ମୁଖ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ସଚିବସ୍ତରୀୟ ବୈଠକ: ଆଗକୁ ‘ଆମ ଶାସନ’ ବ୍ୟବସ୍ଥା

Spread the love

ଭୁବନେଶ୍ୱର : (ଜେଏମଜେ ନ୍ୟୁଜ) ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଆଜି ସଚିବସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଛି । ଏଥିରେ ଜନକୈନ୍ଦ୍ରିକ ଶାସନ ପରିଚାଳନା ପାଇଁ ବୈଷୟିକ ଜ୍ଞାନ କୌଶଳର ବ୍ୟାପକ ବ୍ୟବହାର ଉପରେ ମୁଖ୍ୟ ସଚିବ ଗୁରୁତ୍ୱାରୋପ କରିଛନ୍ତି । କାର୍ଯ୍ୟକାରୀ ହେଉଥିବା ଜନଶୁଣାଣି ବ୍ୟବସ୍ଥାରେ ବୈଷୟିକ ଜ୍ଞାନ କୌଶଳ କିପରି ସହାୟକ ହୋଇଛି, ସେ ସଂପର୍କରେ ବୈଠକରେ ସମୀକ୍ଷା କରାଯାଇଥିଲା ।୨୦୨୪ ଜୁନ୍ରୁ ବିଭିନ୍ନ ମାଧ୍ୟମରେ ଗୃହୀତ ହୋଇଥିବା ଜନ ଅଭିଯୋଗ ମଧ୍ୟରେ ଅଦ୍ୟାବଧି ଶୁଣାଣି ଫଇସଲା ହାର ୮୨% ହୋଇଛି ବୋଲି ବୈଠକରୁ ଜଣାପଡ଼ିଛି । ଏଥି ସହିତ ବିଭିନ୍ନ ସରକାରୀ ସେବା ପ୍ରଦାନର ଗୁଣବତ୍ତାକୁ ଆହୁରି ଉନ୍ନତ କରିବା ଲାଗି ଆଗାମୀ ଦିନରେ ‘ଆମ ଶାସନ’ ବ୍ୟବସ୍ଥା କାର୍ଯ୍ୟକାରୀ କରିବା ସଂପର୍କରେ ଆଲୋଚନା କରାଯାଇଥିଲା ।
ଓଡ଼ିଶା ଜନସେବା ଅଧିକାର ଅଧିନିୟମ ଅଧୀନରେ ଅନ୍ତର୍ଭୁକ୍ତ ସେବାଗୁଡିକୁ ‘ଆମ ସାଥୀ’ ଏକୀକୃତ ‘ହ୍ୱାଟ୍ସଆପ୍ ବଟ୍’ରେ ସମନ୍ୱିତ କରାଯିବା ପାଇଁ ନିଆଯାଇଥିବା ପଦକ୍ଷେପ ସଂପର୍କରେ ଆଲୋଚନା କରାଯାଇଥିଲା । ଅନୁମୋଦନ କରାଯାଇଥିବା ବିଭିନ୍ନ ଭିତ୍ତିଭୂମି ପ୍ରକଳ୍ପଗୁଡ଼ିକ ଧାର୍ଯ୍ୟ ସମୟସୀମା ଅନୁସାରେ କାର୍ଯ୍ୟକାରୀ କରାଯିବା, ଧାର୍ଯ୍ୟ ଲକ୍ଷ୍ୟ ଅନୁସାରେ ଅଗ୍ରଗତି ଇତ୍ୟାଦି ଅନୁଧାନ ପାଇଁ ଆଗାମୀ ୩୧ ଅକ୍ଟୋବର ସୁଦ୍ଧା ୱାର୍କ ପାସ୍ ବୁକ୍ ବ୍ୟବସ୍ଥା ଆରମ୍ଭ କରାଯିବାକୁ ଲକ୍ଷ୍ୟ ରଖାଯାଇଛି । ବିଭାଗୀୟ ସିସିଟିଭି ବ୍ୟବସ୍ଥାକୁ ସଂଯୋଗୀକୃତ କରାଯାଇ କେନ୍ଦ୍ରୀୟ ପରିଚାଳନା ନିମନ୍ତେ ସମନ୍ୱିତ ସିସିଟିଭି ସର୍ବେକ୍ଷଣ ବ୍ୟବସ୍ଥା କରାଯିବାକୁ ପଦକ୍ଷେପ ନିଆଯାଇଛି । ସାମୁହିକ ପ୍ରୟାସରେ ଓଡ଼ିଶାର ଉନ୍ନତି, କାର୍ଯ୍ୟରେ ଅଭିନବତ୍ୱ ଲାଗି ‘ଓଡ଼ିଶା ଆଇଡିଆଜ୍ ପୋର୍ଟାଲ ରୋଲଆଉଟ’ ଆରମ୍ଭ ଲାଗି ଆଲୋଚନା ହୋଇଥିଲା । ଏହାସହ ବିଭିନ୍ନ ସରକାରୀ କାର୍ଯ୍ୟକ୍ରମର ସବିଶେଷ ଆଲୋଚନା କରାଯାଇଥିଲା । ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦେଓରଂଜନ କୁମାର ସିଂ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ସୁରେନ୍ଦ୍ର କୁମାରଙ୍କ ସମେତ ଅନ୍ୟମାନେ ଯୋଗ ଦେଇଥିଲେ ।

  • jmjnewso

    Related Posts

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    Spread the love

    Spread the love ଜେଏମଜେ ବ୍ୟୁରୋ : ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ତଦନ୍ତ କମିସନ ଫାଇଲ୍ ଗାଏବ ହେବା ଘଟଣାରେ ରାଜ୍ୟ ବିଜେପି ପକ୍ଷରୁ କଡ଼ା ପ୍ରତିକ୍ରିୟା ପ୍ରକାଶ ପାଇଛି । ଏହି ସମ୍ବେଦନଶୀଳ ମାମଲାରେ ଯେଉଁମାନେ ଦୋଷୀ ସେମାନେ ଜେଲ୍ ଯିବେ…

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    Spread the love

    Spread the loveଜେଏମଜେ ବ୍ୟୁରୋ : ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଗୁରୁତ୍ୱପୂର୍ଣ୍ଣ ତଦନ୍ତ କମିସନ ଫାଇଲ ହଜିବା ମାମଲାରେ ଏବେ ତଦନ୍ତ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଏହି ସମ୍ବେଦନଶୀଳ ଘଟଣାରେ ଆଜି ଏକ ବଡ଼ ସୂଚନା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ…

    Leave a Reply

    Your email address will not be published. Required fields are marked *

    You Missed

    ପ୍ରଶାସନଙ୍କ ସେବାରେ ବ୍ୟବହାର ହେବ ଏଆଇ

    ପ୍ରଶାସନଙ୍କ ସେବାରେ ବ୍ୟବହାର ହେବ ଏଆଇ

    ଧର୍ମେନ୍ଦ୍ର ଓଡ଼ିଶା ଆସିବା ପରେ ଭାଜପା ନେତାଙ୍କ ସହ ବଡ଼ ବୈଠକ କଲେ ମୁଖ୍ୟମନ୍ତ୍ରୀ

    ଧର୍ମେନ୍ଦ୍ର ଓଡ଼ିଶା ଆସିବା ପରେ ଭାଜପା ନେତାଙ୍କ ସହ ବଡ଼ ବୈଠକ କଲେ ମୁଖ୍ୟମନ୍ତ୍ରୀ

    ଜନତା ମାଗେ ଜବାବ 30 ଜୁଲାଇ 2026

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