ବାତ୍ୟା ‘ଅର୍ଣ୍ଣବ’ପୂର୍ବରୁ ଆଶ୍ରୟସ୍ଥଳୀ ବୁଲି ଯାଞ୍ଚ କଲେ ଜିଲ୍ଲାପାଳ

Spread the love

ଜେଏମଜେ ବ୍ୟୁରୋ : ବାତ୍ୟା ଅର୍ଣ୍ଣବକୁ ନେଇ ସଜାଗ ଗଞ୍ଜାମ ଜିଲ୍ଲା ପ୍ରଶାସନ । ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ଆଗୁଆ ପ୍ରସ୍ତୁତି ଆରମ୍ଭ କରିଛି ପ୍ରଶାସନ । ବାତ୍ୟା ଆଶ୍ରୟସ୍ଥଳୀରେ କିଭଳି ରହିଛି ବ୍ୟବସ୍ଥା? ଜରୁରୀକାଳୀନ ପରିସ୍ଥିତିରେ ଲୋକଙ୍କୁ ସୁରକ୍ଷିତ ରଖିବା ପାଇଁ କେତେ ପ୍ରସ୍ତୁତ ପ୍ରଶାସନ? ଏସବୁର ଯାଞ୍ଚ କରିଛନ୍ତି ନିଜେ ଜିଲ୍ଲାପାଳ ।

ଆଜି ଗଞ୍ଜାମ ଜିଲ୍ଲାପାଳ ଭି. କୀର୍ତ୍ତୀ ଭାସନ ଗୋପାଳପୁରରେ ଥିବା ବାତ୍ୟା ଆଶ୍ରୟସ୍ଥଳୀ ପରିଦର୍ଶନ କରିଛନ୍ତି । ସେଠାରେ ରହିଥିବା ବିଭିନ୍ନ ଜରୁରୀକାଳୀନ ସୁବିଧା ଓ ସରଞ୍ଜାମର ସ୍ଥିତି ପରଖିଛନ୍ତି। ବିଶେଷ କରି ମେଡିସିନ୍, ଡାକବାଜି ଯନ୍ତ୍ର, ଆଲୋକ ବ୍ୟବସ୍ଥା ଏବଂ ଅନ୍ୟାନ୍ୟ ଆବଶ୍ୟକୀୟ ସାମଗ୍ରୀ ଠିକ୍ ଭାବେ ରହିଛି କି ନାହିଁ, ତାହା ଯାଞ୍ଚ କରିଛନ୍ତି ଜିଲ୍ଲାପାଳ ।ବାତ୍ୟା ସମୟରେ ଲୋକଙ୍କୁ ଆଶ୍ରୟ ଦେବା ସହ ଜରୁରୀ ସେବା ଯୋଗାଇବାରେ ଯେପରି କୌଣସି ଅବହେଳା ନହୁଏ, ସେଥିପାଇଁ ପ୍ରସ୍ତୁତିକୁ ଗୁରୁତ୍ୱ ଦିଆଯାଉଛି । ସେପଟେ, ଗୋପାଳପୁରର ଆଶ୍ରୟସ୍ଥଳୀ ପରିଦର୍ଶନ ପରେ ଜିଲ୍ଲାର ଅନ୍ୟାନ୍ୟ ବାତ୍ୟା ଆଶ୍ରୟସ୍ଥଳୀ ମଧ୍ୟ ବୁଲି ଦେଖିବାକୁ ଜିଲ୍ଲାପାଳଙ୍କ କାର୍ଯ୍ୟକ୍ରମ ରହିଛି ।


  • jmjnewso

    Related Posts

    ଆଜିଠୁ ଆରମ୍ଭ ହୋଇଛି ମହାକାର୍ତ୍ତିକ ବ୍ରତ

    Spread the love

    Spread the loveପୁରୀ : ଜେଏମଜେ ନ୍ୟୁଜ : ଆଜିଠୁ ଆରମ୍ଭ ହୋଇଛି ମହାକାର୍ତ୍ତିକ ବ୍ରତ। ହିନ୍ଦୁ ଶାସ୍ତ୍ର ଅନୁଯାୟୀ କାର୍ତ୍ତିକ ମାସ ହେଉଛି ପୁଣ୍ୟର ମାସ। ହବିଷ୍ୟାଳିମାନେ ସକାଳୁ ବିଭିନ୍ନ ତୀର୍ଥ ପୁଷ୍କରିଣୀରେ ସ୍ନାନ କରିବା ପରେ ସଂକଳ୍ପ କରି…

