ମା’ ତାରାତାରିଣୀଙ୍କ ହୁଣ୍ଡି ଖୋଲିଲା: ବାହାରିଲା ବିଡ଼ା ବିଡ଼ା ଟଙ୍କା, ସୁନା-ରୂପା,ବିଦେଶୀ ମୁଦ୍ରା ଓ ଭକ୍ତଙ୍କ ଭାବ ବିହ୍ଵଳ ଚିଠି

Spread the love

ଜେଏମଜେ ବ୍ୟୁରୋ : ଦୀର୍ଘ ଦିନ ପରେ ଖୋଲିଲା ଗଞ୍ଜାମର ପ୍ରସିଦ୍ଧ ମା’ ତାରାତାରିଣୀଙ୍କ ହୁଣ୍ଡି। ହୁଣ୍ଡିରୁ ବାହାରିଲା ବିଡ଼ା ବିଡ଼ା ଟଙ୍କା, ସୁନା, ରୂପା ଓ ବିଦେଶୀ ମୁଦ୍ରା। ମନ୍ଦିର ପରିସରରେ ଥିବା ୫ଟି ହୁଣ୍ଡି ଖୋଲାଯାଇଥିବା ବେଳେ ସେଥିରୁ ବାହାରିଛି ବିଡ଼ା ବିଡ଼ା ଟଙ୍କା। ମନ୍ଦିର କାର୍ଯ୍ୟନିର୍ବାହୀ ଅଧିକାରୀ ବିନୋଦ ବେହେରାଙ୍କ ଉପସ୍ଥିତିରେ ଚାଲିଛି ହୁଣ୍ଡି ଟଙ୍କା ଗଣତି।ଟଙ୍କା ଗଣତି କାର୍ଯ୍ୟରେ ନିୟୋଜିତ ହୋଇଛନ୍ତି ପୁରୁଷୋତ୍ତମପୁର ତହସିଲ ସହ ବ୍ୟାଙ୍କ କର୍ମଚାରୀ। ଟଙ୍କା ଗଣତି ବେଳେ ହୁଣ୍ଡିରୁ ମିଳିଛି ବିଭିନ୍ନ ଦେଶର ବିଦେଶୀ ମୁଦ୍ରା ।

ଏହାସହ ମା’ଙ୍କ ରୂପାର ଆଖି, ସୁନା ଗହଣା ଓ ଅନ୍ୟାନ୍ୟ ମୂଲ୍ୟବାନ ସାମଗ୍ରୀ ମଧ୍ୟ ମିଳିଛି। ଏସବୁ ଭିତରେ ସମସ୍ତଙ୍କ ନଜର ଅଟକିଛି ହୁଣ୍ଡିରୁ ବାହାରିଥିବା ଭକ୍ତଙ୍କ ଚିଠି ଉପରେ । କାହାର ଚିଠିରେ ରହିଛି ପରିବାରର ଦୁଃଖ । କିଏ ନିଜ ମା’ଙ୍କ ସୁସ୍ଥତା ପାଇଁ ମା’ ତାରାତାରିଣୀଙ୍କୁ ଗୁହାରି କରିଛି । ଆଉ କିଏ ସରକାରୀ ଚାକିରି ପାଇଁ ମା’ଙ୍କୁ ଲେଖିଛି ଚିଠି। ମାଙ୍କର ଷୋଡ଼ଶ ଉପଚାର ପୂଜା ଚାଲିଥିବା ବେଳେ ଭକ୍ତଙ୍କ ଏହି ଭାବନା ଓ ବିଶ୍ୱାସ ଚର୍ଚ୍ଚାର ବିଷୟ ପାଲଟିଛି ।

  • jmjnewso

    Related Posts

    ବୁଗୁଡ଼ା ଏନ୍‌ଏସିରେ ଜନକଲ୍ୟାଣ କାର୍ଯ୍ୟକ୍ରମ: କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କଲେ ମନ୍ତ୍ରୀ

    Spread the love

    Spread the loveବୁଗୁଡ଼ା,୦୪/୧୦ ଜେଏମଜେ ନ୍ୟୁଜ(ସୋରେନ କୁମାର ପ୍ରଧାନ): ବୁଗୁଡ଼ା ବିଜ୍ଞାପିତ ଅଞ୍ଚଳ ପରିଷଦ କାର୍ଯ୍ୟାଳୟ ପରିସରରେ ହିତାଧିକାରୀମାନଙ୍କୁ ସାମାଜିକ ସୁରକ୍ଷା ଭତ୍ତା, ନୂତନ ରାସନ କାର୍ଡ ଏବଂ ପ୍ରଧାନମନ୍ତ୍ରୀ ଆବାସ ଯୋଜନାର କାର୍ଯ୍ୟାଦେଶ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମରେ…

