ବୁଗୁଡ଼ା ଏନ୍‌ଏସିରେ ଜନକଲ୍ୟାଣ କାର୍ଯ୍ୟକ୍ରମ: କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କଲେ ମନ୍ତ୍ରୀ

Spread the love

ବୁଗୁଡ଼ା,୦୪/୧୦ ଜେଏମଜେ ନ୍ୟୁଜ(ସୋରେନ କୁମାର ପ୍ରଧାନ): ବୁଗୁଡ଼ା ବିଜ୍ଞାପିତ ଅଞ୍ଚଳ ପରିଷଦ କାର୍ଯ୍ୟାଳୟ ପରିସରରେ ହିତାଧିକାରୀମାନଙ୍କୁ ସାମାଜିକ ସୁରକ୍ଷା ଭତ୍ତା, ନୂତନ ରାସନ କାର୍ଡ ଏବଂ ପ୍ରଧାନମନ୍ତ୍ରୀ ଆବାସ ଯୋଜନାର କାର୍ଯ୍ୟାଦେଶ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମରେ ଓଡ଼ିଶା ସରକାରଙ୍କ ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ, ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ବିଭାଗ ମନ୍ତ୍ରୀ ଶ୍ରୀ ଗୋକୁଳାନନ୍ଦ ମଲ୍ଲିକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ହିତାଧିକାରୀମାନଙ୍କୁ ସରକାରୀ ସହାୟତା ବଣ୍ଟନ କରିଥିଲେ।

ରାଜ୍ୟର ପ୍ରତ୍ୟେକ ଗରିବ, ଅସହାୟ ତଥା ଯୋଗ୍ୟ ହିତାଧିକାରୀଙ୍କ ନିକଟରେ ସରକାରୀ ଯୋଜନାର ସୁଫଳ ପହଞ୍ଚାଇବା ଏବଂ ସେମାନଙ୍କ ସାମାଜିକ ସୁରକ୍ଷା ସୁନିଶ୍ଚିତ କରିବା ସରକାରଙ୍କ ମୁଖ୍ୟ ଲକ୍ଷ୍ୟ ବୋଲି ମନ୍ତ୍ରୀ ନିଜ ବକ୍ତବ୍ୟରେ ପ୍ରକାଶ କରିଥିଲେ।ଏହି ଅବସରରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ୫୨ ଜଣ ନୂତନ ହିତାଧିକାରୀଙ୍କୁ କାର୍ଯ୍ୟାଦେଶ, ୨୯ ଜଣଙ୍କୁ ବୃଦ୍ଧକାଳୀନ ଭତ୍ତା, ୧୧ ଜଣଙ୍କୁ ବିଧବା ଭତ୍ତା ଏବଂ ଅନ୍ୟାନ୍ୟ ଯୋଗ୍ୟ ହିତାଧିକାରୀଙ୍କୁ ନୂତନ ରାସନ କାର୍ଡ ପ୍ରଦାନ କରାଯାଇଥିଲା।

ଏଥି ସହିତ ସ୍ୱଚ୍ଛତା ହିଁ ସେବା – ୨୦୨୬ ଅବସରରେ ବୁଗୁଡ଼ା ଏନ୍.ଏ.ସି. ପକ୍ଷରୁ ଏନ୍.ଏ.ସି. କାର୍ଯ୍ୟ ନିର୍ବାହୀ ଅଧିକାରୀ ବିଭୂତି ଭୂଷଣ ବେହେରାଙ୍କ ତତ୍ତ୍ୱାବଧାନରେ ‘ସ୍ୱଚ୍ଛତା ହିଁ ସେବା’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ ସ୍ଥାନୀୟ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ମଧ୍ୟରେ ଚିତ୍ରାଙ୍କନ ଓ ବର୍ଜ୍ୟବସ୍ତୁରୁ କଳା ପ୍ରତିଯୋଗିତା ଆୟୋଜିତ ହୋଇଥିଲା। କାର୍ଯ୍ୟକ୍ରମ ଶେଷରେ ମନ୍ତ୍ରୀ ଶ୍ରୀ ମଲ୍ଲିକ, ଏନ୍.ଏ.ସି. ଅଧ୍ୟକ୍ଷ ଚିତ୍ରସେନ ପ୍ରଧାନ କୃତୀ ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରିଥିଲେ।

