟ ¡

    ଛାତ୍ର ସଂସଦ ନିର୍ବାଚନ କୁ ନେଇ ମନ୍ତ୍ରୀଙ୍କ ଭ୍ରମାତ୍ମକ ମନ୍ତବ୍ୟ ¡

    ଦେଶରେ ବାଣ ଉପରେ ସମ୍ପୂର୍ଣ୍ଣ କଟକଣା ଲଗାଇବା କୌଣସି ଯୋଜନା ନାହିଁ : ସୁପ୍ରିମକୋର୍ଟ

    ଦେଶରେ ବାଣ ଉପରେ ସମ୍ପୂର୍ଣ୍ଣ କଟକଣା ଲଗାଇବା କୌଣସି ଯୋଜନା ନାହିଁ : ସୁପ୍ରିମକୋର୍ଟ

    ଭୋଟ ଚୋରି ପ୍ରସଙ୍ଗରେ ଏକଜୁଟ୍‌ ହେଲେ ଇଣ୍ଡିମେଣ୍ଟ: ଅକ୍ଟୋବର ୬ରେ ବିରୋଧୀ ସାଂସଦଙ୍କ ପଦଯାତ୍ରା

    ଭୋଟ ଚୋରି ପ୍ରସଙ୍ଗରେ ଏକଜୁଟ୍‌ ହେଲେ ଇଣ୍ଡିମେଣ୍ଟ: ଅକ୍ଟୋବର ୬ରେ ବିରୋଧୀ ସାଂସଦଙ୍କ ପଦଯାତ୍ରା

    ଚାନ୍ଦବାଲି ବିଡିଓ ସଞ୍ଜୀବ ମହାପାତ୍ର ନିଲମ୍ବିତ

    ଚାନ୍ଦବାଲି ବିଡିଓ ସଞ୍ଜୀବ ମହାପାତ୍ର ନିଲମ୍ବିତ