ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ଓଡ଼ିଶା ଅଗ୍ନିଶମ ବିଭାଗ ପକ୍ଷରୁ ବ୍ୟାପକ ପ୍ରସ୍ତୁତି

Spread the love

ଭୁବନେଶ୍ଵର:ଜେଏମଜେ ନ୍ୟୁଜ : ​ସମ୍ଭାବ୍ୟ ବାତ୍ୟା “ଅର୍ଣ୍ଣବ”କୁ ଦୃଷ୍ଟିରେ ରଖି ଓଡ଼ିଶା ଅଗ୍ନିଶମ ବିଭାଗ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଆରମ୍ଭ କରାଯାଇଛି। ବର୍ତ୍ତମାନର ଅନୁମାନ ଅନୁସାରେ ଏହି ବାତ୍ୟା କାକିନାଡ଼ା ଆଡ଼କୁ ଅଗ୍ରସର ହେଉଥିବା ବେଳେ ପାଣିପାଗ ବିଭାଗ ପକ୍ଷରୁ ଆଜି ବାତ୍ୟାର ଗତିପଥ ଓ ଦିଗ ସଂକ୍ରାନ୍ତରେ ଆକଳନ କରାଯାଇ ମାନଚିତ୍ର ଜାରି କରାଯିବ।

ବାତ୍ୟା ସମୟରେ ପବନର ବେଗ ଘଣ୍ଟାପ୍ରତି ୧୨୫ କିଲୋମିଟର ପର୍ଯ୍ୟନ୍ତ ହୋଇପାରେ,ଯାହାଫଳରେ ଗଛ ଓ ବିଦ୍ୟୁତ ଖୁଣ୍ଟି ପଡ଼ିଯିବା ସହ ବିଦ୍ୟୁତ ସରବରାହ ବାଧାପ୍ରାପ୍ତ ହେବାର ସମ୍ଭାବନା ରହିଛି ଏବଂ ଆସନ୍ତା ଅକ୍ଟୋବର ୨୭ ଓ ୨୮ ତାରିଖରେ ପ୍ରବଳ ବର୍ଷା ଜାରି ରହିବାର ସମ୍ଭାବନା ରହିଛି ।

ଏହି ସମ୍ଭାବ୍ୟ ବିପର୍ଯ୍ୟୟର ମୁକାବିଲା କରିବା ପାଇଁ ଓଡ଼ିଶାର ୬ଟି ଜିଲ୍ଲା ବିଶେଷ କରି ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ନବରଙ୍ଗପୁର ଓ ମାଲକାନଗିରିରେ ଥିବା ସମସ୍ତ ଅଗ୍ନିଶମ କେନ୍ଦ୍ରର କର୍ମଚାରୀମାନେ ସମ୍ପୂର୍ଣ୍ଣ ସତର୍କ ରହିବା ସହ ସମସ୍ତ ଅଗ୍ନିଶମ କେନ୍ଦ୍ରକୁ ହାଇ ଆଲର୍ଟରେ ରଖାଯାଇଛି ଏବଂ ଉଦ୍ଧାର କାର୍ଯ୍ୟ ପାଇଁ ଆବଶ୍ୟକୀୟ ସମସ୍ତ ଯନ୍ତ୍ରପାତି ଯଥା ଇନ୍‌ଫ୍ଲେଟେବଲ୍ ବୋଟ୍, ଆଉଟ୍‌ବୋର୍ଡ ମୋଟର୍, ଲାଇଫ୍‌ବୋଟ୍, ଲାଇଫ୍ ଜ୍ୟାକେଟ୍, ଉଚ୍ଚ କ୍ଷମତାସମ୍ପନ୍ନ ଜଳ ନିଷ୍କାସନ ପମ୍ପ, ହାଇଡ୍ରୋଲିକ୍ କଟର୍, ହାଇଡ୍ରୋଲିକ୍ ସ୍ପ୍ରେଡର୍, ପ୍ରାଥମିକ ଚିକିତ୍ସା କିଟ୍ ଏବଂ ସର୍ଚ୍ଚଲାଇଟ୍ ଇତ୍ୟାଦି ପ୍ରସ୍ତୁତ ରଖାଯାଇଛି।ବର୍ତ୍ତମାନ ମୁଖ୍ୟତଃ ପ୍ରବଳ ବର୍ଷାକୁ ଆଖିଆଗରେ ରଖି ଅଗ୍ନିଶମ ବିଭାଗ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଥିବା ବେଳେ ଯଦି ବାତ୍ୟା ନିଜର ଦିଗ ପରିବର୍ତ୍ତନ କରେ, ସେଥିପାଇଁ ମଧ୍ୟ ବିଭାଗ ପକ୍ଷରୁ ସମସ୍ତ ଜରୁରୀ ପଦକ୍ଷେପ ଗ୍ରହଣ କରାଯିବ।

