ବାତ୍ୟା ମୁକାବିଲା ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ: ଏସ୍ଆରସି

Spread the love

ଭୁବନେଶ୍ୱର : ଜେଏମଜେ ବ୍ୟୁରୋ : ବାତ୍ୟା ମୁକାବିଲା ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି । ସ୍ୱତନ୍ତ୍ର ରିଲିଫ କମିଶନର ରାଜେଶ ପ୍ରଭାକର ପାଟିଲ ଏ ନେଇ ସମୀକ୍ଷା ମଧ୍ୟ କରିଛନ୍ତି । ଏସ୍ଆର୍ସି କହିଛନ୍ତି ସୋମବାର ମଧ୍ୟରାତ୍ରି ସୁଦ୍ଧା ଏହା ଅଧିକ ଘନୀଭୂତ ହୋଇ ଭୀଷଣ ବାତ୍ୟା ଏବଂ ମଙ୍ଗଳବାର ସୁଦ୍ଧା ଅତି ଭୀଷଣ ବାତ୍ୟାର ରୂପ ନେବ ।

ଏହାପରେ ଉତ୍ତର-ପଶ୍ଚିମ ଦିଗରେ ଗତି କରି ୨୮ ଅକ୍ଟୋବର ପୂର୍ବାହ୍ନ ସୁଦ୍ଧା ଆନ୍ଧ୍ରପ୍ରଦେଶର ବାପଟ୍ଟଲା ଏବଂ ବିଶାଖାପାଟନମ୍ ମଧ୍ୟରେ ସ୍ଥଳଭାଗ ଛୁଇଁବ । ଏହି ସମୟରେ ପବନର ବେଗ ଘଣ୍ଟାପ୍ରତି ୧୧୫ରୁ ୧୨୫ କି.ମି. ଏବଂ ସର୍ବାଧିକ ୧୪୦ କି.ମି. ପର୍ଯ୍ୟନ୍ତ ରହିବ । ଏହାକୁ ଦୃଷ୍ଟିରେ ରଖି ଆନ୍ଧ୍ରପ୍ରଦେଶ ଏବଂ ସଂଲଗ୍ନ ଦକ୍ଷିଣ ଓଡ଼ିଶା ଉପକୂଳ ପାଇଁ ‘ରେଡ୍ ୱାର୍ଣ୍ଣିଂ’ ଜାରି କରାଯାଇଛି ।ରାଜ୍ୟରେ ୮ NDRF, ୪୦ ODRAF ଟିମ୍ ବର୍ତ୍ତମାନ ସୁଦ୍ଧା ମୁତୟନ ହୋଇଛନ୍ତି । ସ୍ଥଳସେନା ଓ ବାୟୁସେନା ସହ ରାଜ୍ୟ ସରକାର ଯୋଗାଯୋଗରେ ରହିଛନ୍ତି । ଜିଲ୍ଲାରେ ସମସ୍ତ ଜିଲ୍ଲାପାଳ ସଜାଗ ରହିଛନ୍ତି । ଦକ୍ଷିଣ ଓଡ଼ିଶାର ୫ଟି ଜିଲ୍ଲା ସହ କଳାହାଣ୍ଡି, ନୂଆପଡ଼ା ଓ କନ୍ଧମାଳ ପ୍ରଭାବିତ ହୋଇପାରେ । ୧୩୫ଟି ବାତ୍ୟା ଆଶ୍ରୟସ୍ଥଳୀ ପ୍ରସ୍ତୁତ ରହିଛି । ସମୁଦ୍ର ଉପକୂଳବର୍ତ୍ତୀ ଲୋକେ ଆବଶ୍ୟକ ସ୍ଥଳେ ସ୍ଥାନାନ୍ତର ହୋଇପାରନ୍ତି ବୋଲି ଏସ୍ଆର୍ସି କହିଛନ୍ତି ।

  • jmjnewso

    Related Posts

    ବାତ୍ୟା ସତ୍ତ୍ୱେ ଜାରି ରହିବ ଡିପ୍ଲୋମା ଇନ ଏଲିମେଣ୍ଟାରୀ ଏଜୁକେସନ ଖାତାଦେଖା,କିନ୍ତୁ ୫ ଜିଲ୍ଲାରେ ସ୍ଥଗିତ

