ଭୁବନେଶ୍ୱରରେ ନବନିଯୁକ୍ତ ଓଡ଼ିଶା ରାଜ୍ୟପାଳ ବ୍ରଜମୋହନ ରାମ;ବିମାନବନ୍ଦରରେ ଗାର୍ଡ ଅଫ୍‌ ଅନର

Spread the love

ଭୁବନେଶ୍ବର:ଜେଏମଜେ ନ୍ୟୁଜ : ଓଡ଼ିଶାରେ ନବନିଯୁକ୍ତ ରାଜ୍ୟପାଳ ବ୍ରଜମୋହନ ରାମ । ରାଜ୍ୟପାଳଙ୍କ ଆଗମନ ଏବଂ ଶପଥ ଗ୍ରହଣ ଉତ୍ସବ ପାଇଁ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଏବଂ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି ।

ଆଜି ମଧ୍ୟାହ୍ନ ୧୨ଟା ୩୦ ମିନିଟ୍ ସମୟରେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିଛନ୍ତି। ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ଭବ୍ୟ ସ୍ୱାଗତ ସହ ଗାର୍ଡ ଅଫ୍ ଅନର ପ୍ରଦାନ କରାଯାଇଛି ।

ବିମାନବନ୍ଦରରେ ତାଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ମନ୍ତ୍ରିମଣ୍ଡଳର ଅନେକ ସଦସ୍ୟ, ବାଚସ୍ପତି ସୁରମା ପାଢ଼ୀ, ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ପ୍ରମୁଖ ସ୍ବାଗତ କରିଛନ୍ତି। ତାଙ୍କୁ ଗାର୍ଡ ଅଫ୍ ଅନର୍ ପ୍ରଦାନ କରାଯାଇଛି।ରାଜ୍ୟପାଳଙ୍କ ସହ ଝାଡ଼ଖଣ୍ଡରୁ ପ୍ରାୟ ୩୦୦ଜଣ ଅତିଥି ଆସିଛନ୍ତି। ଆସନ୍ତା ୧୮ତାରିଖରେ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କରିବେ। ଏଥିପାଇଁ ଓଡ଼ିଶା ଲୋକଭବନ ପକ୍ଷରୁ ଜୋରଦାର୍ ପ୍ରସ୍ତୁତି ଶେଷ ହୋଇଛି। ୧୮ତାରିଖ ପୂର୍ବାହ୍ନ ୧୧ଟାରେ ଲୋକଭବନର ନୂଆ ଅଭିଷେକ ହଲ୍‌ରେ ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ହରିଶ ଟଣ୍ଡନ ନୂଆ ରାଜ୍ୟପାଳଙ୍କୁ ଶପଥ ପାଠ କରାଇବେ।

ସୂଚନାଥାଉକି,ନବ ନିଯୁକ୍ତ ରାଜ୍ୟପାଳ ବିମାନବନ୍ଦରରୁ ସିଧା ପୁରୀ ଯାଇ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ ଓ ପୂଜାର୍ଚ୍ଚନା କରିବେ । ସନ୍ଧ୍ୟାରେ ପୁରୀରୁ ଫେରି ରାତି ୭ଟା ୨୫ରେ ଲୋକଭବନରେ ପହଞ୍ଚିବେ ବୋଲି ସୂଚନା ରହିଛି ।

  • jmjnewso

    Related Posts

    ଲାଲକୃଷ୍ଣ ଆଡଭାନୀ ଅସୁସ୍ଥ, ଆଇସିୟୁରେ ଚାଲିଛି ଚିକିତ୍ସା

    Spread the love

    Spread the loveନୂଆଦିଲ୍ଲୀ : ଜେଏମଜେ ନ୍ୟୁଜ : ବରିଷ୍ଠ ବିଜେପି ନେତା ଲାଲ୍‌ କୃଷ୍ଣ ଆଡଭାନୀ ହଠାତ୍‌ ଅସୁସ୍ଥ ହୋଇ ପଡ଼ିଛନ୍ତି। ଶ୍ବାସନଳୀ ସଂକ୍ରମଣ ଯୋଗୁ ଆଡଭାନୀଙ୍କୁ ଦିଲ୍ଲୀର ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ପଲ୍‌ମୋନାରି (ଫୁସ୍‌ଫୁସ୍‌) ବିଭାଗର ଏକ…