    ଆଞ୍ଚଳିକ ଜନକଲ୍ୟାଣ ଭିନ୍ନକ୍ଷମ ସଂଗଠନର ନୂଆଁଖାଇ ବନ୍ଧୁମିଳନ

    Spread the love

    Spread the loveବରଗଡ଼ : ଜେଏମଜେ ନ୍ୟୁଜ (କ୍ଷମାନିଧି ବଣ୍ଡୁକି ):ବରଗଡ଼ ଜିଲ୍ଲା ଭେଡେନ ବ୍ଲକ ଅନ୍ତର୍ଗତ ରେଶମ ବଜାର ପ୍ରାଙ୍ଗଣରେ ଆଞ୍ଚଳିକ ଜନକଲ୍ୟାଣ ଭିନ୍ନକ୍ଷମ ସଂଗଠନ ଭେଡେନର ରେଶମ, ଅରେଇଗୁଡି, ଅଇଁଲାପାଲି ଓ ଲୁହାଖଣ୍ଡି ପଞ୍ଚାୟତକୁ ନେଇ ନୂଆଁଖାଇ ବନ୍ଧୁମିଳନ…

    Leave a Reply

    Your email address will not be published. Required fields are marked *

    You Missed

    ଗୋଟିଏ ଦିନରେ ୨୭ ଜଣ ବରିଷ୍ଠ ଓଏଏସ୍‌ ଅଧିକାରୀଙ୍କ ବଦଳି

    ଗୋଟିଏ ଦିନରେ ୨୭ ଜଣ ବରିଷ୍ଠ ଓଏଏସ୍‌ ଅଧିକାରୀଙ୍କ ବଦଳି

    ମା’ ତାରାତାରିଣୀଙ୍କ ହୁଣ୍ଡି ଖୋଲିଲା: ବାହାରିଲା ବିଡ଼ା ବିଡ଼ା ଟଙ୍କା, ସୁନା-ରୂପା,ବିଦେଶୀ ମୁଦ୍ରା ଓ ଭକ୍ତଙ୍କ ଭାବ ବିହ୍ଵଳ ଚିଠି

    ମା’ ତାରାତାରିଣୀଙ୍କ ହୁଣ୍ଡି ଖୋଲିଲା: ବାହାରିଲା ବିଡ଼ା ବିଡ଼ା ଟଙ୍କା, ସୁନା-ରୂପା,ବିଦେଶୀ ମୁଦ୍ରା ଓ ଭକ୍ତଙ୍କ ଭାବ ବିହ୍ଵଳ ଚିଠି

    ନିଲମ୍ବନ ହେବେନି ସିଇସି ଜ୍ଞାନେଶ କୁମାର : ସୁପ୍ରିମକୋର୍ଟ

    ନିଲମ୍ବନ ହେବେନି ସିଇସି ଜ୍ଞାନେଶ କୁମାର : ସୁପ୍ରିମକୋର୍ଟ

    CMO ରୁ ଫାଇଲ ମିସିଂ ଘଟଣା : ୩ ଜଣଙ୍କ ବୟାନ ରେକର୍ଡ

    CMO ରୁ ଫାଇଲ ମିସିଂ ଘଟଣା : ୩ ଜଣଙ୍କ ବୟାନ ରେକର୍ଡ

    ବୁଗୁଡ଼ା ଏନ୍‌ଏସିରେ ଜନକଲ୍ୟାଣ କାର୍ଯ୍ୟକ୍ରମ: କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କଲେ ମନ୍ତ୍ରୀ

    ବୁଗୁଡ଼ା ଏନ୍‌ଏସିରେ ଜନକଲ୍ୟାଣ କାର୍ଯ୍ୟକ୍ରମ: କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କଲେ ମନ୍ତ୍ରୀ

    ୫ ରାଜ୍ୟ ଗସ୍ତ କରିବେ ଡେପୁଟି ଇସି।

    ୫ ରାଜ୍ୟ ଗସ୍ତ କରିବେ ଡେପୁଟି ଇସି।