    କୁଆଁର ପୁନେଁଇ ଜହ୍ନ ଗୋ,ଫୁଲ ବଉଳ ବେଣୀ: ଗାଁ ଗାଁ ରେ ପାଳନ ହେଉଛି କୁମାର ଉତ୍ସବ

    Spread the love

    Spread the loveଜେଏମଜେ ବ୍ୟୁରୋ : କୁଆଁର ପୁନେଁଇ ଜହ୍ନ ଗୋ ଫୁଲ ବଉଳବେଣୀ । ଆଜି ପବିତ୍ର କୁମାର ପୂର୍ଣ୍ଣିମା । ଉମାମହେଶ୍ବରଙ୍କ ଜ୍ୟେଷ୍ଠପୁତ୍ର ପ୍ରଭୁ ଶ୍ରୀ କାର୍ତ୍ତିକେୟଙ୍କ ଜନ୍ମଦିନ ଥିବାରୁ ଏହି ପୂଜା କଲେ ତାଙ୍କ ଭଳି ସୌମ୍ୟ,ସୁନ୍ଦର…

    Leave a Reply

    Your email address will not be published. Required fields are marked *

    You Missed

    ବାତ୍ୟା ସତ୍ତ୍ୱେ ଜାରି ରହିବ ଡିପ୍ଲୋମା ଇନ ଏଲିମେଣ୍ଟାରୀ ଏଜୁକେସନ ଖାତାଦେଖା,କିନ୍ତୁ ୫ ଜିଲ୍ଲାରେ ସ୍ଥଗିତ

    ବାତ୍ୟା ସତ୍ତ୍ୱେ ଜାରି ରହିବ ଡିପ୍ଲୋମା ଇନ ଏଲିମେଣ୍ଟାରୀ ଏଜୁକେସନ ଖାତାଦେଖା,କିନ୍ତୁ ୫ ଜିଲ୍ଲାରେ ସ୍ଥଗିତ

    ବୁଗୁଡ଼ା ଅବକାରୀ ବିଭାଗର ବଡ଼ ସଫଳତା;୧୦୦ ଗ୍ରାମ ଧଳା ଜହର ସହ ଜଣେ ଗିରଫ

    ବୁଗୁଡ଼ା ଅବକାରୀ ବିଭାଗର ବଡ଼ ସଫଳତା;୧୦୦ ଗ୍ରାମ ଧଳା ଜହର ସହ ଜଣେ ଗିରଫ

    ତଳେ ପୋଖରୀର ଦୂଷିତ ଜଳ, ଉପରେ ବିପଦାତ୍ମକ ବିଦ୍ୟୁତ ତାର

    ତଳେ ପୋଖରୀର ଦୂଷିତ ଜଳ, ଉପରେ ବିପଦାତ୍ମକ ବିଦ୍ୟୁତ ତାର

    ବାତ୍ୟା ‘ଅର୍ଣ୍ଣବ’ପୂର୍ବରୁ ଆଶ୍ରୟସ୍ଥଳୀ ବୁଲି ଯାଞ୍ଚ କଲେ ଜିଲ୍ଲାପାଳ

    ବାତ୍ୟା ‘ଅର୍ଣ୍ଣବ’ପୂର୍ବରୁ ଆଶ୍ରୟସ୍ଥଳୀ ବୁଲି ଯାଞ୍ଚ କଲେ ଜିଲ୍ଲାପାଳ

    ଆଜିଠୁ ଆରମ୍ଭ ହୋଇଛି ମହାକାର୍ତ୍ତିକ ବ୍ରତ

    ଆଜିଠୁ ଆରମ୍ଭ ହୋଇଛି ମହାକାର୍ତ୍ତିକ ବ୍ରତ

    ବାତ୍ୟା ମୁକାବିଲା ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ: ଏସ୍ଆରସି

    ବାତ୍ୟା ମୁକାବିଲା ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ: ଏସ୍ଆରସି