ଅନିର୍ଦ୍ଦିଷ୍ଟ କାଳ ପାଇଁ ଛୁଟିରେ ଗଲେ ୮ ଜିଲ୍ଲାର OAS, ORS ଅଫିସର

Spread the love

ଭୁବନେଶ୍ୱର :(ଜେଏମଜେ ନ୍ୟୁଜ ): ଅନିର୍ଦ୍ଦିଷ୍ଟ କାଳ ପାଇଁ ଛୁଟିରେ ଗଲେ ୮ ଜିଲ୍ଲାର OAS, ORS ଅଫିସର । କଟକ, ଜଗତସିଂହପୁର, ଭଦ୍ରକ, ରାୟଗଡ଼ା, ଦେବଗଡ଼ ଜିଲ୍ଲା, ସୁବର୍ଣ୍ଣପୁର, ବାଲେଶ୍ୱର ଓ ଗଞ୍ଜାମ ଜିଲ୍ଲାରେ ବି ସମୂହ ଛୁଟିରେ ଗଲେ ।
BMC ଅଫିସରଙ୍କୁ ଆଟାକ୍‌ ଘଟଣା ପ୍ରତିବାଦରେ ଛୁଟିରେ ଗଲେ । ଦୃଷ୍ଟାନ୍ତ ମୂଳକ କାର୍ଯ୍ୟାନୁଷ୍ଠାନ ନ ହେବା ଯାଏଁ ଛୁଟିରେ ରହିବେ ।
ବିଏମସି ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ଅଫିସ ଭିତରୁ ଘୋଷାଡି ଆଣି ମାଡ ମାରିବା ଘଟଣାରେ ମଙ୍ଗଳବାର ବିଜେପିରୁ ୫ ଜଣଙ୍କୁ ନିଲମ୍ବନ କରାଯାଇଛି। ଗତକାଲି ଜୁନ ୩୦ ତାରିଖ ଦିନ ଭୁବନେଶ୍ୱର ମହାନଗର ନିଗମ କାର୍ଯ୍ୟାଳୟରେ ହିଂସାକାଣ୍ଡରେ ସଂପୃକ୍ତି ଅଭିଯୋଗ ଆଧାରରେ କର୍ପୋରେଟର ଅପରୂପ ନାରାୟଣ, ରଶ୍ମି ରଞ୍ଜନ ମହାପାତ୍ର, ଦେବାଶିଷ ପ୍ରଧାନ,ସଚିକାନ୍ତ ସ୍ୱାଇଁ ଓ ସଞ୍ଜୀବ ମିଶ୍ରଙ୍କୁ ପ୍ରାଥମିକ ସଦସ୍ୟ ପଦରୁ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ ନିଲମ୍ବନ କରିଛନ୍ତି।

ସୂଚନାନୁଯାୟୀ, ସୋମବାର ବିଏମସି ଅତିରିକ୍ତ କମିଶନରଙ୍କୁ କିଛି ଦୁର୍ବୃତ୍ତ ମାଡ ମାରିବା ସହ ଆକ୍ରମଣ କରିଥିଲେ । ଏହି ଅଭିଯୁକ୍ତମାନେ ବିଜେପି ନେତା ଜଗନ୍ନାଥ ପ୍ରଧାନଙ୍କ ସମର୍ଥକ ବୋଲି ଅଭିଯୋଗ ହୋଇଥିଲା । ଏସମ୍ପର୍କରେ ଜଗନ୍ନାଥ କହିଛନ୍ତି ଯେ ମୁଁ ଅଭିଯୁକ୍ତଙ୍କ ମଧ୍ୟରୁ ଜଣେ କିମ୍ବା ଦୁଇ ଜଣଙ୍କୁ ଜାଣିଛି।

ମାଡ ମାରିବା ଘଟଣାରେ ପ୍ରତିକ୍ରିୟା ରଖିଛନ୍ତି ବିଜେପି ନେତା ଜଗନ୍ନାଥ ପ୍ରଧାନ । ଗଣମାଧ୍ୟମରେ ସବୁ ସତ କହିଛନ୍ତି ଜଗନ୍ନାଥ । ମୋତେ ବିଏମସି ଅତିରିକ୍ତ କମିଶନର ରତ୍ନାକର ସାହୁ ଖରାପ ବ୍ୟବହାର କରିଥିଲେ । ଜଣେ ସ୍ୱଚ୍ଛ ସାଥୀ ଭଉଣୀଙ୍କୁ ଦୁର୍ବ୍ୟବହାର ନେଇ ଫୋନ୍‍ କରିଥିଲି । ୩୪ନମ୍ବର ୱାର୍ଡର ସ୍ୱଚ୍ଛ ସାଥୀ ଭଉଣୀଙ୍କୁ ଜାତି ନେଇ ଆକ୍ଷେପ କରିବା ସହ ଚାକିରିରୁ ବାହାର କରିବାକୁ ଧମକାଇଥିଲେ । ମୁଁ ପଚାରିବାରୁ ମୋତେ ତମେ କିଏ, କାହିଁକି ପଚାରୁଛ କହି ଖରାପ ବ୍ୟବହାର କରିଥିଲେ।

