BMC ଅତିରିକ୍ତ କମିଶନରଙ୍କୁ ଆକ୍ରମଣ, ସମୂହ ଛୁଟିରେ ଯିବେ OAS ଅଧିକାରୀ

Spread the love

ଜେଏମଜେ ବ୍ୟୁରୋ : ସମୂହ ଛୁଟିରେ ଯିବେ OAS ଅଧିକାରୀ । ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା । ପ୍ରତିବାଦରେ ସମସ୍ତେ ଛୁଟିବାକୁ ନେଇଛନ୍ତି ନିଷ୍ପତ୍ତି । କାଲିଠାରୁ ସମୂହ ଛୁଟିରେ ଯିବେ OAS ଅଧିକାରୀ । OAS ଆସୋସିଏସନ ପକ୍ଷରୁ ଦିଆଗଲା ଆନ୍ଦୋଳନ ଡାକରା । ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣର ପ୍ରତିବାଦରେ ଏହି ଆନ୍ଦୋଳନ କରାଯାଇଛି । ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣକୁ OAS ଆସୋସିଏସନ ନିନ୍ଦା କରିଛି ।

ଜନଶୁଣାଣି ଚାଲିଥିବା ବେଳେ କିଛି ବ୍ୟକ୍ତି ଅଫିସରଙ୍କ ଚାମ୍ବର ଭିତରକୁ ପଶି ଆସିଥିଲେ । ତାଙ୍କ କଲର ଟାଣି ମାଡ଼ ମାରିଥିଲେ । ଯାହାର ଭିଡିଓ ମଧ୍ୟ ଭାଇରାଲ ହୋଇଛି । ଏହି ଆକ୍ରମଣର ପ୍ରତିବାଦ କରି ବିଏମସିର ସମସ୍ତ କର୍ମଚାରୀ ଆନ୍ଦୋଳନରେ ବସିଛନ୍ତି। ନିଜ ସୁରକ୍ଷା ଦାବି କରି କାର୍ଯ୍ୟବନ୍ଦ ଆନ୍ଦୋଳନ କରିବା ସହ ଧାରଣା ଦେଇଛନ୍ତି। ସେପଟେ ପୋଲିସ ଏହି ଘଟଣାରେ ୩ ଜଣଙ୍କୁ ଗିରଫ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ ଦେବାଶିଷ, ରଶ୍ମୀ ଓ ଜୀବନ । ଯେଉଁ ଅଭିଯୁକ୍ତମାନେ ଗିରଫ ହୋଇଛନ୍ତି । ସେମାନଙ୍କ ବିରୋଧରେ ଲାଗିଛି ସଙ୍ଗୀନ ଦଫା । ସେଗୁଡ଼ିକ ହେଲା BNS ଧାରା ୩୩୩, ୧୩୨, ୧୨୧(୧), ୧୨୧(୨), ୧୦୯, ୩୫୧(୨), ୬୨, ୧୪୦(୨), ୩୦୪, ୫୪, ୬୧(୨), ୧୮୯(୨), ୧୯୦, ୩(୫)ରେ ମାମଲା ରୁଜୁ କରାଯାଇଛି ।

ଏହି ଆକ୍ରମଣ ପରେ ଥାନାରେ ଏତଲା ଦେଇଥିଲେ ଅତିରିକ୍ତ କମିଶନର ରତ୍ନାକର ସାହୁ। ସେ ଦର୍ଶାଇଥିଲେ ଯେ, ୬ରୁ ୭ ଜଣ ଅଜଣା ବ୍ୟକ୍ତି ହଠାତ୍ ଅଫିସ୍ ଭିତରକୁ ପଶିଆସି ଏଣୁ ତେଣୁ କହି ପିଟିବା ଆରମ୍ଭ କରିଥିଲେ । ଏପରିକି ଯୁବକମାନେ ତାଙ୍କୁ ଜୋରଜବରଦସ୍ତ ଟାଣି ନେଇ ବାହାରକୁ ନେଇଯାଇଥିଲେ । ତଳେ ପକାଇ ତାଙ୍କୁ ବିଧା ଗୋଇଠା ମଧ୍ୟ ମାରିଛନ୍ତି । ଯାହାକି ଭାଇରାଲ ଭିଡିଓରେ ଜଣାପଡ଼ୁଛି ।

ଅତିରିକ୍ତ କମିଶନରଙ୍କୁ ଏଭଳି ମରଣାନ୍ତକ ଆକ୍ରମଣ ପରେ କାର୍ଯ୍ୟବନ୍ଦ ଆନ୍ଦୋଳନକୁ ଓହ୍ଲାଇଛନ୍ତି ବିଏମସି କର୍ମଚାରୀ। ଯେ ପର୍ଯ୍ୟନ୍ତ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଇ ନାହିଁ ସେପର୍ଯ୍ୟନ୍ତ ଆନ୍ଦୋଳନ କରିବେ ବୋଲି କହିଛନ୍ତି। ଘଟଣାକୁ ନିନ୍ଦା କରିବା ସହ ସୁରକ୍ଷା ଦାବି କରିଛନ୍ତି। ସେପଟେ ସ୍ଥିତିକୁ ଦେଖି ବିଏମସି ଅଫିସରେ ବ୍ୟାପକ ପୋଲିସ ଫୋର୍ସ ମୁତୟନ କରାଯାଇଛି।

  • jmjnewso

    Related Posts

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    Spread the love

    Spread the loveପୁରୀ : ଜେଏମଜେ ନ୍ୟୁଜ : ସ୍ୱର୍ଗଦ୍ୱାରରେ ସରିଗଲା କାଠ । ଦୀର୍ଘ ସାଢ଼େ ୩ ଘଣ୍ଟା ଶବ ଅପେକ୍ଷା କରିବା ପରେ ଆସିଲା କାଠ । ଶବ ପୋଡ଼ା ଆରମ୍ଭ ହେଲା । ରାତି ୧୦ଟା ବେଳକୁ…

    ଦୁଇ ବସ୍ ମୁହାଁମୁହିଁ ଧକ୍କା, ଚାଲିଗଲା ୬ ଜୀବନ

    Spread the love

    Spread the love ଜେଏମଜେ ବ୍ୟୁରୋ : ତାମିଲନାଡୁର ତେନକାସୀ ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁଇଟି ଘରୋଇ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୬ ଜଣଙ୍କ ମୃତ୍ୟୁ ଘଟିଛି ଏବଂ ୨୮ ଜଣ ଆହତ ହୋଇଛନ୍ତି…

    Leave a Reply

    Your email address will not be published. Required fields are marked *

    You Missed

    ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ

    • By jmjnewso
    • September 14, 2026
    • 3 views
    ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ

    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    • By jmjnewso
    • September 13, 2026
    • 37 views
    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    • By jmjnewso
    • September 13, 2026
    • 47 views
    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    • By jmjnewso
    • September 13, 2026
    • 30 views
    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    • By jmjnewso
    • September 13, 2026
    • 73 views
    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ

    • By jmjnewso
    • September 13, 2026
    • 43 views
    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