କାର୍ତ୍ତିକ ମାସ ପାଇଁ ବୁଦ୍ଧଖୋଲରେ ପ୍ରସ୍ତୁତି ବୈଠକ

Spread the love

ବୁଗୁଡ଼ା,୨୨/୧୦ ଜେଏମଜେ(ସୋରେନ କୁମାର ପ୍ରଧାନ): ଆଗାମୀ ପବିତ୍ର କାର୍ତ୍ତିକ ମାସରେ ଆଧ୍ୟାତ୍ମିକ ତଥା ପର୍ଯ୍ୟଟନ ସ୍ଥଳୀ ବୁଦ୍ଧଖୋଲକୁ ଆସୁଥିବା ଭକ୍ତ ଓ ପର୍ଯ୍ୟଟକମାନଙ୍କ ସୁରକ୍ଷା, ସୁବିଧା ଏବଂ ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥାକୁ ଦୃଷ୍ଟିରେ ରଖି ଆଜି ବୁଦ୍ଧଖୋଲଠାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି।ବୁଦ୍ଧଖୋଲ ଉନ୍ନୟନ ସମିତିର ସଭାପତି ତଥା ରାଜ୍ୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ବିଭାଗର ମନ୍ତ୍ରୀ ଶ୍ରୀ ଗୋକୁଳାନନ୍ଦ ମଲ୍ଲିକଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ବୈଠକରେ ବୁଗୁଡ଼ା ବିଡିଓ ଦୁତିକୃଷ୍ଣ ପାତ୍ର, ତହସିଲଦାର ତାପସ ରାଉତ, ବୁଦ୍ଧଖୋଲ ଉନ୍ନୟନ ସମିତିର ସମ୍ପାଦକ ଗଙ୍ଗାଧର ବିଷୋୟୀଙ୍କ ସମେତ ସମିତିର ବିଭିନ୍ନ କାର୍ଯ୍ୟକର୍ତ୍ତା ଉପସ୍ଥିତ ଥିଲେ।ବୈଠକରେ କାର୍ତ୍ତିକ ମାସରେ ବୁଦ୍ଧଖୋଲକୁ ଆସୁଥିବା ଭକ୍ତ ଓ ପର୍ଯ୍ୟଟକଙ୍କ ଭିଡ଼କୁ ଦୃଷ୍ଟିରେ ରଖି ସେମାନଙ୍କ ସୁରକ୍ଷା, ପାନୀୟ ଜଳ ଯୋଗାଣ, ଆଲୋକୀକରଣ ଏବଂ ପରିମଳ ବ୍ୟବସ୍ଥା ଉପରେ ଆଲୋଚନା କରାଯାଇଥିଲା। ଏଥିସହ ଭକ୍ତମାନେ ଯେପରି ସୁବିଧାରେ ଓ ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ, ସେଥିପାଇଁ ଆବଶ୍ୟକୀୟ ବ୍ୟବସ୍ଥାଗୁଡ଼ିକୁ ତ୍ୱରାନ୍ୱିତ କରିବା ସହ ଭିତ୍ତିଭୂମି ଓ ମୌଳିକ ସୁବିଧାର ସୁପରିଚାଳନା ଉପରେ ଗୁରୁତ୍ୱ ଦିଆଯାଇଥିଲା।ଭକ୍ତ ଓ ପର୍ଯ୍ୟଟକମାନଙ୍କ ଯାତ୍ରାକୁ ସୁରକ୍ଷିତ, ସୁବିଧାଜନକ ଓ ଆନନ୍ଦଦାୟକ କରିବା ପାଇଁ ଆବଶ୍ୟକ ପଦକ୍ଷେପ ଶୀଘ୍ର ଗ୍ରହଣ କରିବାକୁ ମନ୍ତ୍ରୀ ଶ୍ରୀ ମଲ୍ଲିକ ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ। କାର୍ତ୍ତିକ ମାସରେ ବୁଦ୍ଧଖୋଲକୁ ଆସୁଥିବା ଶ୍ରଦ୍ଧାଳୁମାନେ ଯେପରି କୌଣସି ଅସୁବିଧାର ସମ୍ମୁଖୀନ ନହୁଅନ୍ତି, ସେଥିପ୍ରତି ସମ୍ପୃକ୍ତ ବିଭାଗ ଓ ଉନ୍ନୟନ ସମିତି ମିଳିତ ଭାବେ ଧ୍ୟାନ ଦେବା ଉପରେ ଆଲୋଚନା ହୋଇଥିଲା।

