ରାଜସ୍ୱ ଅଧିକାରୀଙ୍କୁ ସାଵାଡ଼ ପାଇଁ ଜିଲ୍ଲାପାଳଙ୍କୁ ନିର୍ଦେଶ

Spread the love

ସାବାଡ୍‌ ହେବେ ରାଜସ୍ୱ ଅଧିକାରୀ । ଆଉ ଚଳିବନି ଖାମ୍‌ଖିଆଲୀ କାମ । କାର୍ଯ୍ୟରେ ଅବେହଳା କରୁଥିବା କିମ୍ବା ଠକୁଥିବା ରାଜସ୍ୱ ଅଧିକାରୀଙ୍କୁ ସଜାଗ ହୋଇଯାଆନ୍ତୁ। କାମ୍‌ରେ ଯଦି ଠକୁଥିବା ଅବସ୍ଥାରେ ଧରାପଡିନ୍ତି ଆର୍‌ଆଇ, ଏଆର୍‌ଆଇ ଏବଂ ଅମିନ । ତେବେ ସେମାନଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ସମସ୍ତ ଜିଲ୍ଲାପାଳମାନଙ୍କୁ ଚିଠି ଲେଖିଛନ୍ତି ଅତିରିକ୍ତ ମୁଖ୍ୟ ସଚିବ।

ଅତିରିକ୍ତ ମୁଖ୍ୟ ସଚିବ ଦେଓରଞ୍ଜନ କୁମାର ସିଂହ ସମସ୍ତ ଜିଲ୍ଲାପାଳଙ୍କୁ ଚିଠି ଲେଖି କହିଛନ୍ତି ଯେ, କିଛି ରାଜସ୍ବ ଅଧିକାରୀ ଯେପରି ଆରଆଇ, ଏଆରଆଇ ଏବଂ ଅମିନ ସେମାନଙ୍କ କାମ ଠିକ ଭାବରେ କରୁନାହାନ୍ତି । ସାଧାରଣଲୋକଙ୍କୁ ସଠିକ୍‌ ସେବା ଯୋଗାଇବାରେ ବିଫଳ ହେଉଛନ୍ତି । ରାଜସ୍ୱ ଅଧିକାରୀଙ୍କ ଏହି ମନମୁଖି କାମ ପାଇଁ ସାଧାରଣ ଲୋକେ ନାନା ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ଏନେଇ ଅନେକ ଅଭିଯୋଗ ଆସିଛି।

ଯେଉଁ ସ୍ଥାନରେ ରାଜସ୍ବ ଅଧିକାରୀ କାମରେ ଢ଼ିଲା ମାରୁଛନ୍ତି ଲୋକଙ୍କୁ ଉପଯୁକ୍ତ ସେବା ଯୋଗାଉ ନାହାନ୍ତି ତାର ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଚିଠିରେ ନିର୍ଦ୍ଦେଶ ଦେଇଛନ୍ତି । ଏହା ବ୍ୟତୀତ ଆରଆଇମାନେ କଣ କାମ କରିଛନ୍ତି ତାର ଏକ ସମୀକ୍ଷା ରିପୋର୍ଟ ମାଗିବାକୁ ନିର୍ଦ୍ଦେଶ ହୋଇଛି

  • Related Posts

    ଘରେ ଘରେ ଜଳିବ ‘ଆଶୀର୍ବାଦର ଦୀପ’;ମହିଳାଙ୍କୁ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଆହ୍ୱାନ

    Spread the love

    Spread the loveଭୁବନେଶ୍ୱର:ଜେଏମଜେ ନ୍ୟୁଜ : ରାଜ୍ୟର ସମସ୍ତ ମହିଳା ହିତାଧିକାରୀମାନଙ୍କୁ ଆସନ୍ତା ସେପ୍ଟେମ୍ବର ୧୭ ତାରିଖ ସନ୍ଧ୍ୟାରେ ‘ଆଶୀର୍ବାଦର ଦୀପ’ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି ନିଜ ନିଜ ଘରେ ଦୀପ ପ୍ରଜ୍ୱଳନ କରିବା ପାଇଁ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା…

    ଆଜିଠୁ ବ୍ୟାଙ୍କ ଧର୍ମଘଟ, ୫ ଦିନ ଠପ ରହିବ ବ୍ୟାଙ୍କିଙ୍ଗ୍‌ ସେବା !

