ଆସିକା ଯୁବ ଶକ୍ତି ସମାବେଶ ରେ ମୁଖ୍ୟମନ୍ତ୍ରୀ

Spread the love

ଜେଏମଜେ ବ୍ୟୁରୋ : ଓଡ଼ିଶାର ଯୁବ ସମାଜ ପାଇଁ ଏକ ସୁବର୍ଣ୍ଣ ଯୁଗ ଆସୁଛି ସବୁ କ୍ଷେତ୍ରରେ ବ୍ୟାପକ ସୁଯୋଗ ସୃଷ୍ଟି ହେଇଛି। ଓଡ଼ିଶା ୨୦୩୬ ସୁଦ୍ଧା ୫୦୦ ବିଲିଅନ ଡଲାର ଓ ୨୦୪୭ ସୁଦ୍ଧା ୧.୫ ଟ୍ରିଲିଅନ ଡଲାର ଅର୍ଥନୀତି ହେବ। ଓଡ଼ିଶାର ଏହି ଲକ୍ଷ୍ୟ ହାସଲରେ ଯୁବ ଶକ୍ତି ହିଁ ମୁଖ୍ୟ ଭୂମିକା ଗ୍ରହଣ କରିବେ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଗଞ୍ଜାମ ଜିଲ୍ଲା ଆସ୍କାଠାରେ ଆୟୋଜିତ ରାଜ୍ୟସ୍ତରୀୟ ଯୁବ ଶକ୍ତି ସମାବେଶରେ କହିଛନ୍ତି।
ଗଞ୍ଜାମ ବାସୀଙ୍କୁ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଗଞ୍ଜାମ ଜିଲ୍ଲାର ପ୍ରତ୍ୟେକ କୋଣ ଅନୁକୋଣରେ ଭରି ରହିଛି କଳା, ସଙ୍ଗୀତ, ନୃତ୍ୟ ଓ ଗୀତର ସମ୍ଭାର। କେବଳ କଳା ନୈପୁଣ୍ୟ ନୁହେଁ ରାଜନୀତିରେ ମଧ୍ୟ ପାରଙ୍ଗମ ଗଞ୍ଜାମ ବାସୀ। ଗଞ୍ଜାମରେ ଗଞ୍ଜାମ ବାସୀ ଡବଲ ନୁହେଁ ଟ୍ରିପଲ୍ ଇଞ୍ଜିନ ସରକାର ଗଠନ କରିଛନ୍ତି। ସେ କହିଥିଲେ ଜୁନ ୧୨ ତାରିଖ ଆମ ପାଇଁ ବର୍ଷ ପୂର୍ତ୍ତିର ମହତ୍ତ୍ୱପୂର୍ଣ୍ଣ ଦିବସ ଥିଲା କିନ୍ତୁ ଆମେ ଆମ ସଫଳତାରେ ଆତ୍ମ ବିଭୋର ନହୋଇ ଜୁନ ୧୩ ତାରିଖରୁ ଲୋକଙ୍କ ସେବାରେ ନିଜକୁ ଉତ୍ସର୍ଗ କରିଛୁ।
ମୁଖ୍ୟମନ୍ତ୍ରୀ ଏହି ଅବସରରେ ଜିଲ୍ଲାରେ ୫୫୦ କୋଟି ଟଙ୍କା ମୂଲ୍ୟର ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଶିଳାନ୍ୟାସ କରିଥିଲେ, ଏଥିରେ ୫ଟି ଜଳସେଚନ ପ୍ରକଳ୍ପ, ଗୋଟିଏ ସଡ଼କ ପ୍ରଶସ୍ତୀ କରଣ ପ୍ରକଳ୍ପ, ଗୋଟିଏ ହାଇ ଲେଭେଲ୍ ପ୍ରକଳ୍ପ ଓ ଅନ୍ୟାନ୍ୟ ପ୍ରକଳ୍ପ ରହିଛି। ମା ତାରତାରେଣୀ ମନ୍ଦିର ଉନ୍ନତିକରଣ ପାଇଁ ରିଭାଇଜ୍ ଡି ପି ଆର ପ୍ରସ୍ତୁତ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ପୋଲସରାରେ ଏକ ବିଶ୍ବସ୍ତରୀୟ ଶିଳ୍ପ ତାଲିମ ପ୍ରତିଷ୍ଠାନ ପାଇଁ ଜାଗା ଯୋଗାଇ ଦିଆଯିବ ବୋଲି ସେ କହିଥିଲେ.କାର୍ଯ୍ୟକ୍ରମରେ ଇସ୍ପାତ ଓ ଖଣିମନ୍ତ୍ରୀ ବିଭୂତି ଭୂଷଣ ଜେନା, କ୍ରୀଡ଼ା ଓ ଯୁବସେବା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ୍, ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ, ବ୍ରହ୍ମପୁର ସାଂସଦ ପ୍ରଦୀପ କୁମାର ପାଣିଗ୍ରାହୀ, କନ୍ଧମାଳ ସାଂସଦ ସୁକାନ୍ତ କୁମାର ପାଣିଗ୍ରାହୀ, ଭଞ୍ଜନଗର, କବିସୂର୍ଯ୍ୟନଗର, ବ୍ରହ୍ମପୁର, ଛତ୍ରପୁର, ଖଲିକୋଟ, ଦିଗପହଣ୍ଡି, ଚିକିଟି ଓ ସୋରଡ଼ାର ବିଧାୟକ ଏବଂ କ୍ରୀଡ଼ା ଓ ଯୁବ ସେବା ବିଭାଗର ପ୍ରମୁଖ ଶାସନ ସଚିବ ଉପସ୍ଥିତ ଥିଲେ।

କାର୍ଯ୍ୟକ୍ରମରେ ଆସ୍କା ସାଂସଦ ଅନିତା ଶୁଭଦର୍ଶିନୀ ସ୍ୱାଗତ ଭାଷଣ ଦେଇଥିଲେ ଓ ବିଧାୟକ ଆସ୍କା ସରୋଜ କୁମାର ପାଢ଼ୀ ଧନ୍ୟବାଦ୍ ଅର୍ପଣ କରିଥିଲେ.

