ଡାଇରିଆ ପରିସ୍ଥିତି ନିୟନ୍ତ୍ରଣାଧିନ, ସତର୍କ ରହିବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

Spread the love

ଭୁବନେଶ୍ୱର, ୨୧.୬.୨୦୨୫: ରାଜ୍ୟର ଛଅଟି ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ଦେଖାଦେଇଥିବା ଡାଇରିଆ ପରିସ୍ଥିତି ଓ ଏହାର ନିୟନ୍ତ୍ରଣ ପାଇଁ ଗ୍ରହଣ କରାଯାଉଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନ ଠାରେ ସମୀକ୍ଷା କରିଛନ୍ତି।

ରାଜ୍ୟରେ ପରିସ୍ଥିତି ବର୍ତ୍ତମାନ ନିୟନ୍ତ୍ରଣାଧୀନ ଓ ନୂତନ ସଂକ୍ରମିତଙ୍କ ସଂଖ୍ୟା ସମ୍ପୂର୍ଣ୍ଣ ହ୍ରାସ ପାଇଥିବା ନେଇ ବୈଠକରୁ ଜଣାପଡିଛି ଏବଂ ଯାଜପୁର, ଭଦ୍ରକ, କଟକ, କେନ୍ଦ୍ରାପଡ଼ା, ଢେଙ୍କାନାଳ ଓ କେନ୍ଦୁଝର ଜିଲ୍ଲାରେ ଡାଇରିଆ ସଂକ୍ରମିତଙ୍କ ସଂଖ୍ୟା ହ୍ରାସ ପାଇବା ସହିତ ଜନଜୀବନ ସ୍ୱାଭାବିକ ସ୍ଥିତିକୁ ଫେରି ଆସୁଛି।

ବୈଠକରେ ସରକାରଙ୍କ ବିଭିନ୍ନ ବିଭାଗର ସମନ୍ଵିତ ପ୍ରୟାସ ଯୋଗୁଁ ଡାଇରିଆ ପରିସ୍ଥିତି ନିୟନ୍ତ୍ରଣାଧୀନ ହୋଇଛି ଓ ସଂକ୍ରମଣ ଦ୍ରୁତ ହ୍ରାସ ପାଉଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ତେବେ ପରିସ୍ଥିତି ଯେପରି ସମ୍ପୂର୍ଣ୍ଣ ଭାବେ ନିୟନ୍ତ୍ରଣାଧୀନ ରହିବ, ସେଥିପାଇଁ ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ରଠୁ ମେଡ଼ିକାଲ କଲେଜ ଯାଏଁ ଚିକିତ୍ସା ସେବାକୁ ବର୍ତ୍ତମାନ ପରି ସମନ୍ଵିତ ଭାବରେ କାର୍ଯ୍ୟକ୍ଷମ ରଖିବାପାଇଁ ମୁଖ୍ୟମନ୍ତ୍ରୀ ବିଭାଗୀୟ ସଚିବ ଏବଂ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ।

ଯେଉଁଠାରେ ରୋଗର ଆଶଙ୍କା ଅଛି କିନ୍ତୁ କେସ ନାହିଁ, ସେଠାରେ ଆଗୁଆ ପ୍ରତିରୋଧକ ବ୍ୟବସ୍ଥା ଗ୍ରହଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ଦଶହରା ପର୍ଯ୍ୟନ୍ତ ସମସ୍ତ ପ୍ରଭାବିତ ଏବଂ ସମ୍ଭାବ୍ୟ ପ୍ରଭାବିତ ଅଂଚଳ ମାନଙ୍କରେ ପ୍ରସ୍ତୁତ ରହିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।

ବୈଠକରେ ସୂଚନା ଦିଆଯାଇଥିଲା ଯେ, ସମସ୍ତ ଶିକ୍ଷାନୁଷ୍ଠାନରେ ପାନୀୟ ଜଳର ବିଶୋଧନ ପ୍ରକ୍ରିୟା ଚାଲୁରହିଛି। କୌଣସି ସ୍କୁଲରେ ପିଲା ଯେପରି ରୋଗରେ ନପଡନ୍ତି ସେଥିପାଇଁ ସମସ୍ତ ଶିକ୍ଷାନୁଷ୍ଠାନକୁ ସମସ୍ତ ନିୟମାବଳୀ ପାଳନ କରି ପ୍ରତିରୋଧକ ବ୍ୟବସ୍ଥା କରିବା ପାଇଁ ମୁଖ୍ୟମନ୍ତ୍ରୀ ସ୍ପଷ୍ଟ ନିର୍ଦ୍ଦେଶ ଦେଇଥିଲେ।

