ଓଡିଶା ବନ୍ଦକୁ ସମର୍ଥନ ଜଣାଇ ରାଜଧାନୀରେ ବନ୍ଦ ରହିବ ଅଟୋ।

Spread the love

ଭୁବନେଶ୍ୱର:  ଜେଏମଜେ ବ୍ୟୁରୋ : କାଲି ଗଡିବନି କୌଣସି ଅଟୋ । ରାଜଧାନୀ ଅଟୋ ଚାଳକ ସଂଘର ଆହ୍ୱାନ ।  ଆସନ୍ତାକାଲି ଓଡିଶା ବନ୍ଦକୁ ସମର୍ଥନ ଜଣାଇ ରାଜଧାନୀ ସମେତ ରାଜ୍ୟର ସମସ୍ତ ଜାଗାରେ ଅଟୋ ଚଳାଚଳ ବନ୍ଦ କରିବାକୁ ନିଷ୍ପତ୍ତି । କୌଣସି ପ୍ରକାରର ଅନଲାଇନ୍ କିମ୍ବା ଅଫଲାଇନ୍ ଅଟୋ ଚାଲିବ ନାହିଁ । ଗତକାଲି ଏନେଇ ଆସୋସିଏସନର ବୈଠକ ବସିଥିଲା । ଅଟୋ ଚଳାଚଳ ସକାଳ ୬ ରୁ ସନ୍ଧ୍ୟା ୬ ପର୍ଯ୍ୟନ୍ତ ବନ୍ଦ ରଖିବା ପାଇଁ ଏଥିରେ ନିଷ୍ପତି ନିଆଯାଇଛି। ନିଜ ଅଞ୍ଚଳରେ ଧାରଣାରେ ସାମିଲ ହେବା ପାଇଁ ମଧ୍ୟ ଅଟୋ ଚାଳକଙ୍କୁ କୁହାଯାଇଛି ।

G, ବସ୍ ଓ ଅନ୍ୟାନ୍ୟ ସରକାରୀ ବେସରକାରୀ ଯାନବାହନ ଚଳାଚଳ ବନ୍ଦ କରିବାକୁ ଆହ୍ୱାନ ଦିଆଯାଇଛି । ତେବେ ହସ୍ପିଟାଲ, ଆମ୍ବୁଲାନ୍ସ, ମେଡିକାଲ ଷ୍ଟୋର ସମେତ ସମସ୍ତ ଜରୁରୀକାଳୀନ ସେବାକୁ ବନ୍ଦରୁ ବାଦ ଦିଆଯିବ । ଏହାସହ ଅଷ୍ଟମ ଓ ନବମ ଶ୍ରେଣୀର ପରୀକ୍ଷା ଦେଉଥିବା ଛାତ୍ରଛାତ୍ରୀଙ୍କୁ କୌଣସି ଅସୁବିଧା ନହୁଏ ଧ୍ୟାନ ଦିଆଯିବ ।

ଇଣ୍ଡିଆ ବ୍ଲକ୍ ନେତାମାନେ କହିଛନ୍ତି ଯେ, ଚାରିଟି ମୁଖ୍ୟ ଦାବିକୁ ନେଇ ଏହି ବନ୍ଦ ଡାକରା ଦିଆଯାଇଛି । ଏସ୍ ଆଇଆର୍ ପ୍ରସଙ୍ଗରେ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଓ ବହିଷ୍କାର ଦାବି କରାଯାଇଛି । ଏମ୍ ଏମ୍ ଡିଆର୍ (MMDR) ଆଇନ ସଂଶୋଧନ ଜରିଆରେ ଓଡ଼ିଶାର ଖଣିଜ ସମ୍ପଦ ଲୁଟ୍ ହେଉଥିବା ଅଭିଯୋଗ କରି ଏହାକୁ ପ୍ରତ୍ୟାହାର କରିବାକୁ ଦାବି ଉଠାଯାଇଛି । ବନ୍ୟା ପୀଡ଼ିତଙ୍କୁ ଯଥେଷ୍ଟ ସହାୟତା ଓ ପୁନର୍ବାସ ଯୋଗାଇବାକୁ ଦାବି କରାଯାଇଛି।ପ୍ରାଥମିକ ଶିକ୍ଷା ପାଠ୍ୟପୁସ୍ତକ ଅନିୟମିତତା ଓ ଶିକ୍ଷା ବ୍ୟବସ୍ଥାରେ ଦୁର୍ନୀତି ପ୍ରସଙ୍ଗରେ ସମ୍ପୃକ୍ତ ମନ୍ତ୍ରୀଙ୍କ ଇସ୍ତଫା ଦାବି କରାଯାଇଛି ।

