‘ଏକ ଦିନ୍, ଏକ ଘଣ୍ଟା, ଏକ ସାଥ୍’ ସ୍ୱଚ୍ଛତା ଅଭିଯାନ ରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

Spread the love

ଭୁବନେଶ୍ୱର : ଜେଏମଜେ ନ୍ୟୁଜ : ଏକ ଦିନ୍, ଏକ ଘଣ୍ଟା, ଏକ ସାଥ୍’ ସ୍ୱଚ୍ଛତା ଅଭିଯାନରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ବିଏମସି ପକ୍ଷରୁ ଖଣ୍ଡଗିରିରେ ଆୟୋଜିତ ହୋଇଛି ଅଭିଯାନ। ଏହି ଅବସରରେ ଭୁବନେଶ୍ୱରକୁ ଦେଶର ନମ୍ବର ୱାନ୍ ସ୍ୱଚ୍ଛ ସହର କରିବାକୁ ଆହ୍ୱାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ଆଉ କହିଛନ୍ତି, ସହରର ସ୍ୱଚ୍ଛତା ପାଇଁ ପ୍ରତ୍ୟେକ ନାଗରିକ ସଚେତନ ହେବା ଦରକାର।

ଆମେ ଯେପରି ନିଜ ଘର, ବାଡ଼ି, ଦାଣ୍ଡ ଓ ଅଗଣା ସଫା ରଖୁଛୁ, ସେହିପରି ଆମ ଦୃଷ୍ଟିକୋଣକୁ ଆଉ ଟିକିଏ ପ୍ରସାରିତ କରିବା ଆବଶ୍ୟକ। ଘର ଆଗ ରାସ୍ତା ଓ ନିଜ କଲୋନୀକୁ ସଫା ରଖିବାର ଦାୟିତ୍ୱ ମଧ୍ୟ ଆମ ସମସ୍ତଙ୍କର।

ସଫେଇ କର୍ମଚାରୀମାନଙ୍କ କାର୍ଯ୍ୟରେ ଯୋଡ଼ିହୋଇ ଘରର ଓଦା ଓ ଶୁଖିଲା ଆବର୍ଜନାକୁ ଅଲଗା କରି ନିୟମିତ ସଫେଇ ଗାଡ଼ିକୁ ଦେବା ଏବଂ ରାସ୍ତାରେ ଅଳିଆ ନ ଫିଙ୍ଗି ଅନ୍ୟମାନଙ୍କୁ ମଧ୍ୟ ବାରଣ କରିବା ପାଇଁ ପରାମର୍ଶ ଦେଇଛନ୍ତି। ଏହି ଅବସରରେ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର, ଏକାମ୍ର ବିଧାୟକ ଶ୍ରୀ ବାବୁ ସିଂ, ବିଏମସି ମେୟର ସୁଲୋଚନା ଦାସ, ପୂର୍ବତନ ବିଧାୟକ ପ୍ରିୟଦର୍ଶୀ ମିଶ୍ର, ସମାଜସେବୀ ଜଗନ୍ନାଥ ପ୍ରଧାନ, ବିଏମସି କମିଶନର ଚଞ୍ଚଲ ରାଣା, କର୍ପୋରେଟର, ବିଏମସି କର୍ମଚାରୀ ସମେତ ସଫେଇ ମିତ୍ର ପ୍ରମୁଖ ଉପସ୍ଥିତ ଥିଲେ।

  • jmjnewso

    Related Posts

    ଚାନ୍ଦବାଲି ବିଡିଓ ସଞ୍ଜୀବ ମହାପାତ୍ର ନିଲମ୍ବିତ

    Spread the love

    Spread the loveଜେଏମଜେ ବ୍ୟୁରୋ : ଚାନ୍ଦବାଲି ବିଡିଓ ସଞ୍ଜୀବ ମହାପାତ୍ର ନିଲମ୍ବିତ।ଆଦେଶ ଜାରି କଲା ଓଡ଼ିଶା ସରକାର।ଭଦ୍ରକ ଜିଲ୍ଲା ଚାନ୍ଦବାଲି ବିଡିଓ ସଞ୍ଜୀବ କୁମାର ମହାପାତ୍ର ନିଲମ୍ବିତ। ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସେପ୍ଟେମ୍ବର ୩୦ରେ ଏନେଇ…

