ସାଧାରଣ ବଣ୍ଟନ ବ୍ୟବସ୍ଥା ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା

Spread the love

ସାଧାରଣ ବଣ୍ଟନ ବ୍ୟବସ୍ଥା ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା..
ହିତାଧିକାରୀ ପିଛା ୧୫ କିଲୋ ଲେଖାଏ ତିନିମାସର ଆଗୁଆ ଚାଉଳ ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ..
ଖାଦ୍ୟ ସୁରକ୍ଷା ଯୋଜନାରୁ ବାଦ୍ ପଡିଥିବା ୧.୩୧ ଲକ୍ଷ ଶ୍ରମିକଙ୍କୁ
ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ତୁରନ୍ତ ସାମିଲ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି.ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ସାଧାରଣ ବଣ୍ଟନ ବ୍ୟବସ୍ଥା ସମ୍ପର୍କରେ ସମୀକ୍ଷା କରି ହିତାଧିକାରୀ ମାନଙ୍କୁ ତିନି ମାସର ଚାଉଳ ଆଗୁଆ ପ୍ରଦାନ କରିବା ପାଇଁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି।
ବୈଠକର ଆଲୋଚନାରୁ ଜଣାଯାଇଛି ଯେ ରାଜ୍ୟ ସରକାର ଇ-ଶ୍ରମିକ ଭାବରେ ପଞ୍ଜୀକରଣ କରିଥିବା ସବୁ ଶ୍ରମିକ ମାନଙ୍କୁ ସାଧାରଣ ବଣ୍ଟନ ବ୍ୟବସ୍ଥାରେ ସାମିଲ କରିବା ପାଇଁ ପଦକ୍ଷେପ ନେଉଛନ୍ତି। ଇ-ଶ୍ରମିକରେ ପଞ୍ଜୀକୃତ ହୋଇଥିବା ୧କୋଟି ୩୦ଲକ୍ଷ ଶ୍ରମିକଙ୍କ ମଧ୍ୟରୁ ପ୍ରାୟ ସମସ୍ତେ ସାମିଲ ହୋଇଥିବା ବେଳେ ଆଉ ୧ଲକ୍ଷ ୩୧ ହଜାର ଶ୍ରମିକ ବାକି ରହିଛନ୍ତି। ସେମାନଙ୍କୁ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ତୁରନ୍ତ ସାମିଲ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ବୈଠକରେ ୱାନ ନେସନ୍ ୱାନ ରେସନ ବ୍ୟବସ୍ଥା ସମ୍ପର୍କରେ ମଧ୍ୟ ଆଲୋଚନା ହୋଇଥିଲା। ଅନ୍ୟ ରାଜ୍ୟରେ ରହୁଥିବା ପ୍ରବାସୀ ଓଡିଆ ମାନଙ୍କର ଇ-କେ.ୱାଇ.ସି ବ୍ୟବସ୍ଥାକୁ ତ୍ବରାନ୍ବିତ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।
ବୈଠକରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଶ୍ରୀ କୃଷ୍ଣଚନ୍ଦ୍ର ପାତ୍ର, ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ନିକୁଞ୍ଜ ବିହାରୀ ଧଳ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ବୀର ବିକ୍ରମ ଯାଦବ ପ୍ରମୁଖ ଉପସ୍ଥିତ ଥିଲେ।
ବ୍ୟୁରୋ ରିପୋର୍ଟ jmj ନ୍ୟୁଜ

  • Related Posts

    ବାତ୍ୟା ସତ୍ତ୍ୱେ ଜାରି ରହିବ ଡିପ୍ଲୋମା ଇନ ଏଲିମେଣ୍ଟାରୀ ଏଜୁକେସନ ଖାତାଦେଖା,କିନ୍ତୁ ୫ ଜିଲ୍ଲାରେ ସ୍ଥଗିତ

    Spread the love

    Spread the love କଟକ :  ଜେଏମଜେ ନ୍ୟୁଜ : ବାତ୍ୟା ଅର୍ଣ୍ଣବ ସତ୍ତ୍ୱେ ଚାଲିବ ମାଧ୍ୟମିକ ଶିକ୍ଷା ପରିଷଦର ଡିପ୍ଲୋମା ଇନ ଏଲିମେଣ୍ଟାରୀ ଏଜୁକେସନ ଖାତା ଦେଖା। କିନ୍ତୁ ୫ ଟି ଜିଲ୍ଲାରେ ବୋର୍ଡ ପକ୍ଷରୁ ଖାତା ଦେଖା ସ୍ଥଗିତ…

    ବାତ୍ୟା ମୁକାବିଲା ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ: ଏସ୍ଆରସି

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ବ୍ୟୁରୋ : ବାତ୍ୟା ମୁକାବିଲା ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି । ସ୍ୱତନ୍ତ୍ର ରିଲିଫ କମିଶନର ରାଜେଶ ପ୍ରଭାକର ପାଟିଲ ଏ ନେଇ ସମୀକ୍ଷା ମଧ୍ୟ କରିଛନ୍ତି । ଏସ୍ଆର୍ସି କହିଛନ୍ତି…

    Leave a Reply

    Your email address will not be published. Required fields are marked *

    You Missed

    କାଲି ନୁହେଁ ଆଜି ରାତିରେ ହିଁ ଲ୍ୟାଣ୍ଡଫଲ କରିବ ବାତ୍ୟା ଅର୍ଣ୍ଣବ

    କାଲି ନୁହେଁ ଆଜି ରାତିରେ ହିଁ ଲ୍ୟାଣ୍ଡଫଲ କରିବ ବାତ୍ୟା ଅର୍ଣ୍ଣବ

    କଳିଙ୍ଗା ଘାଟି ସ୍ଥିତି ଅନୁଧ୍ୟାନ କଲେ ପ୍ରଶାସନିକ ଟିମ୍‌

    କଳିଙ୍ଗା ଘାଟି ସ୍ଥିତି ଅନୁଧ୍ୟାନ କଲେ ପ୍ରଶାସନିକ ଟିମ୍‌

    ଭୁବନେଶ୍ୱରରୁ ଦକ୍ଷିଣ ଓଡ଼ିଶାକୁ ବସ୍‌ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ, ଗଡ଼ିବନି ୧୫୦ରୁ ଅଧିକ ବସ୍‌

    ଭୁବନେଶ୍ୱରରୁ ଦକ୍ଷିଣ ଓଡ଼ିଶାକୁ ବସ୍‌ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ, ଗଡ଼ିବନି ୧୫୦ରୁ ଅଧିକ ବସ୍‌

    ଦାରିଙ୍ଗବାଡି ପ୍ରଶାସନର ବଡ଼ ପଦକ୍ଷେପ: ଭୂସ୍ଖଳନ ଭୟରେ ଗାଜଲବାଡି ଘାଟି ସିଲ୍‌

    ଦାରିଙ୍ଗବାଡି ପ୍ରଶାସନର ବଡ଼ ପଦକ୍ଷେପ: ଭୂସ୍ଖଳନ ଭୟରେ ଗାଜଲବାଡି ଘାଟି ସିଲ୍‌

    ଘଣ୍ଟା ପ୍ରତି ୨୦ କିମି ବେଗରେ ମାଡି ଆସୁଛି ଅର୍ଣ୍ଣବ, ପ୍ରବଳରୁ ଅତି ପ୍ରବଳ ବର୍ଷା ଓ୍ବାର୍ଣ୍ଣିଂ