    Spread the love

    Spread the loveଜେଏମଜେ ନ୍ୟୁଜ : ଆଜିଠୁ ଶୁକ୍ରବାରକୁ ମିଶାଇ ଲଗାତର ୫ ଦିନ ବ୍ୟାଙ୍କିଙ୍ଗ୍ ସେବା ପ୍ରଭାବିତ ହୋଇପାରେ । ୫ ଦିନ କାର୍ଯ୍ୟ ସପ୍ତାହ କାର୍ଯ୍ୟାନ୍ୱୟନରେ ବିଳମ୍ବ, ପ୍ରଦର୍ଶନ-ସଂଯୁକ୍ତ ପ୍ରୋତ୍ସାହନ(ପିଏଲ୍ଆଇ) ସ୍କିମକୁ ନେଇ ମତଭେଦ ଏବଂ ପେନସନ୍ ପ୍ରସଙ୍ଗ…

    Leave a Reply

    Your email address will not be published. Required fields are marked *

    You Missed

    ମାଲକାନଗିରିରେ ଲଗାଣ ବର୍ଷା, ବୁଡ଼ିଲା ପୋଟେରୁ ଓ କାଙ୍ଗୁରକୋଣ୍ଡା ପୋଲ

    • By jmjnewso
    • September 12, 2026
    • 42 views
    ମାଲକାନଗିରିରେ ଲଗାଣ ବର୍ଷା, ବୁଡ଼ିଲା ପୋଟେରୁ ଓ କାଙ୍ଗୁରକୋଣ୍ଡା ପୋଲ

    ଭିଜିଲାନ୍ସ ଜାଲରେ ରାଉରକେଲାର ଅବକାରୀ ଅଧୀକ୍ଷକ

    • By jmjnewso
    • September 12, 2026
    • 36 views
    ଭିଜିଲାନ୍ସ ଜାଲରେ ରାଉରକେଲାର ଅବକାରୀ ଅଧୀକ୍ଷକ

    ଶାନ୍ତିଶୃଙ୍ଖଳାରେ ଗଣେଶ ପୂଜା ପାଇଁ ବୁଗୁଡ଼ା ଥାନାରେ ବୈଠକ

    • By jmjnewso
    • September 12, 2026
    • 32 views
    ଶାନ୍ତିଶୃଙ୍ଖଳାରେ ଗଣେଶ ପୂଜା ପାଇଁ ବୁଗୁଡ଼ା ଥାନାରେ ବୈଠକ

    ଇସ୍ରୋର ଭୟଙ୍କର ଚେତାବନୀ, ଓଡ଼ିଶାକୁ ମାଡ଼ିଆସୁଛି ୩ଟି ସୁପର ସାଇକ୍ଲୋନ

    • By jmjnewso
    • September 12, 2026
    • 58 views
    ଇସ୍ରୋର ଭୟଙ୍କର ଚେତାବନୀ, ଓଡ଼ିଶାକୁ ମାଡ଼ିଆସୁଛି ୩ଟି ସୁପର ସାଇକ୍ଲୋନ

    ରାଜ୍ୟସଭାରୁ ଇସ୍ତଫା ଦେଲେ ବିଜେପି ସାଂସଦ ଦିନେଶ ଶର୍ମା

    • By jmjnewso
    • September 12, 2026
    • 38 views
    ରାଜ୍ୟସଭାରୁ ଇସ୍ତଫା ଦେଲେ ବିଜେପି ସାଂସଦ ଦିନେଶ ଶର୍ମା

    ତିନି ଜିଲ୍ଲାର ଆଇନଶୃଙ୍ଖଳା ସମୀକ୍ଷା କଲେ ପୋଲିସ ଡିଜି

    • By jmjnewso
    • September 12, 2026
    • 32 views
    ତିନି ଜିଲ୍ଲାର ଆଇନଶୃଙ୍ଖଳା ସମୀକ୍ଷା କଲେ ପୋଲିସ ଡିଜି