    ପିଏମ୍ ଶ୍ରୀ ବାଲିପଦର ଉଚ୍ଚ ବିଦ୍ୟାଳୟରେ ବିଜ୍ଞାନ ମେଳା

    Spread the love

    Spread the loveବୁଗୁଡ଼ା,୨୯/୦୯ ଜେଏମଜେ ନ୍ୟୁଜ(ସୋରେନ କୁମାର ପ୍ରଧାନ): ଗଞ୍ଜାମ ଜିଲ୍ଲା ବୁଗୁଡ଼ା ବ୍ଲକ ଅନ୍ତର୍ଗତ ବାଲିପଦରସ୍ଥିତ ପିଏମ୍ ଶ୍ରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଏକ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନଶିକ୍ଷକ ପ୍ରଶାନ୍ତ କୁମାର ଗୌଡ଼ଙ୍କ ତତ୍ତ୍ୱାବଧାନରେ ଆୟୋଜିତ…

    Leave a Reply

    Your email address will not be published. Required fields are marked *

    You Missed

    ‘ଏକ ଦିନ୍, ଏକ ଘଣ୍ଟା, ଏକ ସାଥ୍’ ସ୍ୱଚ୍ଛତା ଅଭିଯାନ ରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

    ‘ଏକ ଦିନ୍, ଏକ ଘଣ୍ଟା, ଏକ ସାଥ୍’ ସ୍ୱଚ୍ଛତା ଅଭିଯାନ ରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

    ଆଜି ଅମିତ ଶାହଙ୍କ ଅଧ୍ୟକ୍ଷତାରେ ହେବ ବୈଠକ, ଯୋଗଦେବେ ଓଡ଼ିଶା-ଛତିଶଗଡ଼ ମୁଖ୍ୟମନ୍ତ୍ରୀ

    ଆଜି ଅମିତ ଶାହଙ୍କ ଅଧ୍ୟକ୍ଷତାରେ ହେବ ବୈଠକ, ଯୋଗଦେବେ ଓଡ଼ିଶା-ଛତିଶଗଡ଼ ମୁଖ୍ୟମନ୍ତ୍ରୀ

    ଛାତ୍ର ସଂସଦ ନିର୍ବାଚନ କୁ ନେଇ ମନ୍ତ୍ରୀଙ୍କ ଭ୍ରମାତ୍ମକ ମନ୍ତବ୍ୟ ¡

    ଛାତ୍ର ସଂସଦ ନିର୍ବାଚନ କୁ ନେଇ ମନ୍ତ୍ରୀଙ୍କ ଭ୍ରମାତ୍ମକ ମନ୍ତବ୍ୟ ¡

    ଦେଶରେ ବାଣ ଉପରେ ସମ୍ପୂର୍ଣ୍ଣ କଟକଣା ଲଗାଇବା କୌଣସି ଯୋଜନା ନାହିଁ : ସୁପ୍ରିମକୋର୍ଟ

    ଦେଶରେ ବାଣ ଉପରେ ସମ୍ପୂର୍ଣ୍ଣ କଟକଣା ଲଗାଇବା କୌଣସି ଯୋଜନା ନାହିଁ : ସୁପ୍ରିମକୋର୍ଟ

    ଭୋଟ ଚୋରି ପ୍ରସଙ୍ଗରେ ଏକଜୁଟ୍‌ ହେଲେ ଇଣ୍ଡିମେଣ୍ଟ: ଅକ୍ଟୋବର ୬ରେ ବିରୋଧୀ ସାଂସଦଙ୍କ ପଦଯାତ୍ରା

    ଭୋଟ ଚୋରି ପ୍ରସଙ୍ଗରେ ଏକଜୁଟ୍‌ ହେଲେ ଇଣ୍ଡିମେଣ୍ଟ: ଅକ୍ଟୋବର ୬ରେ ବିରୋଧୀ ସାଂସଦଙ୍କ ପଦଯାତ୍ରା

    ଚାନ୍ଦବାଲି ବିଡିଓ ସଞ୍ଜୀବ ମହାପାତ୍ର ନିଲମ୍ବିତ

    ଚାନ୍ଦବାଲି ବିଡିଓ ସଞ୍ଜୀବ ମହାପାତ୍ର ନିଲମ୍ବିତ