    Spread the love

    Spread the love କଟକ :  ଜେଏମଜେ ନ୍ୟୁଜ : ବାତ୍ୟା ଅର୍ଣ୍ଣବ ସତ୍ତ୍ୱେ ଚାଲିବ ମାଧ୍ୟମିକ ଶିକ୍ଷା ପରିଷଦର ଡିପ୍ଲୋମା ଇନ ଏଲିମେଣ୍ଟାରୀ ଏଜୁକେସନ ଖାତା ଦେଖା। କିନ୍ତୁ ୫ ଟି ଜିଲ୍ଲାରେ ବୋର୍ଡ ପକ୍ଷରୁ ଖାତା ଦେଖା ସ୍ଥଗିତ…

    ଭୁବନେଶ୍ୱର ବାହାରେ କ୍ୟାବିନେଟ୍ ବୈଠକକୁ ନେଇ ବିଜେଡିର ଟାର୍ଗେଟ୍

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ଭୁବନେଶ୍ୱର ବାହାରେ ହେବ କ୍ୟାବିନେଟ ବୈଠକ । ରାଜ୍ୟ କ୍ୟାବିନେଟ୍ ର ୫୦ ତମ ବୈଠକ ଭୁବନେଶ୍ୱର ବାହାରେ ବସିବାକୁ ଯାଉଛି । ଏନେଇ ଖୁବଶୀଘ୍ର ନିଷ୍ପତ୍ତି ନିଆଯିବ । ପୂର୍ବରୁ…

    Leave a Reply

    Your email address will not be published. Required fields are marked *

    You Missed

    କାଲି ନୁହେଁ ଆଜି ରାତିରେ ହିଁ ଲ୍ୟାଣ୍ଡଫଲ କରିବ ବାତ୍ୟା ଅର୍ଣ୍ଣବ

    କାଲି ନୁହେଁ ଆଜି ରାତିରେ ହିଁ ଲ୍ୟାଣ୍ଡଫଲ କରିବ ବାତ୍ୟା ଅର୍ଣ୍ଣବ

    କଳିଙ୍ଗା ଘାଟି ସ୍ଥିତି ଅନୁଧ୍ୟାନ କଲେ ପ୍ରଶାସନିକ ଟିମ୍‌

    କଳିଙ୍ଗା ଘାଟି ସ୍ଥିତି ଅନୁଧ୍ୟାନ କଲେ ପ୍ରଶାସନିକ ଟିମ୍‌

    ଭୁବନେଶ୍ୱରରୁ ଦକ୍ଷିଣ ଓଡ଼ିଶାକୁ ବସ୍‌ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ, ଗଡ଼ିବନି ୧୫୦ରୁ ଅଧିକ ବସ୍‌

    ଭୁବନେଶ୍ୱରରୁ ଦକ୍ଷିଣ ଓଡ଼ିଶାକୁ ବସ୍‌ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ, ଗଡ଼ିବନି ୧୫୦ରୁ ଅଧିକ ବସ୍‌

    ଦାରିଙ୍ଗବାଡି ପ୍ରଶାସନର ବଡ଼ ପଦକ୍ଷେପ: ଭୂସ୍ଖଳନ ଭୟରେ ଗାଜଲବାଡି ଘାଟି ସିଲ୍‌

    ଦାରିଙ୍ଗବାଡି ପ୍ରଶାସନର ବଡ଼ ପଦକ୍ଷେପ: ଭୂସ୍ଖଳନ ଭୟରେ ଗାଜଲବାଡି ଘାଟି ସିଲ୍‌

    ଘଣ୍ଟା ପ୍ରତି ୨୦ କିମି ବେଗରେ ମାଡି ଆସୁଛି ଅର୍ଣ୍ଣବ, ପ୍ରବଳରୁ ଅତି ପ୍ରବଳ ବର୍ଷା ଓ୍ବାର୍ଣ୍ଣିଂ