ଶରଧାବାଲିରେ ଠେଲାପେଲା ଦଳାଚକଟା, ୩ ମୃତ

Spread the love


ପୁରୀ : (ଜେଏମଜେ ନ୍ୟୁଜ ):ପୁରୀ ଶରଧାବାଲିରେ ଠେଲାପେଲା ଦଳାଚକଟା । ତିନି ଭକ୍ତଙ୍କ ଜୀବନ ଯାଇଛି । ସେମାନଙ୍କ ଭିତରୁ ଦୁଇ ଜଣ ପୁରୁଷ ଥିବା ବେଳେ ଜଣେ ମହିଳାଙ୍କ ମୃତ୍ୟ ହୋଇଛି । ମୃତକମାନେ ହେଲେ ଖୋର୍ଦ୍ଧା ଗୋବର୍ଦ୍ଧନପୁର ଅଞ୍ଚଳର ବାସନ୍ତୀ ସାହୁ , ନୟାପଲ୍ଲୀ ଅଞ୍ଚଳର ପ୍ରେମକାନ୍ତ ମହାନ୍ତି ଏବଂ ବାଲିପାଟଣା ଅଞ୍ଚଳର ପ୍ରଭାତୀ ଦାସ।
ସୂଚନା ଅନୁସାରେ ଶରଧାବାଲିରେ ୩ ରଥ ଲାଗିବା ପରେ ଠାକୁରଙ୍କୁ ଦର୍ଶନ କରିବା ଲାଗି ଶ୍ରଦ୍ଧାଳୁଙ୍କ ଭିଡ଼ ହୋଇଥିଲେ । ରାତି ସମୟରେ ଭିଡ଼ ବଢ଼ି ଚାଲିଥିଲା । ତେବେ ରାତି ପ୍ରାୟ ୧୨ଟା ୧୫ ବେଳକୁ ଠାକୁରଙ୍କ ପହୁଡ଼ ପଡ଼ିଯାଇଥିଲା, ଯାହା ପୂର୍ବ ବର୍ଷଗୁଡ଼ିକ ତୁଳନାରେ ଶୀଘ୍ର ହୋଇଥିଲା । ତେବେ ଆଜି ଭୋର ୪ ସମୟରେଦର୍ଶନ ପାଇଁ ଆସିଥିବା ହଜାର ହଜାର ଶ୍ରଦ୍ଧାଳୁଙ୍କ ଜନସମାଗମ ଯୋଗୁଁ ଦଳାଚକଟା ହୋଇଛି । ରଥ ସମ୍ମୁଖରେ ଅଘଟଣ ଘଟିଥିବା ସୂଚନା ମିଳିଛି । ଯେଉଁ ସ୍ଥାନରେ ଦଳାଚକଟା ହୋଇଛି ସେଠାରେ ପ୍ରଶାସନ ତରଫରୁ ପୂର୍ବରୁ କୌଣସି ସୁରକ୍ଷା କିମ୍ବା ପୋଲିସ ବାହନୀ ସେଠାରେ ଉପସ୍ଥିତ ନଥିଲେ । ଯେଉଁ କାରଣରୁ ହଜାର ହଜାର ଭକ୍ତଙ୍କ ସମାଗମ ହୋଇ ଠେଲାପେଲା-ଦଳାଚକଟା ହୋଇଥିଲା ।

ସେହିପରି ରଥଯାତ୍ରା ଦିନ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ‘ନନ୍ଦିଘୋଷ’ରଥ ନଗଡ଼ିବାକୁ ନେଇ ଶ୍ରଦ୍ଧାଳୁଙ୍କ ମଧ୍ୟରେ ତୀବ୍ର ଆକ୍ରୋଶ ଦେଖିବାକୁ ମିଳିଥିଲା । ଯଦିଓ ମହାପ୍ରଭୁଙ୍କ ପହଣ୍ଡିଠୁ ଆରମ୍ଭ କରି ସମସ୍ତ ପ୍ରକାରର ନୀତିକାନ୍ତି ସୁରୁଖୁରରେ ସମ୍ପନ୍ନ ହୋଇଥିଲେ ମଧ୍ୟ ଭିଡ଼ ନିୟନ୍ତ୍ରଣରେପୋଲିସ କାହିଁକି ବିଫଳ ହେଲା ତାକୁ ନେଇ ପ୍ରଶ୍ନ ଉଠିଛି । ଏହା ପର ଦିନ ମନ୍ଦିର ପ୍ରଶାସନ ପକ୍ଷରୁ ଦ୍ୱିତୀୟ ଦିନରେ ରଥଟଣା କାର୍ଯ୍ୟ ପ୍ରାୟ ସକାଳ ୯ଟା ୫୦ମିନିଟରେ ଆରମ୍ଭ ହୋଇଥିଲା । ମହାପ୍ରଭୁଙ୍କ ନନ୍ଦିଘୋଷଙ୍କ ରଥ ଦିନ ପ୍ରାୟ ୧ଟା ୧୦ମିନିଟରେ ଶରଧାବାଲିରେ ପହଂଚିଥିଲା । ଏହାପୂର୍ବରୁ ମହାପ୍ରଭୁ ବଳଭଦ୍ରଙ୍କ ତାଳଧ୍ୱଜ ଓ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ ଗୁଣ୍ଡିଚା ମନ୍ଦିର ସମ୍ମୁଖସ୍ଥ ଶରଧାବାଲିରେ ପହଂଚିଥିଲା ।