ମୁଖ୍ୟମନ୍ତ୍ରୀ ଏହା ମଧ୍ୟ କହିଛନ୍ତିଯେ, ଯେଉଁ ବିଭିନ୍ନ ସ୍ଥାନ ମାନଙ୍କରେ ଯେଉଁଠାରେ ଷ୍ଟ୍ରିଟ ଫୁଡ ବିକ୍ରି ହେଉଛି, ସେହି ସ୍ଥାନ ମାନଙ୍କରେ ଖାଦ୍ୟ ପଦାର୍ଥର କଡାକଡି ଯାଞ୍ଚ କରିବା ଆବଶ୍ୟକ ଏବଂ ସେହି ଅଂଚଳ ଗୁଡିକୁ ବିଶୋଧନ କରିବା ପାଇଁ ସମସ୍ତ ପଦକ୍ଷେପ ନିଆଯିବା ଦରକାର। ସମସ୍ତ ଗାଁ ଗହଳି ଅଂଚଳରେ ନଳକୂପ ଗୁଡିକୁ ବିଶୋଧିତ କରିବା ଏବଂ ସେହି ଅଂଚଳର ପାନୀୟଜଳର ପରୀକ୍ଷା କରିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ ।

ସୂଚନାଯୋଗ୍ୟଯେ, ବର୍ତ୍ତମାନ ସୁଦ୍ଧା ରାଜ୍ୟର ସମସ୍ତ ପ୍ରଭାବିତ ଜିଲ୍ଲା ମାନଙ୍କରେ ସମୁଦାୟ ୩୮୯୨ ଜଣ ରୋଗଗ୍ରସ୍ତ ହୋଇଥିବା ବେଳେ ୩୫୪୩ ଜଣ ସୁସ୍ଥ ହୋଇସାରିଛନ୍ତି ଏବଂ ୨୫୪ ଜଣ ଚିକିତ୍ସାଧୀନ ଅଛନ୍ତି।

ରାଜ୍ୟ ସାରା ସୂଚନା- ଶିକ୍ଷା- ସଂଚାର (IEC) ମାଧ୍ୟମରେ ଜନସଚେତନତା କାର୍ଯ୍ୟକ୍ରମକୁ ଜୋରଦାର ଭାବରେ ଜାରି ରହିଛି । ମିଶନଶକ୍ତି ବିଭାଗ ପକ୍ଷରୁ ଡାଇରିଆ ନିବାରଣ ପାଇଁ ମହିଳା ଏସଏଚଜି ସଦସ୍ୟଙ୍କ ମାଧ୍ୟମରେ ସଚେତନତା ଅଭିଯାନ ଜାରି ରହିଛି l ଆଶା ଦିଦି, ଅଙ୍ଗନବାଡି କର୍ମୀ, ମହିଳା ଏସଏଚଜି ସଦସ୍ୟାମାନେ ସମସ୍ତ ପରିବାରଙ୍କ ନିକଟରେ ସଚେତନତା ବାର୍ତ୍ତା ପହଞ୍ଚାଇବା ପାଇଁ ଅଭିଯାନରେ ସକ୍ରିୟ ଭାବରେ ସଂଶ୍ଳିଷ୍ଟ ଅଛନ୍ତି ।

ଏହି ବୈଠକରେ ଉପ-ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହ ଦେଓ, ସ୍ୱାସ୍ଥ୍ୟ ମନ୍ତ୍ରୀ ଡଃ ମୁକେଶ ମହାଲିଙ୍ଗ, ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ସ୍ୱାସ୍ଥ୍ୟ ବିଭାଗ ପ୍ରମୁଖ ଶାସନ ସଚିବ ଅଶ୍ୱଥି ଏସ, ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗ, ଗୃହ ଓ ନଗର ଉନ୍ନୟନ ବିଭାଗ, ମହିଳା ଓ ଶିଶୁ ସୁରକ୍ଷା ବିଭାଗ, ଗଣଶିକ୍ଷା ବିଭାଗର ପ୍ରମୁଖ ଶାସନ ସଚିବ ମାନେ ଉପସ୍ଥିତ ଥିଲେ ।

jmjnewso

Related Posts

ଘରେ ଘରେ ଜଳିବ ‘ଆଶୀର୍ବାଦର ଦୀପ’;ମହିଳାଙ୍କୁ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଆହ୍ୱାନ

