ଶରଧାବାଲି ଦଳାଚକଟା ଘଟଣାରେ କାର୍ଯ୍ୟାନୁଷ୍ଠାନ, ବଦଳିଲେ ପୁରୀ ଜିଲ୍ଲାପାଳ, ଏସ୍‌ପି ଏବଂ ଦୁଇ ଅଧିକାରୀ ନିଲମ୍ବିତ

Spread the love

ଅଘଟଣ ପରେ ଆକ୍ସନ । ପୁରୀ ଶରଧାବାଲି ଦଳଚକଟା ଘଟଣାରେ ରାଜ୍ୟସରକାରଙ୍କ କଠୋର ଆକ୍ସନ । ଅଘଟଣ ପାଇଁ ବଦଳିଲେ ପୁରୀ ଜିଲ୍ଲାପାଳ ଓ ଏସ୍ପି । ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥ ଶେଖର ସ୍ୱାଇଁଙ୍କ ବଦଳରେ ଚଞ୍ଚଳ ରଣାକୁ ମିଳିଛି ନୂଆ ଦାୟିତ୍ୱ । ଏହାବାଦ୍ ପୁରୀ ଏସ୍ପି ବିନିତ ଅଗ୍ରଓ୍ୱାଲ୍ଙ୍କ ବଦଳରେ ପିନାକ ମିଶ୍ରଙ୍କୁ ଦାୟିତ୍ୱ ଦିଆଯାଇଛି । ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏହି ଘଟଣା ମୋତେ ବ୍ୟଥିତ କରିଛି । ବ୍ୟକ୍ତିଗତ ଭାବେ ତଥା ରାଜ୍ୟ ସରକାରଙ୍କ ପକ୍ଷରୁ କ୍ଷମା ପ୍ରାର୍ଥନା କରୁଛି । ପରଲୋକଗତ ଭକ୍ତଙ୍କ ପରିବାର ବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ସମବେଦନା ଜଣାଇବା ସହିତ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ୨୫ ଲକ୍ଷ ଟଙ୍କା ଲେଖାଏଁ ଆର୍ଥିକ ସହାୟତା ରାଶି ଘୋଷଣା କରିଛନ୍ତି। ଏହି ଘଟଣାର ସଂପୂର୍ଣ୍ଣ ପ୍ରଶାସନିକ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଏହି ତଦନ୍ତ କରାଯିବ।

ଏହା ସହିତ ପୁରୀ ଜିଲ୍ଲାପାଳ ଓ ଏସ.ପି ଙ୍କୁ ମଧ୍ୟ ବଦଳି କରାଯାଇଛି। ନୂତନ ଜିଲ୍ଲାପାଳ ଭାବେ ଶ୍ରୀ ଚଞ୍ଚଲ୍ ରାଣାଙ୍କୁ ନିଯୁକ୍ତ କରାଯାଇଥିବା ବେଳେ ନୂତନ ଏସ. ପି ଭାବେ ଶ୍ରୀ ପିନାକ ମିଶ୍ରଙ୍କୁ ଦାୟିତ୍ଵ ଦିଆଯାଇଛି। ଏହାସହିତ DCP ଶ୍ରୀ ବିଷ୍ଣୁ ପତି ଓ କମାଣ୍ଡାଣ୍ଟ ଶ୍ରୀ ଅଜୟ ପାଢୀଙ୍କୁ ଦାୟିତ୍ବରେ ଅବହେଳା ଅଭିଯୋଗ ଯୋଗୁଁ ନିଲମ୍ବିତ କରାଯାଇଛି ।

ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି ଯେ, ମହାପ୍ରଭୁଙ୍କ ରଥଯାତ୍ରା ଆମ ଓଡିଆ ଜାତିର ଗର୍ବ ଓ ଗୌରବ। ଏଥିରେ ସାମାନ୍ୟ ଅବହେଳା ବରଦାସ୍ତ କରାଯିବ ନାହିଁ। ସମସ୍ତ ଦାୟୀ ବ୍ୟକ୍ତିଙ୍କ ବିରୁଦ୍ଧରେ ଦୃଷ୍ଟାନ୍ତ ମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।

  • jmjnewso

    Related Posts

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    Spread the love

    Spread the loveପୁରୀ : ଜେଏମଜେ ନ୍ୟୁଜ : ସ୍ୱର୍ଗଦ୍ୱାରରେ ସରିଗଲା କାଠ । ଦୀର୍ଘ ସାଢ଼େ ୩ ଘଣ୍ଟା ଶବ ଅପେକ୍ଷା କରିବା ପରେ ଆସିଲା କାଠ । ଶବ ପୋଡ଼ା ଆରମ୍ଭ ହେଲା । ରାତି ୧୦ଟା ବେଳକୁ…

    ଦୁଇ ବସ୍ ମୁହାଁମୁହିଁ ଧକ୍କା, ଚାଲିଗଲା ୬ ଜୀବନ

    Spread the love

    Spread the love ଜେଏମଜେ ବ୍ୟୁରୋ : ତାମିଲନାଡୁର ତେନକାସୀ ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁଇଟି ଘରୋଇ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୬ ଜଣଙ୍କ ମୃତ୍ୟୁ ଘଟିଛି ଏବଂ ୨୮ ଜଣ ଆହତ ହୋଇଛନ୍ତି…

    Leave a Reply

    Your email address will not be published. Required fields are marked *

    You Missed

    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    • By jmjnewso
    • September 13, 2026
    • 37 views
    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    • By jmjnewso
    • September 13, 2026
    • 47 views
    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    • By jmjnewso
    • September 13, 2026
    • 30 views
    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    • By jmjnewso
    • September 13, 2026
    • 73 views
    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ

    • By jmjnewso
    • September 13, 2026
    • 43 views
    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ

    ଘରୋଇ ବସ୍ ମାଡିଯାଇ ନାବାଳିକା ମୃତ: ପ୍ରତିବାଦରେ ଗ୍ରାମବାସୀଙ୍କ ରାସ୍ତାରୋକ

    • By jmjnewso
    • September 13, 2026
    • 61 views
    ଘରୋଇ ବସ୍ ମାଡିଯାଇ ନାବାଳିକା ମୃତ: ପ୍ରତିବାଦରେ ଗ୍ରାମବାସୀଙ୍କ ରାସ୍ତାରୋକ