ଆଜିଠୁ ଆରମ୍ଭ ହୋଇଛି ମହାକାର୍ତ୍ତିକ ବ୍ରତ

Spread the love

ପୁରୀ : ଜେଏମଜେ ନ୍ୟୁଜ : ଆଜିଠୁ ଆରମ୍ଭ ହୋଇଛି ମହାକାର୍ତ୍ତିକ ବ୍ରତ। ହିନ୍ଦୁ ଶାସ୍ତ୍ର ଅନୁଯାୟୀ କାର୍ତ୍ତିକ ମାସ ହେଉଛି ପୁଣ୍ୟର ମାସ। ହବିଷ୍ୟାଳିମାନେ ସକାଳୁ ବିଭିନ୍ନ ତୀର୍ଥ ପୁଷ୍କରିଣୀରେ ସ୍ନାନ କରିବା ପରେ ସଂକଳ୍ପ କରି ଆରମ୍ଭ କରିଛନ୍ତି କାର୍ତ୍ତିକ ବ୍ରତ ସହ ବାଲୁକା ପୂଜା। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ନିର୍ଘଣ୍ଟ ସହ କରାଯାଇଛି ସ୍ୱତନ୍ତ୍ର ବ୍ୟବସ୍ଥା।ମଠବାଡ଼ିରୁ ଆରମ୍ଭ କରି ଶିବିର ସବୁଠି ହରିବୋଲ ହୁଳହୁଳି ଓ ଜୟ ଜଗନ୍ନାଥ ଧ୍ୱନିରେ ପ୍ରକମ୍ପିତ ପରିବେଶ। ସକାଳୁ ସକାଳୁ ହବିଷ୍ୟାଳିମାନେ ନରେନ୍ଦ୍ର ପୁଷ୍କରିଣୀ ସମେତ ବିଭିନ୍ନ ତୀର୍ଥ ପୁଷ୍କରିଣୀରେ ସ୍ନାନ କରି ବୃନ୍ଦାବତୀ ମୂଳରେ ପୂଜନ ସହିତ ବ୍ରତ ବାନ୍ଧିଛନ୍ତି। ସେପଟେ ସରକାରୀ ଶିବିରରେ ଅବସ୍ଥାନ କରୁଥିବା ହବିଷ୍ୟାଳିମାନଙ୍କୁ ସ୍ୱତନ୍ତ୍ର ବସ୍‌ ଯୋଗେ ନେଇ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରାଇବାର ବ୍ୟବସ୍ଥା କରାଯାଇଛି। ଦିନରେ ଏକ ଓଳି ମହାପ୍ରସାଦର ବ୍ୟବସ୍ଥା ହୋଇଥିବା ବେଳେ ତୁଳସୀ ଚଉଁରା, ଆକାଶ ଦୀପ, ଭୋଗରାଗ ସହିତ ପୁରୋହିତ, ପ୍ରବଚନର ବ୍ୟବସ୍ଥା କରାଯାଇଛି। ଅନ୍ୟପଟେ ଆଉ କିଛି ଅଣପଞ୍ଜୀକୃତ ହବିଷ୍ୟାଳିଙ୍କୁ ବି ପଞ୍ଜୀକରଣ କରାଇ ବିଭିନ୍ନ ଶିବିରରେ ରଖାଯାଇଛି।

Oplus_16908288

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ରାଧାଦାମୋଦର ବେଶ ଦର୍ଶନ କରି ହବିଷ୍ୟାଳି ପାଳନ କରୁଛନ୍ତି ହବିଷ। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ କରାଯାଇଛି ସ୍ୱତନ୍ତ୍ର ବ୍ୟବସ୍ଥା। ସେପଟେ ତୁଳସୀ ଚଉରା ଓ ଅଁଳା ଗଛ ମୂଳରେ ମୁରୁଜ ଚିତା ପକାଇ କରାଯାଉଛି ରାଈଦାମୋଦର ପୂଜା। ଶ୍ରୀକ୍ଷେତ୍ରରେ ରହି କାର୍ତ୍ତିକ ବ୍ରତ କଲେ ବୈକୁଣ୍ଠ ପ୍ରାପ୍ତି ହୋଇଥାଏ ବୋଲି ବିଶ୍ୱାସ ରହିଥିବାରୁ ମାସକ ଯାକ ହବିଷାନ୍ନ ଖାଇ ବ୍ରତ ପାଳନ କରୁଛନ୍ତି ହବିଷ୍ୟାଳି। କାର୍ତ୍ତିକ ମାସ ପାଇଁ ଶ୍ରୀକ୍ଷେତ୍ରରେ ଆଧ୍ୟାତ୍ମିକ ପରିବେଶ। ସୁରକ୍ଷା ଦୃଷ୍ଟିରୁ ପୁଲିସ ପ୍ରଶାସନ ପକ୍ଷରୁ କରାଯାଇଛି ସ୍ବତନ୍ତ୍ର ବନ୍ଦୋବସ୍ତ।

