କିଏ ହେବେ ରାଜ୍ୟ ବିଜେପି ସଭାପତି ? ଆଜିଠୁ ୩ ଦିନ ଚାଲିବ ନିର୍ବାଚନ ପ୍ରକ୍ରିୟା.

Spread the love

ଭୁବନେଶ୍ୱର :(ଜେଏମଜେ ନ୍ୟୁଜ ): ଆଜିଠୁ ବିଜେପି ରାଜ୍ୟ ସଭାପତି ନିର୍ବାଚନ ପ୍ରକ୍ରିୟା ଆରମ୍ଭ ହେବ । ତିନିଦିନ ଧରି ନିର୍ବାଚନ ପ୍ରକ୍ରିୟା ଚାଲିବ । ଏହାପରେ ରାଜ୍ୟ ସଭାପତିଙ୍କ ନାଁ ଘୋଷଣା କରାଯିବ । ଦୀର୍ଘ ଅପେକ୍ଷା ପରେ ଶେଷରେ ଅଟକି ରହିଥିବା ରାଜ୍ୟ ସଭାପତି ଚୟନ ପାଇଁ ବିଜେପି ଆନୁଷ୍ଠାନିକ ପ୍ରକ୍ରିୟା ଆରମ୍ଭ କରିଛି । ରାଜ୍ୟ ନିର୍ବାଚନ ଅଧିକାରୀ ତଥା ବାଲେଶ୍ୱର ସାଂସଦ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ନିର୍ବାଚନ ନେଇ ବିସ୍ତୃତ ସୂଚନା ଦେଇଛନ୍ତି ।
ସେ କହିଛନ୍ତି, ବିଜେପିର ସ୍ଥାନୀୟ ସମିତି, ମଣ୍ଡଳ ସମିତି ଓ ଜିଲ୍ଲା ସମିତି ନିର୍ବାଚନ ପ୍ରକ୍ରିୟା ଶେଷ ହୋଇଛି । ଏବେ ରାଜ୍ୟ ସଭାପତି ନିର୍ବାଚନ ଓ ରାଷ୍ଟ୍ରୀୟ ପରିଷଦ ସଦସ୍ୟମାନଙ୍କ ନିର୍ବାଚନ ପ୍ରକ୍ରିୟା ଚାଲିବ । ଜୁଲାଇ ୧ ସୁଦ୍ଧା ରାଜ୍ୟର ସାଙ୍ଗଠନିକ ନିର୍ବାଚନ ପ୍ରକ୍ରିୟା ଶେଷ ହେବ । କେନ୍ଦ୍ର ନିର୍ବାଚନ ଅଧିକାରୀଙ୍କ ତରଫରୁ ବିହାର ସାଂସଦ ସଞ୍ଜୟ ଜୟସ୍ୱାଲ୍ଙ୍କୁ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତି ଦିଆଯାଇଛି । ସେ ନିର୍ବାଚନ ପ୍ରକ୍ରିୟା ପରିଚାଳନାକୁ ତଦାରଖ କରିବେ । ନିର୍ବାଚନ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ସେ ତତ୍କାଳ ଓଡ଼ିଶା ଆସିବେ ।

ପ୍ରତି ୩ ବର୍ଷରେ ଥରେ ବିଜେପିର ସାଙ୍ଗଠନିକ ନିର୍ବାଚନ ପ୍ରକ୍ରିୟା ଅନୁଷ୍ଠିତ ହୁଏ । ଏଥର ସାଙ୍ଗଠନିକ ନିର୍ବାଚନ ୨୦୨୪ ବୁଥ୍ରୁ ନେଇ ରାଷ୍ଟ୍ରୀୟ ସଭାପତି ଚୟନରେ ଶେଷ ହେବ । ରାଜ୍ୟ ସଭାପତିଙ୍କ ନାଁ ଘୋଷଣା ପରେ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ହେବ ବୋଲି କୁହାଯାଉଛି । ରଥଯାତ୍ରା ପରେ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ଓ ଅଦଳବଦଳ ହେବ । ଏଥିସହ ଖାଲି ପଡ଼ିଥିବା ନିଗମ ଓ ବୋର୍ଡର ଅଧ୍ୟକ୍ଷ ପଦବିରେ ନିଯୁକ୍ତି କରାଯିବ । ସରକାର ବର୍ଷ ପୂର୍ତ୍ତି ପାଳନ କରୁଥିବାରୁ ସଂଗଠନକୁ ମଧ୍ୟ ସମାନ ଗୁରୁତ୍ୱ ଦେବାକୁ କେନ୍ଦ୍ରୀୟ ନେତୃତ୍ୱ ଯୋଜନା କରିଛନ୍ତି । ଏବେ ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର ଓଡ଼ିଶାରେ ଅଛନ୍ତି । ଖୁବ୍ଶୀଘ୍ର ନିର୍ବାଚନ ପର୍ଯ୍ୟବେକ୍ଷକ ସଞ୍ଜୟ ଜୟସ୍ୱାଲ ଆସି ପହଞ୍ଚିବେ। ରଥ ପରେ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ଓ ନିଗମ/ ବୋର୍ଡ ଅଧ୍ୟକ୍ଷ ନିଯୁକ୍ତି ପ୍ରକ୍ରିୟା ଆଗେଇବ ବୋଲି ଦଳୀୟ ସୂତ୍ରରୁ ସୂଚନା ମିଳିଛି ।

  • jmjnewso

    Related Posts

    ଆଜି ଅପରାହ୍ନ ୪ଟାରେ ମମତାଙ୍କ ସାମ୍ବାଦିକ ସମ୍ମିଳନୀ

    Spread the love

    Spread the loveଜେଏମଜେ ବ୍ୟୁରୋ : ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ ସୁପ୍ରିମୋ ମମତା ବାନାର୍ଜୀଙ୍କ କାଲିଘାଟ ବାସଭବନ ଏବଂ ରାଜ୍ୟ ସଚିବାଳୟ, ନବାନ୍ନାରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ତାଙ୍କ ବାସଭବନ ନିକଟରେ କିଛି ଲୋକ ‘ଜୟ ଶ୍ରୀ…

    ପଶ୍ଚିମବଙ୍ଗ ନିର୍ବାଚନ ଫଳାଫଳ ୨୦୨୬: ଟିଏମସିକୁ ପଛରେ ପକାଇ ଆଗରେ ବିଜେପି

    Spread the love

    Spread the loveଜେଏମଜେ ବ୍ୟୁରୋ : ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ୨୦୨୬ର ହାଇ-ଭୋଲଟେଜ୍ ଲଢ଼େଇ ପରେ ଆଜି ସମସ୍ତଙ୍କ ନଜର ଭୋଟ୍ ଗଣତି ଉପରେ ରହିଛି । ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ତୃଣମୂଳ କଂଗ୍ରେସ (TMC) ଏବଂ ଭାରତୀୟ ଜନତା…

    Leave a Reply

    Your email address will not be published. Required fields are marked *

    You Missed

    ମନଇଚ୍ଛା ବଦଳି ନେଇପାରିବେନି ସରକାରୀ ଅଧିକାରୀ

    ମନଇଚ୍ଛା ବଦଳି ନେଇପାରିବେନି ସରକାରୀ ଅଧିକାରୀ

    ଆଜି ଅପରାହ୍ନ ୪ଟାରେ ମମତାଙ୍କ ସାମ୍ବାଦିକ ସମ୍ମିଳନୀ

    ଆଜି ଅପରାହ୍ନ ୪ଟାରେ ମମତାଙ୍କ ସାମ୍ବାଦିକ ସମ୍ମିଳନୀ

    ପଶ୍ଚିମବଙ୍ଗ ନିର୍ବାଚନ ଫଳାଫଳ ୨୦୨୬: ଟିଏମସିକୁ ପଛରେ ପକାଇ ଆଗରେ ବିଜେପି

    ପଶ୍ଚିମବଙ୍ଗ ନିର୍ବାଚନ ଫଳାଫଳ ୨୦୨୬: ଟିଏମସିକୁ ପଛରେ ପକାଇ ଆଗରେ ବିଜେପି

    ବାହାଘର ପ୍ରୋଶେସନ ବେଳେ ସଂଘବଦ୍ଧ ଆକ୍ରମଣରେ ଯୁବକ ମୃତ: ପ୍ରବଳ ଉତ୍ତେଜନା. ପୋଲିସ ମୁତୟନ।

    ବାହାଘର ପ୍ରୋଶେସନ ବେଳେ ସଂଘବଦ୍ଧ ଆକ୍ରମଣରେ ଯୁବକ ମୃତ: ପ୍ରବଳ ଉତ୍ତେଜନା. ପୋଲିସ ମୁତୟନ।

    ବାଚସ୍ପତି କମିଟି ସମ୍ମିଳନୀ: ଦଳ ବଦଳ ଆଇନ ଉପରେ ତର୍ଜମା

    ବାଚସ୍ପତି କମିଟି ସମ୍ମିଳନୀ: ଦଳ ବଦଳ ଆଇନ ଉପରେ ତର୍ଜମା

    ଇଣ୍ଡି ମେଣ୍ଟ ମୁହାଁ ବିଜେଡି!

    ଇଣ୍ଡି ମେଣ୍ଟ ମୁହାଁ ବିଜେଡି!