ବଙ୍ଗୋପସାଗରରେ ଭୀଷଣ ବାତ୍ୟା ଆଶଙ୍କା, ଓଡ଼ିଶା ପାଇଁ ବଢ଼ିଲା ଚିନ୍ତା

Spread the love

ଭୁବନେଶ୍ୱର : ଜେଏମଜେ ନ୍ୟୁଜ : ଆସୁଛି ବାତ୍ୟା ! ଏଥିପାଇଁ ପାଗ ସମ୍ପୂର୍ଣ୍ଣ ଅନୁକୂଳ ଥିବା ପାଣିପାଗ ବିଶେଷଜ୍ଞ ମାନେ କହିଛନ୍ତି । ଅକ୍ଟୋବର ୨୩ ତାରିଖ ବେଳକୁ ଦକ୍ଷିଣ ପୂର୍ବ ଓ ପୂର୍ବ କେନ୍ଦ୍ର ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ଆକଳନ କରାଯାଇଛି । ଏହା ପରେ ଅଧିକ ଘନୀଭୂତ ହୋଇ ୨୪ ବେଳକୁ ସଦୃଶ୍ୟ ଲଘୁଚାପ ଓ ୨୫ ତାରିଖ ଅପରାହ୍ନରେ ଅବପାତରେ ପରିଣତ ହେବାକୁ ନେଇ ପୂର୍ବାନୁମାନ କରିଛନ୍ତି ପାଣିପାଗ ବିଶେଷଜ୍ଞ ।

୨୭ ତାରିଖ ବେଳକୁ ଏହା ବାତ୍ୟାର ରୂପ ନେଇ ସିଭିଅର ସାଇକ୍ଲୋନ୍ ଭାବେ ଆନ୍ଧ୍ରପ୍ରଦେଶ ମୁହାଁ ହେବ । ୨୮ ତାରିଖରେ ଏହା ଉପକୂଳ ଛୁଇଁବ ବୋଲି ଆକଳନ କରାଯାଇଛି । ତେଣୁ ଅବପାତ ରୂପ ନେବା ପରେ ବାତ୍ୟାକୁ ନେଇ ସଠିକ୍ ଚିତ୍ର ସାମ୍ନାକୁ ଆସିବ ବୋଲି ପାଣିପାଗ ବିଶେଷଜ୍ଞ କହୁଛନ୍ତି । ଏହା ବାତ୍ୟାର ରୂପ ନେବା ପରେ ଅଧିକ ଶକ୍ତିଶାଳୀ ହେବାକୁ ନେଇ ମଧ୍ୟ ପୂର୍ବାନୁମାନ କରାଯାଇଛି ।

ଅନ୍ୟପଟେ ବଙ୍ଗୋପସାଗରରେ ସମ୍ଭାବ୍ୟ ଭୀଷଣ ବାତ୍ୟାକୁ ନେଇ ବଢ଼ିଲା ଚିନ୍ତା । ବର୍ତ୍ତମାନର ପାଣିପାଗ ମଡେଲ୍ର ଆକଳନ ଅନୁଯାୟୀ, ଆସନ୍ତା ଅକ୍ଟୋବର ୨୮ ତାରିଖ ପାଖାପାଖି ଆନ୍ଧ୍ରପ୍ରଦେଶର କାକିନାଡ଼ା ନିକଟରେ ବାତ୍ୟା ସ୍ଥଳଭାଗ ଛୁଇଁବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଉପକୂଳ ଆନ୍ଧ୍ରପ୍ରଦେଶ ସମେତ ଓଡ଼ିଶା ଓ ଛତିଶଗଡ଼ର ବିଭିନ୍ନ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । କେତେକ ସ୍ଥାନରେ ଜଳବନ୍ଦୀ ଓ ସ୍ଥାନୀୟ ବନ୍ୟା ପରିସ୍ଥିତି ସୃଷ୍ଟି ହେବାର ମଧ୍ୟ ଆଶଙ୍କା ରହିଛି ।୨୫ ପରେ ସ୍ଥିତି ହେବ ସ୍ପଷ୍ଟ ଏହାର ପ୍ରଭାବରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ହେବାର ଆଶଙ୍କା ରହିଛି । ୨୬ ତାରିଖ ଅପରାହ୍ନରୁ ୭୫ରୁ ୧୦୦ କି.ମି.

ବେଗରେ ପବନ ବହିବାର ସମ୍ଭାବନା ରହିଛି । ଗଞ୍ଜାମ, ପୁରୀ, ଗଜପତି, ରାୟଗଡ଼ା, ନୟାଗଡ଼, ଖୋର୍ଦ୍ଧା, ଜଗତସିଂହପୁର, କଟକ ଜିଲ୍ଲାରେ ସମ୍ଭାବ୍ୟ ବାତ୍ୟାର ପ୍ରଭାବ ପଡ଼ିପାରେ । ସମ୍ଭାବ୍ୟ ବାତ୍ୟା ସ୍ଥଳଭାଗ ଛୁଇଁବା ପରେ ଆଭ୍ୟନ୍ତରୀଣ ଓଡ଼ିଶାରେ ବଢ଼ିବ ବର୍ଷାର ପରିମାଣ । ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗିର, ବଲାଙ୍ଗିର, ବରଗଡ଼ରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା । ତେବେ ଏହା ବର୍ତ୍ତମାନର ମଡେଲ୍ ଆଧାରିତ ପ୍ରାରମ୍ଭିକ ଆକଳନ । ବାତ୍ୟାର ଗତିପଥ, ତୀବ୍ରତା ଓ ସ୍ଥଳଭାଗ ଛୁଇଁବା ସ୍ଥାନରେ ପରିବର୍ତ୍ତନ ହୋଇପାରେ । 