  • jmjnewso

    Related Posts

    ତଳେ ପୋଖରୀର ଦୂଷିତ ଜଳ, ଉପରେ ବିପଦାତ୍ମକ ବିଦ୍ୟୁତ ତାର

    Spread the love

    Spread the love ବ୍ରହ୍ମପୁର :ଜେଏମଜେ ନ୍ୟୁଜ : (ବିଭୁତି ଶତପଥୀ ): ତଳେ ପୋଖରୀର ଦୂଷିତ ଜଳ, ଆଉ ଉପରେ ମୃତ୍ୟୁର ଫାଶୀ ଏ ଦୃଶ୍ୟ ହେଉଛି ଗଞ୍ଜାମ ଜିଲ୍ଲା କୁକୁଡାଖଣ୍ଡି ବ୍ଲକ ଲାଠି ପଞ୍ଚାୟତ ବେନ୍ଦାଳିଆ ଗ୍ରାମର। ଏବେ…

    ହାଡ଼ିଗୁଡ଼ାରେ ବିଜେପିର ସାଂଗଠନିକ ବୈଠକ ଓ ମିଶ୍ରଣ ପର୍ବ

    Spread the love

    Spread the loveକାଶୀପୁର: ଜେଏମଜେ ନ୍ୟୁଜ (ସୁପ୍ରିୟା ଷଡ଼ଙ୍ଗୀ ): ରାୟଗଡ଼ା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ କାଶୀପୁର ବ୍ଲକ୍‌ର ଡଙ୍ଗାସିଲ୍ ମଣ୍ଡଳ ଅଧୀନସ୍ଥ ହାଡ଼ିଗୁଡ଼ାଠାରେ ଆଜି ଭାରତୀୟ ଜନତା ପାର୍ଟି (ବିଜେପି) ପକ୍ଷରୁ ଏକ ସାଂଗଠନିକ ବୈଠକ ଓ ମିଶ୍ରଣ ପର୍ବ ଆୟୋଜିତ…

    Leave a Reply

    Your email address will not be published. Required fields are marked *

    You Missed

    ବାତ୍ୟା ସତ୍ତ୍ୱେ ଜାରି ରହିବ ଡିପ୍ଲୋମା ଇନ ଏଲିମେଣ୍ଟାରୀ ଏଜୁକେସନ ଖାତାଦେଖା,କିନ୍ତୁ ୫ ଜିଲ୍ଲାରେ ସ୍ଥଗିତ

    ବାତ୍ୟା ସତ୍ତ୍ୱେ ଜାରି ରହିବ ଡିପ୍ଲୋମା ଇନ ଏଲିମେଣ୍ଟାରୀ ଏଜୁକେସନ ଖାତାଦେଖା,କିନ୍ତୁ ୫ ଜିଲ୍ଲାରେ ସ୍ଥଗିତ

    ବୁଗୁଡ଼ା ଅବକାରୀ ବିଭାଗର ବଡ଼ ସଫଳତା;୧୦୦ ଗ୍ରାମ ଧଳା ଜହର ସହ ଜଣେ ଗିରଫ

    ବୁଗୁଡ଼ା ଅବକାରୀ ବିଭାଗର ବଡ଼ ସଫଳତା;୧୦୦ ଗ୍ରାମ ଧଳା ଜହର ସହ ଜଣେ ଗିରଫ

    ତଳେ ପୋଖରୀର ଦୂଷିତ ଜଳ, ଉପରେ ବିପଦାତ୍ମକ ବିଦ୍ୟୁତ ତାର

    ତଳେ ପୋଖରୀର ଦୂଷିତ ଜଳ, ଉପରେ ବିପଦାତ୍ମକ ବିଦ୍ୟୁତ ତାର

    ବାତ୍ୟା ‘ଅର୍ଣ୍ଣବ’ପୂର୍ବରୁ ଆଶ୍ରୟସ୍ଥଳୀ ବୁଲି ଯାଞ୍ଚ କଲେ ଜିଲ୍ଲାପାଳ

    ବାତ୍ୟା ‘ଅର୍ଣ୍ଣବ’ପୂର୍ବରୁ ଆଶ୍ରୟସ୍ଥଳୀ ବୁଲି ଯାଞ୍ଚ କଲେ ଜିଲ୍ଲାପାଳ

    ଆଜିଠୁ ଆରମ୍ଭ ହୋଇଛି ମହାକାର୍ତ୍ତିକ ବ୍ରତ

    ଆଜିଠୁ ଆରମ୍ଭ ହୋଇଛି ମହାକାର୍ତ୍ତିକ ବ୍ରତ

    ବାତ୍ୟା ମୁକାବିଲା ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ: ଏସ୍ଆରସି

    ବାତ୍ୟା ମୁକାବିଲା ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ: ଏସ୍ଆରସି