  • jmjnewso

    Related Posts

    କାଲି ନୁହେଁ ଆଜି ରାତିରେ ହିଁ ଲ୍ୟାଣ୍ଡଫଲ କରିବ ବାତ୍ୟା ଅର୍ଣ୍ଣବ

    Spread the love

    Spread the loveଜେଏମଜେ ବ୍ୟୁରୋ : କାଲି ନୁହେଁ ଆଜି ରାତିରେ ହିଁ ଲ୍ୟାଣ୍ଡଫଲ କରିବ ବାତ୍ୟା ଅର୍ଣ୍ଣବ । ହଠାତ୍ ବଦଳିଲା ବାତ୍ୟା ଲ୍ୟାଣ୍ଡଫଲର ସମୟ । ଆଜି ରାତି ୨ଟାରୁ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ ପ୍ରକ୍ରିୟା ଆରମ୍ଭ ହେବା…

    ଘଣ୍ଟା ପ୍ରତି ୨୦ କିମି ବେଗରେ ମାଡି ଆସୁଛି ଅର୍ଣ୍ଣବ, ପ୍ରବଳରୁ ଅତି ପ୍ରବଳ ବର୍ଷା ଓ୍ବାର୍ଣ୍ଣିଂ

    Spread the love

    Spread the loveଜେଏମଜେ ବ୍ୟୁରୋ : ବଙ୍ଗୋପସାଗରରେ ଭୀଷଣ ରୂପ ଧରି ସ୍ଥଳଭାଗକୁ ମାଡ଼ି ଆସୁଛି ସାମୁଦ୍ରିକ ଝଡ଼ ଅର୍ଣ୍ଣବ। ଘଣ୍ଟା ପ୍ରତି ୨୦ କିମି ବେଗରେ ମାଡି ଆସୁଛି ବାତ୍ୟା ଅର୍ଣ୍ଣବ। ଆନ୍ଧ୍ର ପ୍ରଦେଶର କାକିନାଡ଼ା ପାଖରେ ସ୍ଥଳଭାଗ ଛୁଇଁବ…

    Leave a Reply

    Your email address will not be published. Required fields are marked *

    You Missed

    କାଲି ନୁହେଁ ଆଜି ରାତିରେ ହିଁ ଲ୍ୟାଣ୍ଡଫଲ କରିବ ବାତ୍ୟା ଅର୍ଣ୍ଣବ

    କାଲି ନୁହେଁ ଆଜି ରାତିରେ ହିଁ ଲ୍ୟାଣ୍ଡଫଲ କରିବ ବାତ୍ୟା ଅର୍ଣ୍ଣବ

    କଳିଙ୍ଗା ଘାଟି ସ୍ଥିତି ଅନୁଧ୍ୟାନ କଲେ ପ୍ରଶାସନିକ ଟିମ୍‌

    କଳିଙ୍ଗା ଘାଟି ସ୍ଥିତି ଅନୁଧ୍ୟାନ କଲେ ପ୍ରଶାସନିକ ଟିମ୍‌

    ଭୁବନେଶ୍ୱରରୁ ଦକ୍ଷିଣ ଓଡ଼ିଶାକୁ ବସ୍‌ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ, ଗଡ଼ିବନି ୧୫୦ରୁ ଅଧିକ ବସ୍‌

    ଭୁବନେଶ୍ୱରରୁ ଦକ୍ଷିଣ ଓଡ଼ିଶାକୁ ବସ୍‌ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ, ଗଡ଼ିବନି ୧୫୦ରୁ ଅଧିକ ବସ୍‌

    ଦାରିଙ୍ଗବାଡି ପ୍ରଶାସନର ବଡ଼ ପଦକ୍ଷେପ: ଭୂସ୍ଖଳନ ଭୟରେ ଗାଜଲବାଡି ଘାଟି ସିଲ୍‌

    ଦାରିଙ୍ଗବାଡି ପ୍ରଶାସନର ବଡ଼ ପଦକ୍ଷେପ: ଭୂସ୍ଖଳନ ଭୟରେ ଗାଜଲବାଡି ଘାଟି ସିଲ୍‌

    ଘଣ୍ଟା ପ୍ରତି ୨୦ କିମି ବେଗରେ ମାଡି ଆସୁଛି ଅର୍ଣ୍ଣବ, ପ୍ରବଳରୁ ଅତି ପ୍ରବଳ ବର୍ଷା ଓ୍ବାର୍ଣ୍ଣିଂ

    ଘଣ୍ଟା ପ୍ରତି ୨୦ କିମି ବେଗରେ ମାଡି ଆସୁଛି ଅର୍ଣ୍ଣବ, ପ୍ରବଳରୁ ଅତି ପ୍ରବଳ ବର୍ଷା ଓ୍ବାର୍ଣ୍ଣିଂ

    ବାତ୍ୟା ସତ୍ତ୍ୱେ ଜାରି ରହିବ ଡିପ୍ଲୋମା ଇନ ଏଲିମେଣ୍ଟାରୀ ଏଜୁକେସନ ଖାତାଦେଖା,କିନ୍ତୁ ୫ ଜିଲ୍ଲାରେ ସ୍ଥଗିତ

    ବାତ୍ୟା ସତ୍ତ୍ୱେ ଜାରି ରହିବ ଡିପ୍ଲୋମା ଇନ ଏଲିମେଣ୍ଟାରୀ ଏଜୁକେସନ ଖାତାଦେଖା,କିନ୍ତୁ ୫ ଜିଲ୍ଲାରେ ସ୍ଥଗିତ