  • jmjnewso

    Related Posts

    IPS ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ରଥଯାତ୍ରାର ବଡ଼ ଦାୟିତ୍ବ

    Spread the love

    Spread the loveଜେଏମଜେ ବ୍ୟୁରୋ : ଆଇପିଏସ ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ରଥଯାତ୍ରାର ବଡ଼ ଦାୟିତ୍ବ । ରଥଯାତ୍ରାରେ ପୋଲିସ ପରିଚାଳନା ଦାୟିତ୍ବ ବୁଝିବେ ସୌମେନ୍ଦ୍ର ପ୍ରିୟଦର୍ଶୀ । ନୀତିକାନ୍ତି ଓ ଉତ୍ସବ ପାଳନ ବେଳେ ପୋଲିସ୍‌ ବ୍ୟବସ୍ଥା ଦେଖିବେ । ରବିବାର…

    ଶରଧାବାଲି ଦଳାଚକଟା ଘଟଣାରେ କାର୍ଯ୍ୟାନୁଷ୍ଠାନ, ବଦଳିଲେ ପୁରୀ ଜିଲ୍ଲାପାଳ, ଏସ୍‌ପି ଏବଂ ଦୁଇ ଅଧିକାରୀ ନିଲମ୍ବିତ

    Spread the love

    Spread the loveଅଘଟଣ ପରେ ଆକ୍ସନ । ପୁରୀ ଶରଧାବାଲି ଦଳଚକଟା ଘଟଣାରେ ରାଜ୍ୟସରକାରଙ୍କ କଠୋର ଆକ୍ସନ । ଅଘଟଣ ପାଇଁ ବଦଳିଲେ ପୁରୀ ଜିଲ୍ଲାପାଳ ଓ ଏସ୍ପି । ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥ ଶେଖର ସ୍ୱାଇଁଙ୍କ ବଦଳରେ ଚଞ୍ଚଳ ରଣାକୁ…

    Leave a Reply

    Your email address will not be published. Required fields are marked *

    You Missed

    ମନଇଚ୍ଛା ବଦଳି ନେଇପାରିବେନି ସରକାରୀ ଅଧିକାରୀ

    ମନଇଚ୍ଛା ବଦଳି ନେଇପାରିବେନି ସରକାରୀ ଅଧିକାରୀ

    ଆଜି ଅପରାହ୍ନ ୪ଟାରେ ମମତାଙ୍କ ସାମ୍ବାଦିକ ସମ୍ମିଳନୀ

    ଆଜି ଅପରାହ୍ନ ୪ଟାରେ ମମତାଙ୍କ ସାମ୍ବାଦିକ ସମ୍ମିଳନୀ

    ପଶ୍ଚିମବଙ୍ଗ ନିର୍ବାଚନ ଫଳାଫଳ ୨୦୨୬: ଟିଏମସିକୁ ପଛରେ ପକାଇ ଆଗରେ ବିଜେପି

    ପଶ୍ଚିମବଙ୍ଗ ନିର୍ବାଚନ ଫଳାଫଳ ୨୦୨୬: ଟିଏମସିକୁ ପଛରେ ପକାଇ ଆଗରେ ବିଜେପି

    ବାହାଘର ପ୍ରୋଶେସନ ବେଳେ ସଂଘବଦ୍ଧ ଆକ୍ରମଣରେ ଯୁବକ ମୃତ: ପ୍ରବଳ ଉତ୍ତେଜନା. ପୋଲିସ ମୁତୟନ।

    ବାହାଘର ପ୍ରୋଶେସନ ବେଳେ ସଂଘବଦ୍ଧ ଆକ୍ରମଣରେ ଯୁବକ ମୃତ: ପ୍ରବଳ ଉତ୍ତେଜନା. ପୋଲିସ ମୁତୟନ।

    ବାଚସ୍ପତି କମିଟି ସମ୍ମିଳନୀ: ଦଳ ବଦଳ ଆଇନ ଉପରେ ତର୍ଜମା

    ବାଚସ୍ପତି କମିଟି ସମ୍ମିଳନୀ: ଦଳ ବଦଳ ଆଇନ ଉପରେ ତର୍ଜମା

    ଇଣ୍ଡି ମେଣ୍ଟ ମୁହାଁ ବିଜେଡି!

    ଇଣ୍ଡି ମେଣ୍ଟ ମୁହାଁ ବିଜେଡି!