ସିପିଆଇ ରାଜ୍ୟ ସମ୍ପାଦକ ପ୍ରଶାନ୍ତ ମିଶ୍ର କହିଛନ୍ତି, ଏହି ବନ୍ଦ କେବଳ ଓଡ଼ିଶାର ସ୍ୱାର୍ଥ ପାଇଁ ନୁହେଁ, ବରଂ ସମ୍ବିଧାନ ଓ ଗଣତନ୍ତ୍ରର ସୁରକ୍ଷା ପାଇଁ ମଧ୍ୟ ଏକ ଲଢ଼େଇ । ଓଡ଼ିଶାକୁ ଭଲପାଉଥିବା, ସମ୍ବିଧାନ ଓ ଗଣତନ୍ତ୍ରର ସୁରକ୍ଷା ଚାହୁଁଥିବା ସମସ୍ତ ଜନସାଧାରଣ, ସାମାଜିକ ସଂଗଠନ, ବୁଦ୍ଧିଜୀବୀ, ଆଇନଜୀବୀ ଓ ବିଭିନ୍ନ ଗଣତାନ୍ତ୍ରିକ ଶକ୍ତିଙ୍କୁ ବନ୍ଦରେ ସାମିଲ ହେବାକୁ ସେ ଆହ୍ୱାନ ଦେଇଛନ୍ତି । ଇଣ୍ଡିଆ ବ୍ଲକ୍ ପକ୍ଷରୁ କୁହାଯାଇଛି ଯେ, ବନ୍ଦ ସମ୍ପୂର୍ଣ୍ଣ ଅହିଂସା ଓ ଶାନ୍ତିପୂର୍ଣ୍ଣ ଭାବେ ପାଳନ କରାଯିବ । ରାଜ୍ୟର ବିଭିନ୍ନ ଜିଲ୍ଲାରେ ଏହା ପ୍ରତି ବ୍ୟାପକ ଜନସମର୍ଥନ ମିଳୁଥିବା ଦାବି କରି ଆସନ୍ତା ୮ ତାରିଖରେ ଓଡ଼ିଶା ବନ୍ଦ ସଫଳ ହେବ ବୋଲି ନେତାମାନେ ଆଶା ପ୍ରକାଶ କରିଛନ୍ତି ।

  • jmjnewso

    Related Posts

    ବନ୍ଦ ପାଳନ ନେଇ ଡିଜିପିଙ୍କ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ: ଜନସାଧାରଣଙ୍କ ସୁରକ୍ଷାକୁ ସର୍ବାଧିକ ଗୁରୁତ୍ୱ

    Spread the love

    Spread the loveଭୁବନେଶ୍ବର:ଜେଏମଜେ ନ୍ୟୁଜ : ଆସନ୍ତା ୮ ଅକ୍ଟୋବରରେ ରାଜନୈତିକ ଦଳ ପକ୍ଷରୁ ଓଡ଼ିଶା ବନ୍ଦକୁ ନଜରରେ ରଖି ରାଜ୍ୟରେ ଶାନ୍ତି-ଶୃଙ୍ଖଳା ଓ ସୁରକ୍ଷା ବ୍ୟବସ୍ଥା ସମ୍ପର୍କରେ ରାଜ୍ୟ ପୋଲିସ ମୁଖ୍ୟାଳୟଠାରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ବିନୟତୋଷ ମିଶ୍ରଙ୍କ ଅଧ୍ୟକ୍ଷତାରେ…

