ବାତ୍ୟାର ଗତିପଥ ନେଇ ବଡ଼ ସୂଚନା, ଆନ୍ଧ୍ର ଆଡକୁ ମୁଁହାଇବ ଓଡ଼ିଶାରେ ଉଡ଼ାଇବ କମ୍ ବୁଡ଼ାଇବ ବେଶୀ। IMD DG ଙ୍କ ଆକଳନ

Spread the love

ଜେଏମଜେ ବ୍ୟୁରୋ : ପୂର୍ବ-କେନ୍ଦ୍ରୀୟ ଏବଂ ସଂଲଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଏବେ ଘନୀଭୂତ ହେଉଛି । ଯଦିଓ ଏହି ସମ୍ଭାବ୍ୟ ବାତ୍ୟାଟି ଆନ୍ଧ୍ରପ୍ରଦେଶ ଉପକୂଳ ବାପଟ୍ଲା ଏବଂ ବିଶାଖାପଟନମ୍ ମଧ୍ୟରେ ଅତିକ୍ରମ କରିବା ନେଇ ଆକଳନ କରିଛି ଆଇଏମ୍ଡି । ଆନ୍ଧ୍ର ଆଡ଼କୁ ମୁହାଁଇବ ବାତ୍ୟା କିନ୍ତୁ ଓଡ଼ିଶାରେ ଉଡ଼ାଇବ କମ୍ ବୁଡ଼ାଇବ ବେଶୀ ।

ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ଆଶଙ୍କା ରହିଥିବା କହିଛନ୍ତି ଆଇଏମ୍ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର । ବଙ୍ଗୋପସାଗରରେ ଗଭୀର ଅବପାତଟି ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରୁଛି । ଏହା ସୋମବାର ସକାଳ ସୁଦ୍ଧା ଏକ ବାତ୍ୟାର ରୂପ ନେବାର ସମ୍ଭାବନୀ ରହିଛି । ଏହା ୨୭ ରୁ ୨୮ ତାରିଖ ମଧ୍ୟରେ ଏକ ଅଧିକ ଶକ୍ତିଶାଳୀ ଭୟଙ୍କର ବାତ୍ୟାର ରୂପ ନେଇପାରେ ।

ସମୁଦ୍ର ଅଶାନ୍ତ ରହିଥିବାରୁ ବର୍ତ୍ତମାନ ପବନର ବେଗ ଘଣ୍ଟାପ୍ରତି ୫୦ ରୁ ୬୦ କିଲୋମିଟର ରହିଥିବା ବେଳେ ଝଟକା ପବନ ବେଗ ୭୦ କିଲୋମିଟର ରହିଛି । ବାତ୍ୟା ସ୍ଥଳଭାଗ ଛୁଇଁବା ସମୟରେ ପବନର ବେଗ ଘଣ୍ଟାପ୍ରତି ୧୧୫ ରୁ ୧୨୫ କିଲୋମିଟର ରହିବା ବେଳେ ୧୪୦ କିଲୋମିଟର ପର୍ଯ୍ୟନ୍ତ ଝଟକା ପବନ ବହିବାର ସମ୍ଭାବନା ରହିଛି । ଓଡ଼ିଶା ଉପରେ ପ୍ରଭାବ ଏବଂ ବର୍ଷାର ପୂର୍ବାନୁମାନ ସମ୍ଭାବ୍ୟ ବାତ୍ୟା ଓଡ଼ିଶା ଉପକୂଳକୁ ସିଧାସଳଖ ଅତିକ୍ରମ କରୁନଥିଲେ ମଧ୍ୟ ଏହାର ପରୋକ୍ଷ ପ୍ରଭାବ ଦକ୍ଷିଣ ଓଡ଼ିଶା ଉପରେ ବିଶେଷ ଭାବେ ପଡ଼ିବ । କୋରାପୁଟ, ରାୟଗଡ଼ା, ଗଜପତି, ମାଲକାନଗିରି ଏବଂ ଗଞ୍ଜାମ ଜିଲ୍ଲାରେ ପବନର ବେଗ ଘଣ୍ଟାପ୍ରତି ୬୦ ରୁ ୭୦ କିଲୋମିଟର ପର୍ଯ୍ୟନ୍ତ ରହିପାରେ ।

ବର୍ଷା: ୨୭ ତାରିଖରୁ ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ବର୍ଷା ଆରମ୍ଭ ହେବ । ୨୮ ତାରିଖରେ ସମଗ୍ର ରାଜ୍ୟରେ ବର୍ଷା ହେବାକୁ ଥିବାବେଳେ ଦକ୍ଷିଣ ଓଡ଼ିଶାର କିଛି କିଛି ସ୍ଥାନରେ ୨୦ ରୁ ୩୦ ସେ.ମି. ପର୍ଯ୍ୟନ୍ତ ଅତ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି । – ସୋମବାର ସକାଳ ସୁଦ୍ଧା ବାତ୍ୟା !