    ୩୦୦ ଅତିଥିଙ୍କୁ ନେଇ ଓଡିଶା ଆସୁଛନ୍ତି ନୂଆ ରାଜ୍ୟପାଳ : ୧୮ ତାରିଖରେ ଶପଥ ନେବେ

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ଓଡ଼ିଶା ଆସୁଛନ୍ତି ନବ ନିଯୁକ୍ତ ରାଜ୍ୟପାଳ ବ୍ରଜ ମୋହନ ରାମ । ସେ ୧୮ ତାରିଖରେ ଶପଥ ନେବେ । ସାଙ୍ଗରେ ୩୦୦ ଅତିଥିଙ୍କୁ ନେଇ ଆସୁଥିବା ବେଳେ ସେମାନଙ୍କ ଚର୍ଚ୍ଚା…

    Leave a Reply

    Your email address will not be published. Required fields are marked *

    You Missed

    ପଞ୍ଚାୟତ ସଜବାଜ ମୈଦାନ କୁ ଓଲ୍ହାଇଲା ବିଜେଡି ବଡ ଖଇରଖମା ରେ ସାଂଗଠନିକ ବୈଠକ

    ପଞ୍ଚାୟତ ସଜବାଜ ମୈଦାନ କୁ ଓଲ୍ହାଇଲା ବିଜେଡି ବଡ ଖଇରଖମା ରେ ସାଂଗଠନିକ ବୈଠକ

    ବିକାଶ ର ଡିଣ୍ଡମ ଭିତରେ…ମା’ କାଳୀ ମନ୍ଦିରକୁ ପକ୍କା ରାସ୍ତା କେବେ ?

    ବିକାଶ ର ଡିଣ୍ଡମ ଭିତରେ…ମା’ କାଳୀ ମନ୍ଦିରକୁ ପକ୍କା ରାସ୍ତା କେବେ ?

    ଭୁବନେଶ୍ୱରରେ ନବନିଯୁକ୍ତ ଓଡ଼ିଶା ରାଜ୍ୟପାଳ ବ୍ରଜମୋହନ ରାମ;ବିମାନବନ୍ଦରରେ ଗାର୍ଡ ଅଫ୍‌ ଅନର

    ଭୁବନେଶ୍ୱରରେ ନବନିଯୁକ୍ତ ଓଡ଼ିଶା ରାଜ୍ୟପାଳ ବ୍ରଜମୋହନ ରାମ;ବିମାନବନ୍ଦରରେ ଗାର୍ଡ ଅଫ୍‌ ଅନର

    ଲାଲକୃଷ୍ଣ ଆଡଭାନୀ ଅସୁସ୍ଥ, ଆଇସିୟୁରେ ଚାଲିଛି ଚିକିତ୍ସା

    ଲାଲକୃଷ୍ଣ ଆଡଭାନୀ ଅସୁସ୍ଥ, ଆଇସିୟୁରେ ଚାଲିଛି ଚିକିତ୍ସା

    ୩୦୦ ଅତିଥିଙ୍କୁ ନେଇ ଓଡିଶା ଆସୁଛନ୍ତି ନୂଆ ରାଜ୍ୟପାଳ : ୧୮ ତାରିଖରେ ଶପଥ ନେବେ

    ୩୦୦ ଅତିଥିଙ୍କୁ ନେଇ ଓଡିଶା ଆସୁଛନ୍ତି ନୂଆ ରାଜ୍ୟପାଳ : ୧୮ ତାରିଖରେ ଶପଥ ନେବେ

    ଅକ୍ଟୋବର ୨୫ରେ ଓଡ଼ିଶା ଆସିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

    ଅକ୍ଟୋବର ୨୫ରେ ଓଡ଼ିଶା ଆସିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି