ଦୀର୍ଘ ୧୫ ଦିନ ପରେ କାଳିଆକୁ ଦେଖି ଭାବବିହ୍ବଳ ଭକ୍ତ: ୯ଟା ୩୦ରୁ ପହଣ୍ଡି , ୪ଟାରେ ରଥଟଣା ଆରମ୍ଭ

Spread the love

ଜେଏମଜେ ବ୍ୟୁରୋ : ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ମହାବାହୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଚତୁର୍ଦ୍ଧାମୂର୍ତ୍ତି କାଲି ରତ୍ନବେଦି ଛାଡ଼ି ବଡ଼ଦାଣ୍ଡକୁ ଆସିବେ ଭକ୍ତଙ୍କୁ ତାଙ୍କର ଦିବ୍ୟ ଦର୍ଶନ ଦେବାକୁ। ଏନେଇ କାର୍ଯ୍ୟସୂଚୀ ଧାର୍ଯ୍ୟ କରାଯାଇଛି। କାଲି ସକାଳ ୯ଟାରେ ତିନି ରଥକୁ ପ୍ରତିଷ୍ଠା କରାଯିବ। ୯ଟା ୧୫ରେ ମଙ୍ଗଳାର୍ପଣ ପରେ ୯ଟା ୩୦ରୁ ପହଣ୍ଡି ହେବ। ମଧ୍ୟାହ୍ନ ୧୨ଟା ୩୦ ସୁଦ୍ଧା ଦାରୁବିଗ୍ରହ ରଥାରୂଢ଼ ହେବେ। ୨ଟା ୩୦ରୁ ୩ଟା ୩୦ ମଧ୍ୟରେ ଗଜପତି ମହାରାଜା ଛେରାପହଁରା କରିବାକୁ ଥିବାବେଳେ ଚାରମାଳ ଫିଟାଯାଇ ଅପରାହ୍ନ ୪ଟାରେ ରଥଟଣା ଅନୁଷ୍ଠିତ ହେବାକୁ ନିଷ୍ପତ୍ତି ନିଆଯାଇଛି।

ଦେବସ୍ନାନ ପୂର୍ଣ୍ଣିମାରେ ଶ୍ରୀବିଗ୍ରହମାନେ ୧୦୮ ଗରା ସୁବାସିତ ଜଳରେ ସ୍ନାନ କରି ଜ୍ୱରରେ ପୀଡ଼ିତ ହୋଇ ୧୫ ଦିନ ଅଣସରରେ ରହି ଗୁପ୍ତସେବା ହେବା ପରେ ଗୁରୁବାର ନେତ୍ର ଉତ୍ସବରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି। ଅମାବାସ୍ୟା ଅବସରରେ ବୁଧବାର ଅଣସର ଘରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର ବା ବନକଲାଗି କରାଯାଇଥିଲା।

  • jmjnewso

    Related Posts

    IPS ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ରଥଯାତ୍ରାର ବଡ଼ ଦାୟିତ୍ବ

    Spread the love

    Spread the loveଜେଏମଜେ ବ୍ୟୁରୋ : ଆଇପିଏସ ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ରଥଯାତ୍ରାର ବଡ଼ ଦାୟିତ୍ବ । ରଥଯାତ୍ରାରେ ପୋଲିସ ପରିଚାଳନା ଦାୟିତ୍ବ ବୁଝିବେ ସୌମେନ୍ଦ୍ର ପ୍ରିୟଦର୍ଶୀ । ନୀତିକାନ୍ତି ଓ ଉତ୍ସବ ପାଳନ ବେଳେ ପୋଲିସ୍‌ ବ୍ୟବସ୍ଥା ଦେଖିବେ । ରବିବାର…

    ଶରଧାବାଲି ଦଳାଚକଟା ଘଟଣାରେ କାର୍ଯ୍ୟାନୁଷ୍ଠାନ, ବଦଳିଲେ ପୁରୀ ଜିଲ୍ଲାପାଳ, ଏସ୍‌ପି ଏବଂ ଦୁଇ ଅଧିକାରୀ ନିଲମ୍ବିତ

    Spread the love

    Spread the loveଅଘଟଣ ପରେ ଆକ୍ସନ । ପୁରୀ ଶରଧାବାଲି ଦଳଚକଟା ଘଟଣାରେ ରାଜ୍ୟସରକାରଙ୍କ କଠୋର ଆକ୍ସନ । ଅଘଟଣ ପାଇଁ ବଦଳିଲେ ପୁରୀ ଜିଲ୍ଲାପାଳ ଓ ଏସ୍ପି । ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥ ଶେଖର ସ୍ୱାଇଁଙ୍କ ବଦଳରେ ଚଞ୍ଚଳ ରଣାକୁ…

    Leave a Reply

    Your email address will not be published. Required fields are marked *

    You Missed

    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    • By jmjnewso
    • September 13, 2026
    • 37 views
    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    • By jmjnewso
    • September 13, 2026
    • 47 views
    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    • By jmjnewso
    • September 13, 2026
    • 30 views
    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    • By jmjnewso
    • September 13, 2026
    • 73 views
    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ

    • By jmjnewso
    • September 13, 2026
    • 43 views
    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ

    ଘରୋଇ ବସ୍ ମାଡିଯାଇ ନାବାଳିକା ମୃତ: ପ୍ରତିବାଦରେ ଗ୍ରାମବାସୀଙ୍କ ରାସ୍ତାରୋକ

    • By jmjnewso
    • September 13, 2026
    • 61 views
    ଘରୋଇ ବସ୍ ମାଡିଯାଇ ନାବାଳିକା ମୃତ: ପ୍ରତିବାଦରେ ଗ୍ରାମବାସୀଙ୍କ ରାସ୍ତାରୋକ