୨୭ରେ ଭୀଷଣ, ୨୮ରେ ଅତି ଭୀଷଣ ସମ୍ଭାବନା ପ୍ରବଳ ବର୍ଷା ଓ ପବନ ଯୋଗୁଁ କ୍ଷେତରେ ଥିବା ପାଚିଲା ଧାନ ତଥା ଅନ୍ୟାନ୍ୟ ଫସଲ କ୍ଷତିଗ୍ରସ୍ତ ହେବାର ଆଶଙ୍କା ରହିଛି । ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ଏବଂ ଦୃଶ୍ୟମାନତା କମିବା କାରଣରୁ ଯାତାୟାତ ମଧ୍ୟ ପ୍ରଭାବିତ ହୋଇପାରେ । ତେବେ ମତ୍ସ୍ୟଜୀବୀ ମାନଙ୍କୁ ସମୁଦ୍ର ଭିତରକୁ ଯିବାକୁ ସମ୍ପୂର୍ଣ୍ଣ ବାରଣ କରାଯାଇଛି । ​​​​​​​

  • jmjnewso

    Related Posts

    କାଲି ନୁହେଁ ଆଜି ରାତିରେ ହିଁ ଲ୍ୟାଣ୍ଡଫଲ କରିବ ବାତ୍ୟା ଅର୍ଣ୍ଣବ

    Spread the love

    Spread the loveଜେଏମଜେ ବ୍ୟୁରୋ : କାଲି ନୁହେଁ ଆଜି ରାତିରେ ହିଁ ଲ୍ୟାଣ୍ଡଫଲ କରିବ ବାତ୍ୟା ଅର୍ଣ୍ଣବ । ହଠାତ୍ ବଦଳିଲା ବାତ୍ୟା ଲ୍ୟାଣ୍ଡଫଲର ସମୟ । ଆଜି ରାତି ୨ଟାରୁ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ ପ୍ରକ୍ରିୟା ଆରମ୍ଭ ହେବା…

    ଘଣ୍ଟା ପ୍ରତି ୨୦ କିମି ବେଗରେ ମାଡି ଆସୁଛି ଅର୍ଣ୍ଣବ, ପ୍ରବଳରୁ ଅତି ପ୍ରବଳ ବର୍ଷା ଓ୍ବାର୍ଣ୍ଣିଂ

    Spread the love

    Spread the loveଜେଏମଜେ ବ୍ୟୁରୋ : ବଙ୍ଗୋପସାଗରରେ ଭୀଷଣ ରୂପ ଧରି ସ୍ଥଳଭାଗକୁ ମାଡ଼ି ଆସୁଛି ସାମୁଦ୍ରିକ ଝଡ଼ ଅର୍ଣ୍ଣବ। ଘଣ୍ଟା ପ୍ରତି ୨୦ କିମି ବେଗରେ ମାଡି ଆସୁଛି ବାତ୍ୟା ଅର୍ଣ୍ଣବ। ଆନ୍ଧ୍ର ପ୍ରଦେଶର କାକିନାଡ଼ା ପାଖରେ ସ୍ଥଳଭାଗ ଛୁଇଁବ…

    Leave a Reply

    Your email address will not be published. Required fields are marked *

    You Missed

    କାଲି ନୁହେଁ ଆଜି ରାତିରେ ହିଁ ଲ୍ୟାଣ୍ଡଫଲ କରିବ ବାତ୍ୟା ଅର୍ଣ୍ଣବ

    କାଲି ନୁହେଁ ଆଜି ରାତିରେ ହିଁ ଲ୍ୟାଣ୍ଡଫଲ କରିବ ବାତ୍ୟା ଅର୍ଣ୍ଣବ

    କଳିଙ୍ଗା ଘାଟି ସ୍ଥିତି ଅନୁଧ୍ୟାନ କଲେ ପ୍ରଶାସନିକ ଟିମ୍‌

    କଳିଙ୍ଗା ଘାଟି ସ୍ଥିତି ଅନୁଧ୍ୟାନ କଲେ ପ୍ରଶାସନିକ ଟିମ୍‌

    ଭୁବନେଶ୍ୱରରୁ ଦକ୍ଷିଣ ଓଡ଼ିଶାକୁ ବସ୍‌ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ, ଗଡ଼ିବନି ୧୫୦ରୁ ଅଧିକ ବସ୍‌

    ଭୁବନେଶ୍ୱରରୁ ଦକ୍ଷିଣ ଓଡ଼ିଶାକୁ ବସ୍‌ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ, ଗଡ଼ିବନି ୧୫୦ରୁ ଅଧିକ ବସ୍‌

    ଦାରିଙ୍ଗବାଡି ପ୍ରଶାସନର ବଡ଼ ପଦକ୍ଷେପ: ଭୂସ୍ଖଳନ ଭୟରେ ଗାଜଲବାଡି ଘାଟି ସିଲ୍‌

    ଦାରିଙ୍ଗବାଡି ପ୍ରଶାସନର ବଡ଼ ପଦକ୍ଷେପ: ଭୂସ୍ଖଳନ ଭୟରେ ଗାଜଲବାଡି ଘାଟି ସିଲ୍‌

    ଘଣ୍ଟା ପ୍ରତି ୨୦ କିମି ବେଗରେ ମାଡି ଆସୁଛି ଅର୍ଣ୍ଣବ, ପ୍ରବଳରୁ ଅତି ପ୍ରବଳ ବର୍ଷା ଓ୍ବାର୍ଣ୍ଣିଂ

    ଘଣ୍ଟା ପ୍ରତି ୨୦ କିମି ବେଗରେ ମାଡି ଆସୁଛି ଅର୍ଣ୍ଣବ, ପ୍ରବଳରୁ ଅତି ପ୍ରବଳ ବର୍ଷା ଓ୍ବାର୍ଣ୍ଣିଂ

    ବାତ୍ୟା ସତ୍ତ୍ୱେ ଜାରି ରହିବ ଡିପ୍ଲୋମା ଇନ ଏଲିମେଣ୍ଟାରୀ ଏଜୁକେସନ ଖାତାଦେଖା,କିନ୍ତୁ ୫ ଜିଲ୍ଲାରେ ସ୍ଥଗିତ

    ବାତ୍ୟା ସତ୍ତ୍ୱେ ଜାରି ରହିବ ଡିପ୍ଲୋମା ଇନ ଏଲିମେଣ୍ଟାରୀ ଏଜୁକେସନ ଖାତାଦେଖା,କିନ୍ତୁ ୫ ଜିଲ୍ଲାରେ ସ୍ଥଗିତ