Spread the love

Spread the loveଭୁବନେଶ୍ୱର:ଜେଏମଜେ ନ୍ୟୁଜ : ରାଜ୍ୟର ସମସ୍ତ ମହିଳା ହିତାଧିକାରୀମାନଙ୍କୁ ଆସନ୍ତା ସେପ୍ଟେମ୍ବର ୧୭ ତାରିଖ ସନ୍ଧ୍ୟାରେ ‘ଆଶୀର୍ବାଦର ଦୀପ’ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି ନିଜ ନିଜ ଘରେ ଦୀପ ପ୍ରଜ୍ୱଳନ କରିବା ପାଇଁ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା…

ଆଜିଠୁ ବ୍ୟାଙ୍କ ଧର୍ମଘଟ, ୫ ଦିନ ଠପ ରହିବ ବ୍ୟାଙ୍କିଙ୍ଗ୍‌ ସେବା !

Spread the love

Spread the loveଜେଏମଜେ ନ୍ୟୁଜ : ଆଜିଠୁ ଶୁକ୍ରବାରକୁ ମିଶାଇ ଲଗାତର ୫ ଦିନ ବ୍ୟାଙ୍କିଙ୍ଗ୍ ସେବା ପ୍ରଭାବିତ ହୋଇପାରେ । ୫ ଦିନ କାର୍ଯ୍ୟ ସପ୍ତାହ କାର୍ଯ୍ୟାନ୍ୱୟନରେ ବିଳମ୍ବ, ପ୍ରଦର୍ଶନ-ସଂଯୁକ୍ତ ପ୍ରୋତ୍ସାହନ(ପିଏଲ୍ଆଇ) ସ୍କିମକୁ ନେଇ ମତଭେଦ ଏବଂ ପେନସନ୍ ପ୍ରସଙ୍ଗ…

Leave a Reply

Your email address will not be published. Required fields are marked *

You Missed

ମାଲକାନଗିରିରେ ଲଗାଣ ବର୍ଷା, ବୁଡ଼ିଲା ପୋଟେରୁ ଓ କାଙ୍ଗୁରକୋଣ୍ଡା ପୋଲ

  • By jmjnewso
  • September 12, 2026
  • 38 views
ମାଲକାନଗିରିରେ ଲଗାଣ ବର୍ଷା, ବୁଡ଼ିଲା ପୋଟେରୁ ଓ କାଙ୍ଗୁରକୋଣ୍ଡା ପୋଲ

ଭିଜିଲାନ୍ସ ଜାଲରେ ରାଉରକେଲାର ଅବକାରୀ ଅଧୀକ୍ଷକ

  • By jmjnewso
  • September 12, 2026
  • 31 views
ଭିଜିଲାନ୍ସ ଜାଲରେ ରାଉରକେଲାର ଅବକାରୀ ଅଧୀକ୍ଷକ

ଶାନ୍ତିଶୃଙ୍ଖଳାରେ ଗଣେଶ ପୂଜା ପାଇଁ ବୁଗୁଡ଼ା ଥାନାରେ ବୈଠକ

  • By jmjnewso
  • September 12, 2026
  • 30 views
ଶାନ୍ତିଶୃଙ୍ଖଳାରେ ଗଣେଶ ପୂଜା ପାଇଁ ବୁଗୁଡ଼ା ଥାନାରେ ବୈଠକ

ଇସ୍ରୋର ଭୟଙ୍କର ଚେତାବନୀ, ଓଡ଼ିଶାକୁ ମାଡ଼ିଆସୁଛି ୩ଟି ସୁପର ସାଇକ୍ଲୋନ

  • By jmjnewso
  • September 12, 2026
  • 52 views
ଇସ୍ରୋର ଭୟଙ୍କର ଚେତାବନୀ, ଓଡ଼ିଶାକୁ ମାଡ଼ିଆସୁଛି ୩ଟି ସୁପର ସାଇକ୍ଲୋନ

ରାଜ୍ୟସଭାରୁ ଇସ୍ତଫା ଦେଲେ ବିଜେପି ସାଂସଦ ଦିନେଶ ଶର୍ମା

  • By jmjnewso
  • September 12, 2026
  • 31 views
ରାଜ୍ୟସଭାରୁ ଇସ୍ତଫା ଦେଲେ ବିଜେପି ସାଂସଦ ଦିନେଶ ଶର୍ମା

ତିନି ଜିଲ୍ଲାର ଆଇନଶୃଙ୍ଖଳା ସମୀକ୍ଷା କଲେ ପୋଲିସ ଡିଜି

  • By jmjnewso
  • September 12, 2026
  • 22 views
ତିନି ଜିଲ୍ଲାର ଆଇନଶୃଙ୍ଖଳା ସମୀକ୍ଷା କଲେ ପୋଲିସ ଡିଜି