    ଦିନିକିଆ ସୁନାବେଡା ଗସ୍ତ ରେ ଦେଶର ପ୍ରତିରକ୍ଷା ମନ୍ତ୍ରୀ।

    Spread the love

    Spread the loveକୋରାପୁଟ : ଜେମେଜେ ନ୍ୟୁଜ : କୋରାପୁଟ ଜିଲ୍ଲାର ସୁନାବେଡ଼ାସ୍ଥିତ ହିନ୍ଦୁସ୍ତାନ ଏରୋନଟିକ୍ସ ଲିମିଟେଡ୍‌ ଗସ୍ତ କରିଛନ୍ତି କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ। ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ହାଲ ହେଲିପ୍ୟାଡ୍‌ରେ ପହଞ୍ଚିବା ପରେ ପ୍ରତିରକ୍ଷା ମନ୍ତ୍ରୀ ସିଧାସଳଖ…

    Leave a Reply

    Your email address will not be published. Required fields are marked *

    You Missed

    ବନ୍ଦ ପାଳନ ନେଇ ଡିଜିପିଙ୍କ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ: ଜନସାଧାରଣଙ୍କ ସୁରକ୍ଷାକୁ ସର୍ବାଧିକ ଗୁରୁତ୍ୱ

    ବନ୍ଦ ପାଳନ ନେଇ ଡିଜିପିଙ୍କ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ: ଜନସାଧାରଣଙ୍କ ସୁରକ୍ଷାକୁ ସର୍ବାଧିକ ଗୁରୁତ୍ୱ

    ଓଡିଶା ବନ୍ଦକୁ ସମର୍ଥନ ଜଣାଇ ରାଜଧାନୀରେ ବନ୍ଦ ରହିବ ଅଟୋ।

    ଓଡିଶା ବନ୍ଦକୁ ସମର୍ଥନ ଜଣାଇ ରାଜଧାନୀରେ ବନ୍ଦ ରହିବ ଅଟୋ।

    କାଲି ଓଡିଶା ବନ୍ଦ: ହେଲେ ଚାଲିବ ଘରୋଇ ବସ।

    କାଲି ଓଡିଶା ବନ୍ଦ:  ହେଲେ ଚାଲିବ ଘରୋଇ ବସ।

    ଗୋଦାବରିଶ ସୂଲ ସ୍ଥାପନ ଦାବିରେ ଜିଲ୍ଲାପ୍ରଶାସନର ଦ୍ୱାରସ୍ଥ ହେଲେ ଗ୍ରାମବାସୀ..

    ଗୋଦାବରିଶ ସୂଲ ସ୍ଥାପନ ଦାବିରେ ଜିଲ୍ଲାପ୍ରଶାସନର ଦ୍ୱାରସ୍ଥ ହେଲେ ଗ୍ରାମବାସୀ..

    ଗଞ୍ଜାମ ଜିଲ୍ଲା ସ୍ତରୀୟ ୭୦ ତମ ଖୋ ଖୋ କ୍ରୀଡା ପ୍ରତିଯୋଗିତା ଉଦ୍ଘାଟିତ

    ଗଞ୍ଜାମ ଜିଲ୍ଲା ସ୍ତରୀୟ ୭୦ ତମ ଖୋ ଖୋ କ୍ରୀଡା ପ୍ରତିଯୋଗିତା ଉଦ୍ଘାଟିତ

    ରାଜ୍ୟରେ IAS ସ୍ତରରେ ବଡ଼ ଅଦଳବଦଳ: ୭ IASଙ୍କୁ ନୂଆ ଦାୟିତ୍ୱ, ବଦଳିଲେ ନବରଙ୍ଗପୁର ଓ ନୂଆପଡ଼ା ଜିଲ୍ଲାପାଳ

    ରାଜ୍ୟରେ IAS ସ୍ତରରେ ବଡ଼ ଅଦଳବଦଳ: ୭ IASଙ୍କୁ ନୂଆ ଦାୟିତ୍ୱ, ବଦଳିଲେ ନବରଙ୍ଗପୁର ଓ ନୂଆପଡ଼ା ଜିଲ୍ଲାପାଳ