ମାଡ଼ି ଆସୁଛି ବାତ୍ୟା: ଗୋପାଳପୁରରୁ ୫୮୦କି.ମି ଦୂରରେ ଅର୍ଣ୍ଣବ

Spread the love

ଜେଏମଜେ ବ୍ୟୁରୋ : ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା ‘ଅର୍ଣ୍ଣବ’। ଆଜି ମଧ୍ୟରାତି ସୁଦ୍ଧା ବାତ୍ୟା ଭୀଷଣ ରୂପ ନେବ। ଆସନ୍ତାକାଲି ବାତ୍ୟା ଅତି ଭୀଷଣ ରୂପ ନେବାର ସମ୍ଭାବନା ରହିଛି। ଏଭଳିସ୍ଥିତିରେ ବାତ୍ୟା ଘଣ୍ଟା ପ୍ରତି ୧୫ କିମି ବେଗରେ ପଶ୍ଚିମ ଦିଗରେ ଗତି କରୁଛି।ବାତ୍ୟା ‘ଅର୍ଣ୍ଣବ’ ଗୋପାଳପୁରଠାରୁ ୫୮୦ କିମି ଦୂରରେ ରହିଥିବା ବେଳେ ସମୁଦ୍ର ମଧ୍ୟରେ ପବନର ବେଗ ୬୫ରୁ ୭୫ କିମି ରହିଛି।

ବେଳେବେଳେ ଝଟକା ପବନର ବେଗ ୮୫ କିମି ଯାଏଁ ରହୁଛି। ୨୮ ତାରିଖ ପୂର୍ବାହ୍ନରେ ବାତ୍ୟା ଆନ୍ଧ୍ରପ୍ରଦେଶ ଉପକୂଳ ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ପହଞ୍ଚିବା ସହିତ ଅତି ଭୀଷଣ ବାତ୍ୟା ଭାବେ ବାପଟ୍ଲା ଏବଂ ବିଶାଖାପାଟଣା ମଧ୍ୟବର୍ତ୍ତୀ ୟାନାମ ଉପକୂଳ ଅତିକ୍ରମ କରିବ। ଏହି ସମୟରେ ପବନର ବେଗ ଘଣ୍ଟାପ୍ରତି ସର୍ବାଧିକ ୧୪୦ କିଲୋମିଟର ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି।ବାତ୍ୟା ‘ଅର୍ଣ୍ଣବ’ ମୁକାବିଲା ପାଇଁ NDRFର ୧୧ଟି ଟିମ୍‌କୁ ମୁତୟନ କରାଯାଇଛି। ଏପାକି ୩୮୫ ଯବାନଙ୍କୁ ନେଇ ୧୧ଟି ଟିମ ୩ ରାଜ୍ୟକୁ ପଠାଯାଇଥିବା ସୂଚନା ମିଳିଛି। ଏପରିକି ବାତ୍ୟା ମୁକାବିଲା ପାଇଁ ଅଗ୍ନିଶମ ବିଭାଗକୁ ମଧ୍ୟ ପ୍ରସ୍ତୁତ ରଖାଯାଇଛି।

  • jmjnewso

    Related Posts

    ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ର ଆଖି

    Spread the love

    Spread the loveଜେଏମଜେ ବ୍ୟୁରୋ : ବାତ୍ୟା ଅର୍ଣ୍ଣବକୁ ନେଇ ବଡ ଖବର ।ବଙ୍ଗୋପସାଗରରେ ଶକ୍ତି ବଢ଼ାଉଛି ସାମୁଦ୍ରିକ ଝଡ଼ ‘ଅର୍ଣ୍ଣବ’! ବାତ୍ୟା ଅର୍ଣ୍ଣବର ଆଖି ସୃଷ୍ଟି ହୋଇଥିବା ଜଣାପଡିଛି । ବାତ୍ୟା ଯେତେବେଳେ ଅଧିକ ଶକ୍ତିଶାଳୀ ହୁଏ, ଏହାର କେନ୍ଦ୍ରଭାଗରେ…

