ପ୍ରଧାନମନ୍ତ୍ରୀ ଙ୍କ ଦ୍ୱାରା RBI ଡାଟା ସେଣ୍ଟର ଉଦଘାଟିତ

Spread the love

ଭୁବନେଶ୍ୱର: ଜେଏମଜେ ନ୍ୟୁଜ : ନୂଆ ଭାରତ ନିର୍ମାଣରେ ନୂଆ ଅବଦାନ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି (ଅକ୍ଟୋବର ୨୫, ୨୦୨୬) ଖୋର୍ଦ୍ଧା ଜିଲ୍ଲା ଜଟଣୀର ଇନଫୋ ଭ୍ୟାଲି-୨ ରେ ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ର ଗ୍ରୀନ ଫିଲ୍ଡ ଡାଟା ସେଣ୍ଟର ଏବଂ ସାଇବର ସୁରକ୍ଷା ପ୍ରଶିକ୍ଷଣ ପ୍ରତିଷ୍ଠାନକୁ ଉଦଘାଟନ କରିଛନ୍ତି। ଆହୁରୀ ଅଧିକ ସୁରକ୍ଷିତ ହେଲା ତଥ୍ୟ। ଦେଶର ବିକାଶ ପାଇଁ କରିବ କାର୍ଯ୍ୟ।

ଏହାସହ ଏକ ଟ୍ରେନିଂ ଇନଷ୍ଟିଚ୍ୟୁଟର ଉଦଘାଟନ ମଧ୍ୟ କରିଛନ୍ତି ପ୍ରଧାନମନ୍ତ୍ରୀ। ପ୍ରଧାନମନ୍ତ୍ରୀ ମୋଦୀ ରବିବାର ଅପରାହ୍ଣ ପ୍ରାୟ ୪ଟା ୧୦ରେ ବାୟୁସେନାର ଏକ ସ୍ବତନ୍ତ୍ର ବିମାନରେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିଥିଲେ। ସେଠାରୁ ବାୟୁସେନାର ସ୍ବତନ୍ତ୍ର ହେଲିକପ୍ଟରରେ ପ୍ରଧାନମନ୍ତ୍ରୀ ଇନଫୋଭ୍ୟାଲି ହେଲିପ୍ୟାଡରେ ପହଞ୍ଚିବା ପରେ ସେଠାରେ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ରାଜ୍ୟପାଳ ଏବଂ ମୁଖ୍ୟମନ୍ତ୍ରୀ ସ୍ବାଗତ ସ୍ବାଗତ କରିଥିଲେ । ସେଠାରୁ ଆର୍‌ବିଆଇ ଡାଟା ସେଣ୍ଟରରେ ପହଞ୍ଚି ପ୍ରତିଷ୍ଠାନକୁ ଉଦ୍‌ଘାଟନ କରିଥିଲେ।ଉଦ୍‌ଘାଟନୀ ପରେ ସେ ସଡ଼କ ପଥରେ ଭୁବନେଶ୍ବର ବିମାନବନ୍ଦରକୁ ଫେରିଯିବେ । ୬ଟା ୩୫ରେ ଭୁବନେଶ୍ବରରୁ ଦିଲ୍ଲୀ ଅଭିମୁଖେ ଫେରିଯିବାର କାର୍ଯ୍ୟକ୍ରମ ରହିଛି । ପ୍ରଧାନମନ୍ତ୍ରୀଙ୍କ ଏହି କାର୍ଯ୍ୟକ୍ରମରେ ରାଜ୍ୟପାଳ ବ୍ରଜମୋହନ ରାମ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ର ଅର୍ଥମନ୍ତ୍ରୀ ନୀର୍ମଳା ସୀତାରମଣ, ଆର୍‌ବିଆଇ ଗଭର୍ଣ୍ଣର ସଞ୍ଜୟ ମାଲହୋତ୍ରା, ଭୁବନେଶ୍ବର ସାଂସଦ ଅପରାଜିତା ଷଡ଼ଙ୍ଗୀ ଯୋଗଦେଥିଲେ ।

  • jmjnewso

    Related Posts

    ବାତ୍ୟା ସତ୍ତ୍ୱେ ଜାରି ରହିବ ଡିପ୍ଲୋମା ଇନ ଏଲିମେଣ୍ଟାରୀ ଏଜୁକେସନ ଖାତାଦେଖା,କିନ୍ତୁ ୫ ଜିଲ୍ଲାରେ ସ୍ଥଗିତ