  • jmjnewso

    Related Posts

    କଳିଙ୍ଗା ଘାଟି ସ୍ଥିତି ଅନୁଧ୍ୟାନ କଲେ ପ୍ରଶାସନିକ ଟିମ୍‌

    Spread the love

    Spread the loveଜେଏମଜେ ବ୍ୟୁରୋ : ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ଏହାର ମୁକାବିଲା ପ୍ରସ୍ତୁତିର ସମୀକ୍ଷା ନିମନ୍ତେ ଭଞ୍ଜନଗର ଉପଜିଲ୍ଲାପାଳ ଉମାଶଙ୍କର ବେହେରା କଳିଙ୍ଗା ଘାଟିର ବିଭିନ୍ନ ଭୂସ୍ଖଳନ ସ୍ଥାନ ପରିଦର୍ଶନ କରିଥିଲେ । ଏହି…

    ବାତ୍ୟା ‘ଅର୍ଣ୍ଣବ’ପୂର୍ବରୁ ଆଶ୍ରୟସ୍ଥଳୀ ବୁଲି ଯାଞ୍ଚ କଲେ ଜିଲ୍ଲାପାଳ

    Spread the love

    Spread the loveଜେଏମଜେ ବ୍ୟୁରୋ : ବାତ୍ୟା ଅର୍ଣ୍ଣବକୁ ନେଇ ସଜାଗ ଗଞ୍ଜାମ ଜିଲ୍ଲା ପ୍ରଶାସନ । ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ଆଗୁଆ ପ୍ରସ୍ତୁତି ଆରମ୍ଭ କରିଛି ପ୍ରଶାସନ । ବାତ୍ୟା ଆଶ୍ରୟସ୍ଥଳୀରେ କିଭଳି ରହିଛି ବ୍ୟବସ୍ଥା? ଜରୁରୀକାଳୀନ ପରିସ୍ଥିତିରେ…

    Leave a Reply

    Your email address will not be published. Required fields are marked *

    You Missed

    କାଲି ନୁହେଁ ଆଜି ରାତିରେ ହିଁ ଲ୍ୟାଣ୍ଡଫଲ କରିବ ବାତ୍ୟା ଅର୍ଣ୍ଣବ

    କାଲି ନୁହେଁ ଆଜି ରାତିରେ ହିଁ ଲ୍ୟାଣ୍ଡଫଲ କରିବ ବାତ୍ୟା ଅର୍ଣ୍ଣବ

    କଳିଙ୍ଗା ଘାଟି ସ୍ଥିତି ଅନୁଧ୍ୟାନ କଲେ ପ୍ରଶାସନିକ ଟିମ୍‌

    କଳିଙ୍ଗା ଘାଟି ସ୍ଥିତି ଅନୁଧ୍ୟାନ କଲେ ପ୍ରଶାସନିକ ଟିମ୍‌

    ଭୁବନେଶ୍ୱରରୁ ଦକ୍ଷିଣ ଓଡ଼ିଶାକୁ ବସ୍‌ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ, ଗଡ଼ିବନି ୧୫୦ରୁ ଅଧିକ ବସ୍‌

    ଭୁବନେଶ୍ୱରରୁ ଦକ୍ଷିଣ ଓଡ଼ିଶାକୁ ବସ୍‌ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ, ଗଡ଼ିବନି ୧୫୦ରୁ ଅଧିକ ବସ୍‌

    ଦାରିଙ୍ଗବାଡି ପ୍ରଶାସନର ବଡ଼ ପଦକ୍ଷେପ: ଭୂସ୍ଖଳନ ଭୟରେ ଗାଜଲବାଡି ଘାଟି ସିଲ୍‌

    ଦାରିଙ୍ଗବାଡି ପ୍ରଶାସନର ବଡ଼ ପଦକ୍ଷେପ: ଭୂସ୍ଖଳନ ଭୟରେ ଗାଜଲବାଡି ଘାଟି ସିଲ୍‌

    ଘଣ୍ଟା ପ୍ରତି ୨୦ କିମି ବେଗରେ ମାଡି ଆସୁଛି ଅର୍ଣ୍ଣବ, ପ୍ରବଳରୁ ଅତି ପ୍ରବଳ ବର୍ଷା ଓ୍ବାର୍ଣ୍ଣିଂ

    ଘଣ୍ଟା ପ୍ରତି ୨୦ କିମି ବେଗରେ ମାଡି ଆସୁଛି ଅର୍ଣ୍ଣବ, ପ୍ରବଳରୁ ଅତି ପ୍ରବଳ ବର୍ଷା ଓ୍ବାର୍ଣ୍ଣିଂ

    ବାତ୍ୟା ସତ୍ତ୍ୱେ ଜାରି ରହିବ ଡିପ୍ଲୋମା ଇନ ଏଲିମେଣ୍ଟାରୀ ଏଜୁକେସନ ଖାତାଦେଖା,କିନ୍ତୁ ୫ ଜିଲ୍ଲାରେ ସ୍ଥଗିତ

    ବାତ୍ୟା ସତ୍ତ୍ୱେ ଜାରି ରହିବ ଡିପ୍ଲୋମା ଇନ ଏଲିମେଣ୍ଟାରୀ ଏଜୁକେସନ ଖାତାଦେଖା,କିନ୍ତୁ ୫ ଜିଲ୍ଲାରେ ସ୍ଥଗିତ