  • jmjnewso

    Related Posts

    ରାଜ୍ୟସଭାରୁ ଇସ୍ତଫା ଦେଲେ ବିଜେପି ସାଂସଦ ଦିନେଶ ଶର୍ମା

    Spread the love

    Spread the loveଜେଏମଜେ ବ୍ୟୁରୋ : ବିଜେପିର ରାଜ୍ୟସଭା ସାଂସଦ ତଥା ଉତ୍ତରପ୍ରଦେଶର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଡା. ଦିନେଶ ଶର୍ମା ରାଜ୍ୟସଭା ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି। ରାଜ୍ୟସଭାର ଚେୟାରମ୍ୟାନ୍ ସି.ପି. ରାଧାକୃଷ୍ଣନ ତାଙ୍କ ଇସ୍ତଫାକୁ ଗ୍ରହଣ କରିବା ସହ ତାଙ୍କ ଆସନକୁ…

    ଘରେ ଘରେ ଜଳିବ ‘ଆଶୀର୍ବାଦର ଦୀପ’;ମହିଳାଙ୍କୁ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଆହ୍ୱାନ

    Spread the love

    Spread the loveଭୁବନେଶ୍ୱର:ଜେଏମଜେ ନ୍ୟୁଜ : ରାଜ୍ୟର ସମସ୍ତ ମହିଳା ହିତାଧିକାରୀମାନଙ୍କୁ ଆସନ୍ତା ସେପ୍ଟେମ୍ବର ୧୭ ତାରିଖ ସନ୍ଧ୍ୟାରେ ‘ଆଶୀର୍ବାଦର ଦୀପ’ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି ନିଜ ନିଜ ଘରେ ଦୀପ ପ୍ରଜ୍ୱଳନ କରିବା ପାଇଁ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା…

    Leave a Reply

    Your email address will not be published. Required fields are marked *

    You Missed

    ମାଲକାନଗିରିରେ ଲଗାଣ ବର୍ଷା, ବୁଡ଼ିଲା ପୋଟେରୁ ଓ କାଙ୍ଗୁରକୋଣ୍ଡା ପୋଲ

    • By jmjnewso
    • September 12, 2026
    • 42 views
    ମାଲକାନଗିରିରେ ଲଗାଣ ବର୍ଷା, ବୁଡ଼ିଲା ପୋଟେରୁ ଓ କାଙ୍ଗୁରକୋଣ୍ଡା ପୋଲ

    ଭିଜିଲାନ୍ସ ଜାଲରେ ରାଉରକେଲାର ଅବକାରୀ ଅଧୀକ୍ଷକ

    • By jmjnewso
    • September 12, 2026
    • 34 views
    ଭିଜିଲାନ୍ସ ଜାଲରେ ରାଉରକେଲାର ଅବକାରୀ ଅଧୀକ୍ଷକ

    ଶାନ୍ତିଶୃଙ୍ଖଳାରେ ଗଣେଶ ପୂଜା ପାଇଁ ବୁଗୁଡ଼ା ଥାନାରେ ବୈଠକ

    • By jmjnewso
    • September 12, 2026
    • 31 views
    ଶାନ୍ତିଶୃଙ୍ଖଳାରେ ଗଣେଶ ପୂଜା ପାଇଁ ବୁଗୁଡ଼ା ଥାନାରେ ବୈଠକ

    ଇସ୍ରୋର ଭୟଙ୍କର ଚେତାବନୀ, ଓଡ଼ିଶାକୁ ମାଡ଼ିଆସୁଛି ୩ଟି ସୁପର ସାଇକ୍ଲୋନ

    • By jmjnewso
    • September 12, 2026
    • 54 views
    ଇସ୍ରୋର ଭୟଙ୍କର ଚେତାବନୀ, ଓଡ଼ିଶାକୁ ମାଡ଼ିଆସୁଛି ୩ଟି ସୁପର ସାଇକ୍ଲୋନ

    ରାଜ୍ୟସଭାରୁ ଇସ୍ତଫା ଦେଲେ ବିଜେପି ସାଂସଦ ଦିନେଶ ଶର୍ମା

    • By jmjnewso
    • September 12, 2026
    • 38 views
    ରାଜ୍ୟସଭାରୁ ଇସ୍ତଫା ଦେଲେ ବିଜେପି ସାଂସଦ ଦିନେଶ ଶର୍ମା

    ତିନି ଜିଲ୍ଲାର ଆଇନଶୃଙ୍ଖଳା ସମୀକ୍ଷା କଲେ ପୋଲିସ ଡିଜି

    • By jmjnewso
    • September 12, 2026
    • 26 views
    ତିନି ଜିଲ୍ଲାର ଆଇନଶୃଙ୍ଖଳା ସମୀକ୍ଷା କଲେ ପୋଲିସ ଡିଜି