    Spread the love

    Spread the love କଟକ :  ଜେଏମଜେ ନ୍ୟୁଜ : ବାତ୍ୟା ଅର୍ଣ୍ଣବ ସତ୍ତ୍ୱେ ଚାଲିବ ମାଧ୍ୟମିକ ଶିକ୍ଷା ପରିଷଦର ଡିପ୍ଲୋମା ଇନ ଏଲିମେଣ୍ଟାରୀ ଏଜୁକେସନ ଖାତା ଦେଖା। କିନ୍ତୁ ୫ ଟି ଜିଲ୍ଲାରେ ବୋର୍ଡ ପକ୍ଷରୁ ଖାତା ଦେଖା ସ୍ଥଗିତ…

    ବାତ୍ୟା ମୁକାବିଲା ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ: ଏସ୍ଆରସି

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ବ୍ୟୁରୋ : ବାତ୍ୟା ମୁକାବିଲା ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି । ସ୍ୱତନ୍ତ୍ର ରିଲିଫ କମିଶନର ରାଜେଶ ପ୍ରଭାକର ପାଟିଲ ଏ ନେଇ ସମୀକ୍ଷା ମଧ୍ୟ କରିଛନ୍ତି । ଏସ୍ଆର୍ସି କହିଛନ୍ତି…

    Leave a Reply

    Your email address will not be published. Required fields are marked *

    You Missed

    ବାତ୍ୟା ସତ୍ତ୍ୱେ ଜାରି ରହିବ ଡିପ୍ଲୋମା ଇନ ଏଲିମେଣ୍ଟାରୀ ଏଜୁକେସନ ଖାତାଦେଖା,କିନ୍ତୁ ୫ ଜିଲ୍ଲାରେ ସ୍ଥଗିତ

    ବାତ୍ୟା ସତ୍ତ୍ୱେ ଜାରି ରହିବ ଡିପ୍ଲୋମା ଇନ ଏଲିମେଣ୍ଟାରୀ ଏଜୁକେସନ ଖାତାଦେଖା,କିନ୍ତୁ ୫ ଜିଲ୍ଲାରେ ସ୍ଥଗିତ

    ବୁଗୁଡ଼ା ଅବକାରୀ ବିଭାଗର ବଡ଼ ସଫଳତା;୧୦୦ ଗ୍ରାମ ଧଳା ଜହର ସହ ଜଣେ ଗିରଫ

    ବୁଗୁଡ଼ା ଅବକାରୀ ବିଭାଗର ବଡ଼ ସଫଳତା;୧୦୦ ଗ୍ରାମ ଧଳା ଜହର ସହ ଜଣେ ଗିରଫ

    ତଳେ ପୋଖରୀର ଦୂଷିତ ଜଳ, ଉପରେ ବିପଦାତ୍ମକ ବିଦ୍ୟୁତ ତାର

    ତଳେ ପୋଖରୀର ଦୂଷିତ ଜଳ, ଉପରେ ବିପଦାତ୍ମକ ବିଦ୍ୟୁତ ତାର

    ବାତ୍ୟା ‘ଅର୍ଣ୍ଣବ’ପୂର୍ବରୁ ଆଶ୍ରୟସ୍ଥଳୀ ବୁଲି ଯାଞ୍ଚ କଲେ ଜିଲ୍ଲାପାଳ

    ବାତ୍ୟା ‘ଅର୍ଣ୍ଣବ’ପୂର୍ବରୁ ଆଶ୍ରୟସ୍ଥଳୀ ବୁଲି ଯାଞ୍ଚ କଲେ ଜିଲ୍ଲାପାଳ

    ଆଜିଠୁ ଆରମ୍ଭ ହୋଇଛି ମହାକାର୍ତ୍ତିକ ବ୍ରତ

    ଆଜିଠୁ ଆରମ୍ଭ ହୋଇଛି ମହାକାର୍ତ୍ତିକ ବ୍ରତ

    ବାତ୍ୟା ମୁକାବିଲା ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ: ଏସ୍ଆରସି

    ବାତ୍ୟା ମୁକାବିଲା ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ: ଏସ୍ଆରସି