  • jmjnewso

    Related Posts

    ମା’ ତାରାତାରିଣୀଙ୍କ ହୁଣ୍ଡି ଖୋଲିଲା: ବାହାରିଲା ବିଡ଼ା ବିଡ଼ା ଟଙ୍କା, ସୁନା-ରୂପା,ବିଦେଶୀ ମୁଦ୍ରା ଓ ଭକ୍ତଙ୍କ ଭାବ ବିହ୍ଵଳ ଚିଠି

    Spread the love

    Spread the loveଜେଏମଜେ ବ୍ୟୁରୋ : ଦୀର୍ଘ ଦିନ ପରେ ଖୋଲିଲା ଗଞ୍ଜାମର ପ୍ରସିଦ୍ଧ ମା’ ତାରାତାରିଣୀଙ୍କ ହୁଣ୍ଡି। ହୁଣ୍ଡିରୁ ବାହାରିଲା ବିଡ଼ା ବିଡ଼ା ଟଙ୍କା, ସୁନା, ରୂପା ଓ ବିଦେଶୀ ମୁଦ୍ରା। ମନ୍ଦିର ପରିସରରେ ଥିବା ୫ଟି ହୁଣ୍ଡି ଖୋଲାଯାଇଥିବା…

    ଆଞ୍ଚଳିକ ଜନକଲ୍ୟାଣ ଭିନ୍ନକ୍ଷମ ସଂଗଠନର ନୂଆଁଖାଇ ବନ୍ଧୁମିଳନ

    Spread the love

    Spread the loveବରଗଡ଼ : ଜେଏମଜେ ନ୍ୟୁଜ (କ୍ଷମାନିଧି ବଣ୍ଡୁକି ):ବରଗଡ଼ ଜିଲ୍ଲା ଭେଡେନ ବ୍ଲକ ଅନ୍ତର୍ଗତ ରେଶମ ବଜାର ପ୍ରାଙ୍ଗଣରେ ଆଞ୍ଚଳିକ ଜନକଲ୍ୟାଣ ଭିନ୍ନକ୍ଷମ ସଂଗଠନ ଭେଡେନର ରେଶମ, ଅରେଇଗୁଡି, ଅଇଁଲାପାଲି ଓ ଲୁହାଖଣ୍ଡି ପଞ୍ଚାୟତକୁ ନେଇ ନୂଆଁଖାଇ ବନ୍ଧୁମିଳନ…

    Leave a Reply

    Your email address will not be published. Required fields are marked *

    You Missed

    ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟର ୯ଛାତ୍ର ଥାନାରେ ଅଟକ : ପ୍ରାକ ନିର୍ବାଚନୀ ହିଂସା!

    ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟର ୯ଛାତ୍ର ଥାନାରେ ଅଟକ : ପ୍ରାକ ନିର୍ବାଚନୀ ହିଂସା!

    ଗୋଟିଏ ଦିନରେ ୨୭ ଜଣ ବରିଷ୍ଠ ଓଏଏସ୍‌ ଅଧିକାରୀଙ୍କ ବଦଳି

    ଗୋଟିଏ ଦିନରେ ୨୭ ଜଣ ବରିଷ୍ଠ ଓଏଏସ୍‌ ଅଧିକାରୀଙ୍କ ବଦଳି

    ମା’ ତାରାତାରିଣୀଙ୍କ ହୁଣ୍ଡି ଖୋଲିଲା: ବାହାରିଲା ବିଡ଼ା ବିଡ଼ା ଟଙ୍କା, ସୁନା-ରୂପା,ବିଦେଶୀ ମୁଦ୍ରା ଓ ଭକ୍ତଙ୍କ ଭାବ ବିହ୍ଵଳ ଚିଠି

    ମା’ ତାରାତାରିଣୀଙ୍କ ହୁଣ୍ଡି ଖୋଲିଲା: ବାହାରିଲା ବିଡ଼ା ବିଡ଼ା ଟଙ୍କା, ସୁନା-ରୂପା,ବିଦେଶୀ ମୁଦ୍ରା ଓ ଭକ୍ତଙ୍କ ଭାବ ବିହ୍ଵଳ ଚିଠି

    ନିଲମ୍ବନ ହେବେନି ସିଇସି ଜ୍ଞାନେଶ କୁମାର : ସୁପ୍ରିମକୋର୍ଟ

    ନିଲମ୍ବନ ହେବେନି ସିଇସି ଜ୍ଞାନେଶ କୁମାର : ସୁପ୍ରିମକୋର୍ଟ

    CMO ରୁ ଫାଇଲ ମିସିଂ ଘଟଣା : ୩ ଜଣଙ୍କ ବୟାନ ରେକର୍ଡ