ସାଧାରଣ ବଣ୍ଟନ ବ୍ୟବସ୍ଥା ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା

Spread the love

ସାଧାରଣ ବଣ୍ଟନ ବ୍ୟବସ୍ଥା ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା..
ହିତାଧିକାରୀ ପିଛା ୧୫ କିଲୋ ଲେଖାଏ ତିନିମାସର ଆଗୁଆ ଚାଉଳ ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ..
ଖାଦ୍ୟ ସୁରକ୍ଷା ଯୋଜନାରୁ ବାଦ୍ ପଡିଥିବା ୧.୩୧ ଲକ୍ଷ ଶ୍ରମିକଙ୍କୁ
ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ତୁରନ୍ତ ସାମିଲ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି.ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ସାଧାରଣ ବଣ୍ଟନ ବ୍ୟବସ୍ଥା ସମ୍ପର୍କରେ ସମୀକ୍ଷା କରି ହିତାଧିକାରୀ ମାନଙ୍କୁ ତିନି ମାସର ଚାଉଳ ଆଗୁଆ ପ୍ରଦାନ କରିବା ପାଇଁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି।
ବୈଠକର ଆଲୋଚନାରୁ ଜଣାଯାଇଛି ଯେ ରାଜ୍ୟ ସରକାର ଇ-ଶ୍ରମିକ ଭାବରେ ପଞ୍ଜୀକରଣ କରିଥିବା ସବୁ ଶ୍ରମିକ ମାନଙ୍କୁ ସାଧାରଣ ବଣ୍ଟନ ବ୍ୟବସ୍ଥାରେ ସାମିଲ କରିବା ପାଇଁ ପଦକ୍ଷେପ ନେଉଛନ୍ତି। ଇ-ଶ୍ରମିକରେ ପଞ୍ଜୀକୃତ ହୋଇଥିବା ୧କୋଟି ୩୦ଲକ୍ଷ ଶ୍ରମିକଙ୍କ ମଧ୍ୟରୁ ପ୍ରାୟ ସମସ୍ତେ ସାମିଲ ହୋଇଥିବା ବେଳେ ଆଉ ୧ଲକ୍ଷ ୩୧ ହଜାର ଶ୍ରମିକ ବାକି ରହିଛନ୍ତି। ସେମାନଙ୍କୁ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ତୁରନ୍ତ ସାମିଲ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ବୈଠକରେ ୱାନ ନେସନ୍ ୱାନ ରେସନ ବ୍ୟବସ୍ଥା ସମ୍ପର୍କରେ ମଧ୍ୟ ଆଲୋଚନା ହୋଇଥିଲା। ଅନ୍ୟ ରାଜ୍ୟରେ ରହୁଥିବା ପ୍ରବାସୀ ଓଡିଆ ମାନଙ୍କର ଇ-କେ.ୱାଇ.ସି ବ୍ୟବସ୍ଥାକୁ ତ୍ବରାନ୍ବିତ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।
ବୈଠକରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଶ୍ରୀ କୃଷ୍ଣଚନ୍ଦ୍ର ପାତ୍ର, ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ନିକୁଞ୍ଜ ବିହାରୀ ଧଳ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ବୀର ବିକ୍ରମ ଯାଦବ ପ୍ରମୁଖ ଉପସ୍ଥିତ ଥିଲେ।
ବ୍ୟୁରୋ ରିପୋର୍ଟ jmj ନ୍ୟୁଜ

  • Related Posts

    ଘରେ ଘରେ ଜଳିବ ‘ଆଶୀର୍ବାଦର ଦୀପ’;ମହିଳାଙ୍କୁ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଆହ୍ୱାନ

    Spread the love

    Spread the loveଭୁବନେଶ୍ୱର:ଜେଏମଜେ ନ୍ୟୁଜ : ରାଜ୍ୟର ସମସ୍ତ ମହିଳା ହିତାଧିକାରୀମାନଙ୍କୁ ଆସନ୍ତା ସେପ୍ଟେମ୍ବର ୧୭ ତାରିଖ ସନ୍ଧ୍ୟାରେ ‘ଆଶୀର୍ବାଦର ଦୀପ’ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି ନିଜ ନିଜ ଘରେ ଦୀପ ପ୍ରଜ୍ୱଳନ କରିବା ପାଇଁ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା…

    ଆଜିଠୁ ବ୍ୟାଙ୍କ ଧର୍ମଘଟ, ୫ ଦିନ ଠପ ରହିବ ବ୍ୟାଙ୍କିଙ୍ଗ୍‌ ସେବା !