  • jmjnewso

    Related Posts

    ବାତ୍ୟା ‘ଅର୍ଣ୍ଣବ’ପୂର୍ବରୁ ଆଶ୍ରୟସ୍ଥଳୀ ବୁଲି ଯାଞ୍ଚ କଲେ ଜିଲ୍ଲାପାଳ

    Spread the love

    Spread the loveଜେଏମଜେ ବ୍ୟୁରୋ : ବାତ୍ୟା ଅର୍ଣ୍ଣବକୁ ନେଇ ସଜାଗ ଗଞ୍ଜାମ ଜିଲ୍ଲା ପ୍ରଶାସନ । ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ଆଗୁଆ ପ୍ରସ୍ତୁତି ଆରମ୍ଭ କରିଛି ପ୍ରଶାସନ । ବାତ୍ୟା ଆଶ୍ରୟସ୍ଥଳୀରେ କିଭଳି ରହିଛି ବ୍ୟବସ୍ଥା? ଜରୁରୀକାଳୀନ ପରିସ୍ଥିତିରେ…

    କୁଆଁର ପୁନେଁଇ ଜହ୍ନ ଗୋ,ଫୁଲ ବଉଳ ବେଣୀ: ଗାଁ ଗାଁ ରେ ପାଳନ ହେଉଛି କୁମାର ଉତ୍ସବ

    Spread the love

    Spread the loveଜେଏମଜେ ବ୍ୟୁରୋ : କୁଆଁର ପୁନେଁଇ ଜହ୍ନ ଗୋ ଫୁଲ ବଉଳବେଣୀ । ଆଜି ପବିତ୍ର କୁମାର ପୂର୍ଣ୍ଣିମା । ଉମାମହେଶ୍ବରଙ୍କ ଜ୍ୟେଷ୍ଠପୁତ୍ର ପ୍ରଭୁ ଶ୍ରୀ କାର୍ତ୍ତିକେୟଙ୍କ ଜନ୍ମଦିନ ଥିବାରୁ ଏହି ପୂଜା କଲେ ତାଙ୍କ ଭଳି ସୌମ୍ୟ,ସୁନ୍ଦର…

    Leave a Reply

    Your email address will not be published. Required fields are marked *

    You Missed

    ବାତ୍ୟା ସତ୍ତ୍ୱେ ଜାରି ରହିବ ଡିପ୍ଲୋମା ଇନ ଏଲିମେଣ୍ଟାରୀ ଏଜୁକେସନ ଖାତାଦେଖା,କିନ୍ତୁ ୫ ଜିଲ୍ଲାରେ ସ୍ଥଗିତ

    ବାତ୍ୟା ସତ୍ତ୍ୱେ ଜାରି ରହିବ ଡିପ୍ଲୋମା ଇନ ଏଲିମେଣ୍ଟାରୀ ଏଜୁକେସନ ଖାତାଦେଖା,କିନ୍ତୁ ୫ ଜିଲ୍ଲାରେ ସ୍ଥଗିତ

    ବୁଗୁଡ଼ା ଅବକାରୀ ବିଭାଗର ବଡ଼ ସଫଳତା;୧୦୦ ଗ୍ରାମ ଧଳା ଜହର ସହ ଜଣେ ଗିରଫ

    ବୁଗୁଡ଼ା ଅବକାରୀ ବିଭାଗର ବଡ଼ ସଫଳତା;୧୦୦ ଗ୍ରାମ ଧଳା ଜହର ସହ ଜଣେ ଗିରଫ

    ତଳେ ପୋଖରୀର ଦୂଷିତ ଜଳ, ଉପରେ ବିପଦାତ୍ମକ ବିଦ୍ୟୁତ ତାର

    ତଳେ ପୋଖରୀର ଦୂଷିତ ଜଳ, ଉପରେ ବିପଦାତ୍ମକ ବିଦ୍ୟୁତ ତାର

    ବାତ୍ୟା ‘ଅର୍ଣ୍ଣବ’ପୂର୍ବରୁ ଆଶ୍ରୟସ୍ଥଳୀ ବୁଲି ଯାଞ୍ଚ କଲେ ଜିଲ୍ଲାପାଳ

    ବାତ୍ୟା ‘ଅର୍ଣ୍ଣବ’ପୂର୍ବରୁ ଆଶ୍ରୟସ୍ଥଳୀ ବୁଲି ଯାଞ୍ଚ କଲେ ଜିଲ୍ଲାପାଳ

    ଆଜିଠୁ ଆରମ୍ଭ ହୋଇଛି ମହାକାର୍ତ୍ତିକ ବ୍ରତ

    ଆଜିଠୁ ଆରମ୍ଭ ହୋଇଛି ମହାକାର୍ତ୍ତିକ ବ୍ରତ

    ବାତ୍ୟା ମୁକାବିଲା ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ: ଏସ୍ଆରସି

    ବାତ୍ୟା ମୁକାବିଲା ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ: ଏସ୍ଆରସି