    ବାତ୍ୟାର ଗତିପଥ ନେଇ ବଡ଼ ସୂଚନା, ଆନ୍ଧ୍ର ଆଡକୁ ମୁଁହାଇବ ଓଡ଼ିଶାରେ ଉଡ଼ାଇବ କମ୍ ବୁଡ଼ାଇବ ବେଶୀ। IMD DG ଙ୍କ ଆକଳନ

    Spread the love

    Spread the loveଜେଏମଜେ ବ୍ୟୁରୋ : ପୂର୍ବ-କେନ୍ଦ୍ରୀୟ ଏବଂ ସଂଲଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଏବେ ଘନୀଭୂତ ହେଉଛି । ଯଦିଓ ଏହି ସମ୍ଭାବ୍ୟ ବାତ୍ୟାଟି ଆନ୍ଧ୍ରପ୍ରଦେଶ ଉପକୂଳ ବାପଟ୍ଲା ଏବଂ ବିଶାଖାପଟନମ୍ ମଧ୍ୟରେ ଅତିକ୍ରମ କରିବା…

    Leave a Reply

    Your email address will not be published. Required fields are marked *

    You Missed

    ବାତ୍ୟା ସତ୍ତ୍ୱେ ଜାରି ରହିବ ଡିପ୍ଲୋମା ଇନ ଏଲିମେଣ୍ଟାରୀ ଏଜୁକେସନ ଖାତାଦେଖା,କିନ୍ତୁ ୫ ଜିଲ୍ଲାରେ ସ୍ଥଗିତ

    ବାତ୍ୟା ସତ୍ତ୍ୱେ ଜାରି ରହିବ ଡିପ୍ଲୋମା ଇନ ଏଲିମେଣ୍ଟାରୀ ଏଜୁକେସନ ଖାତାଦେଖା,କିନ୍ତୁ ୫ ଜିଲ୍ଲାରେ ସ୍ଥଗିତ

    ବୁଗୁଡ଼ା ଅବକାରୀ ବିଭାଗର ବଡ଼ ସଫଳତା;୧୦୦ ଗ୍ରାମ ଧଳା ଜହର ସହ ଜଣେ ଗିରଫ

    ବୁଗୁଡ଼ା ଅବକାରୀ ବିଭାଗର ବଡ଼ ସଫଳତା;୧୦୦ ଗ୍ରାମ ଧଳା ଜହର ସହ ଜଣେ ଗିରଫ

    ତଳେ ପୋଖରୀର ଦୂଷିତ ଜଳ, ଉପରେ ବିପଦାତ୍ମକ ବିଦ୍ୟୁତ ତାର

    ତଳେ ପୋଖରୀର ଦୂଷିତ ଜଳ, ଉପରେ ବିପଦାତ୍ମକ ବିଦ୍ୟୁତ ତାର

    ବାତ୍ୟା ‘ଅର୍ଣ୍ଣବ’ପୂର୍ବରୁ ଆଶ୍ରୟସ୍ଥଳୀ ବୁଲି ଯାଞ୍ଚ କଲେ ଜିଲ୍ଲାପାଳ

    ବାତ୍ୟା ‘ଅର୍ଣ୍ଣବ’ପୂର୍ବରୁ ଆଶ୍ରୟସ୍ଥଳୀ ବୁଲି ଯାଞ୍ଚ କଲେ ଜିଲ୍ଲାପାଳ

    ଆଜିଠୁ ଆରମ୍ଭ ହୋଇଛି ମହାକାର୍ତ୍ତିକ ବ୍ରତ

    ଆଜିଠୁ ଆରମ୍ଭ ହୋଇଛି ମହାକାର୍ତ୍ତିକ ବ୍ରତ

    ବାତ୍ୟା ମୁକାବିଲା ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ: ଏସ୍ଆରସି

    ବାତ୍ୟା ମୁକାବିଲା ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ: ଏସ୍ଆରସି