    Spread the love

    Spread the loveଜେଏମଜେ ନ୍ୟୁଜ : ଆଜିଠୁ ଶୁକ୍ରବାରକୁ ମିଶାଇ ଲଗାତର ୫ ଦିନ ବ୍ୟାଙ୍କିଙ୍ଗ୍ ସେବା ପ୍ରଭାବିତ ହୋଇପାରେ । ୫ ଦିନ କାର୍ଯ୍ୟ ସପ୍ତାହ କାର୍ଯ୍ୟାନ୍ୱୟନରେ ବିଳମ୍ବ, ପ୍ରଦର୍ଶନ-ସଂଯୁକ୍ତ ପ୍ରୋତ୍ସାହନ(ପିଏଲ୍ଆଇ) ସ୍କିମକୁ ନେଇ ମତଭେଦ ଏବଂ ପେନସନ୍ ପ୍ରସଙ୍ଗ…

    Leave a Reply

    Your email address will not be published. Required fields are marked *

    You Missed

    ମାଲକାନଗିରିରେ ଲଗାଣ ବର୍ଷା, ବୁଡ଼ିଲା ପୋଟେରୁ ଓ କାଙ୍ଗୁରକୋଣ୍ଡା ପୋଲ

    • By jmjnewso
    • September 12, 2026
    • 42 views
    ମାଲକାନଗିରିରେ ଲଗାଣ ବର୍ଷା, ବୁଡ଼ିଲା ପୋଟେରୁ ଓ କାଙ୍ଗୁରକୋଣ୍ଡା ପୋଲ

    ଭିଜିଲାନ୍ସ ଜାଲରେ ରାଉରକେଲାର ଅବକାରୀ ଅଧୀକ୍ଷକ

    • By jmjnewso
    • September 12, 2026
    • 36 views
    ଭିଜିଲାନ୍ସ ଜାଲରେ ରାଉରକେଲାର ଅବକାରୀ ଅଧୀକ୍ଷକ

    ଶାନ୍ତିଶୃଙ୍ଖଳାରେ ଗଣେଶ ପୂଜା ପାଇଁ ବୁଗୁଡ଼ା ଥାନାରେ ବୈଠକ

    • By jmjnewso
    • September 12, 2026
    • 32 views
    ଶାନ୍ତିଶୃଙ୍ଖଳାରେ ଗଣେଶ ପୂଜା ପାଇଁ ବୁଗୁଡ଼ା ଥାନାରେ ବୈଠକ

    ଇସ୍ରୋର ଭୟଙ୍କର ଚେତାବନୀ, ଓଡ଼ିଶାକୁ ମାଡ଼ିଆସୁଛି ୩ଟି ସୁପର ସାଇକ୍ଲୋନ

    • By jmjnewso
    • September 12, 2026
    • 58 views
    ଇସ୍ରୋର ଭୟଙ୍କର ଚେତାବନୀ, ଓଡ଼ିଶାକୁ ମାଡ଼ିଆସୁଛି ୩ଟି ସୁପର ସାଇକ୍ଲୋନ

    ରାଜ୍ୟସଭାରୁ ଇସ୍ତଫା ଦେଲେ ବିଜେପି ସାଂସଦ ଦିନେଶ ଶର୍ମା

    • By jmjnewso
    • September 12, 2026
    • 38 views
    ରାଜ୍ୟସଭାରୁ ଇସ୍ତଫା ଦେଲେ ବିଜେପି ସାଂସଦ ଦିନେଶ ଶର୍ମା

    ତିନି ଜିଲ୍ଲାର ଆଇନଶୃଙ୍ଖଳା ସମୀକ୍ଷା କଲେ ପୋଲିସ ଡିଜି

    • By jmjnewso
    • September 12, 2026
    • 32 views
    ତିନି ଜିଲ୍ଲାର ଆଇନଶୃଙ୍ଖଳା ସମୀକ୍ଷା କଲେ ପୋଲିସ ଡିଜି