  • jmjnewso

    Related Posts

    ଓଡ଼ିଶାକୁ ବାତ୍ୟା ଭୟ ! ୨୬ରୁ ବଢ଼ିବ ବର୍ଷା: ବିଭିନ୍ନ ଜିଲ୍ଲାରେ ରେଡ୍‌ ଆଲର୍ଟ ଜାରି କଲା ପାଣିପାଗ ବିଭାଗ

    Spread the love

    Spread the loveଜେଏମଜେ ନ୍ୟୁଜ : ଓଡ଼ିଶାକୁ ମାଡ଼ି ଆସୁଛି ବାତ୍ୟା । ଆସନ୍ତାକାଲି ଅବପାତ ସୃଷ୍ଟି ହେବା ପରେ ୨୫ରେ ଗଭୀର ଅବପାତରେ ପରିଣତ ହେବ । ଏହାପରେ ୨୬ ସକାଳ ବେଳକୁ ଏହା ବାତ୍ୟାର ରୂପ ନେଇପାରେ ।…

    ଏଆଇ ଅପବ୍ୟବହାର ଉପରେ ରୋକ୍, ସମସ୍ତ ଟିଭି ଚ୍ୟାନେଲକୁ ନିର୍ଦ୍ଦେଶ

    Spread the love

    Spread the loveଜେଏମଜେ ବ୍ୟୁରୋ : ଟିଭି ଚ୍ୟାନେଲ୍‌ଙ୍କୁ କେନ୍ଦ୍ରର ଚେତାବନୀ। ଏଆଇ ଅପବ୍ୟବହାର ରୋକ। ଦେଶର ସମସ୍ତ ଘରୋଇ ସାଟେଲାଇଟ୍ ଟିଭି ଚ୍ୟାନେଲ୍ ପାଇଁ କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ଆଦେଶନାମା ଜାରି କରାଯାଇଛି।…

    Leave a Reply

    Your email address will not be published. Required fields are marked *

    You Missed

    କାଲି ନୁହେଁ ଆଜି ରାତିରେ ହିଁ ଲ୍ୟାଣ୍ଡଫଲ କରିବ ବାତ୍ୟା ଅର୍ଣ୍ଣବ

    କାଲି ନୁହେଁ ଆଜି ରାତିରେ ହିଁ ଲ୍ୟାଣ୍ଡଫଲ କରିବ ବାତ୍ୟା ଅର୍ଣ୍ଣବ

    କଳିଙ୍ଗା ଘାଟି ସ୍ଥିତି ଅନୁଧ୍ୟାନ କଲେ ପ୍ରଶାସନିକ ଟିମ୍‌

    କଳିଙ୍ଗା ଘାଟି ସ୍ଥିତି ଅନୁଧ୍ୟାନ କଲେ ପ୍ରଶାସନିକ ଟିମ୍‌

    ଭୁବନେଶ୍ୱରରୁ ଦକ୍ଷିଣ ଓଡ଼ିଶାକୁ ବସ୍‌ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ, ଗଡ଼ିବନି ୧୫୦ରୁ ଅଧିକ ବସ୍‌

    ଭୁବନେଶ୍ୱରରୁ ଦକ୍ଷିଣ ଓଡ଼ିଶାକୁ ବସ୍‌ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ, ଗଡ଼ିବନି ୧୫୦ରୁ ଅଧିକ ବସ୍‌

    ଦାରିଙ୍ଗବାଡି ପ୍ରଶାସନର ବଡ଼ ପଦକ୍ଷେପ: ଭୂସ୍ଖଳନ ଭୟରେ ଗାଜଲବାଡି ଘାଟି ସିଲ୍‌

    ଦାରିଙ୍ଗବାଡି ପ୍ରଶାସନର ବଡ଼ ପଦକ୍ଷେପ: ଭୂସ୍ଖଳନ ଭୟରେ ଗାଜଲବାଡି ଘାଟି ସିଲ୍‌

    ଘଣ୍ଟା ପ୍ରତି ୨୦ କିମି ବେଗରେ ମାଡି ଆସୁଛି ଅର୍ଣ୍ଣବ, ପ୍ରବଳରୁ ଅତି ପ୍ରବଳ ବର୍ଷା ଓ୍ବାର୍ଣ୍ଣିଂ

    ଘଣ୍ଟା ପ୍ରତି ୨୦ କିମି ବେଗରେ ମାଡି ଆସୁଛି ଅର୍ଣ୍ଣବ, ପ୍ରବଳରୁ ଅତି ପ୍ରବଳ ବର୍ଷା ଓ୍ବାର୍ଣ୍ଣିଂ

    ବାତ୍ୟା ସତ୍ତ୍ୱେ ଜାରି ରହିବ ଡିପ୍ଲୋମା ଇନ ଏଲିମେଣ୍ଟାରୀ ଏଜୁକେସନ ଖାତାଦେଖା,କିନ୍ତୁ ୫ ଜିଲ୍ଲାରେ ସ୍ଥଗିତ

    ବାତ୍ୟା ସତ୍ତ୍ୱେ ଜାରି ରହିବ ଡିପ୍ଲୋମା ଇନ ଏଲିମେଣ୍ଟାରୀ ଏଜୁକେସନ ଖାତାଦେଖା,କିନ୍ତୁ ୫ ଜିଲ୍ଲାରେ ସ୍ଥଗିତ