ଅଶାନ୍ତ ହେଉଛି ଗଞ୍ଜାମ. କଥା କଥାରେ ଗଡ଼ୁଛି ମୁଣ୍ଡ। ଜୁଲାଇ ଆରମ୍ଭରୁ ୩ ଜଣଙ୍କୁ ହତ୍ୟା

Spread the love

ଜେଏମଜେ ବ୍ୟୁରୋ : ଅଶାନ୍ତ ହେଉଛି ଗଞ୍ଜାମ ଜିଲ୍ଲା। କଥା କଥାରେ ଗଡ଼ୁଛି ମୁଣ୍ଡ। ଜୁଲାଇ ପହିଲାରେ ଜିଲ୍ଲାରେ ୩ ଜଣଙ୍କୁ ହତ୍ୟା ଘଟଣା ଚାଞ୍ଚଲ୍ୟ ଖେଳାଇଥିବା ବେଳେ ଗତକାଲି ରାତିରେ ଆଉ ଏକ ମରଣାନ୍ତକ ଆକ୍ରମଣ ହୋଇଛି। ଥାନାରେ କେସ୍ ଦେବାରୁ ଗଞ୍ଜାମ ଥାନା ତେଲୁଗୁ ନୂଆଗାଁରେ ଘରେ ପଶି ଦୁର୍ବୃତ୍ତମାନେ ଭାଇ ଭଉଣୀଙ୍କୁ ହାଣି ଦେଇଛନ୍ତି।
ସେମାନଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ବ୍ରହ୍ମପୁର ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି। ସୂଚନାନୁଯାୟୀ, ଗଞ୍ଜାମ ଥାନା ତେଲୁଗୁ ନୂଆଗାଁର ରିଙ୍କି ବେହେରାଙ୍କ ୧୩ବର୍ଷର ଝିଅ ପଡ଼ୋଶୀ ଗାଁ ଅଗସ୍ତିନୂଆ ଗାଁ ସ୍କୁଲରେ ପାଠ ପଢ଼ୁଛନ୍ତି। ମଙ୍ଗଳବାର ସ୍କୁଲ ବାହାରେ ଆଉ ଜଣେ ଝିଅ ସହ ତାର ଝଗଡ଼ା ହୋଇଥିଲା। ସେହି ଗ୍ରାମର ଜଣେ ଯୁବକ ଆସି ରିଙ୍କିଙ୍କ ଝିଅକୁ ମାଡ଼ ମାରିଥିଲେ। ଏନେଇ ରିଙ୍କି ତାଙ୍କ ସମ୍ପର୍କୀୟ ଭାଇ ଭୀମ ତରେଇଙ୍କ ସହ ଆସି ଥାନାରେ ଅଭିଯୋଗ କରିଥିଲେ। ପୁଲିସ ଅଭିଯୁକ୍ତମାନଙ୍କୁ ଥାନାକୁ ଡକାଇଥିଲା। ରିଙ୍କି ବୁଧବାର କେସ କରିବେ ବୋଲି କହିଥିଲେ। ଏହାପରେ ପୁଲିସ ଅଭିଯୁକ୍ତଙ୍କୁ ତାଗିଦ୍ କରି ବୁଧବାର ଆସିବାକୁ କହିଥିଲା। ସମସ୍ତେ ଫେରି ଆସିଥିଲେ। ରିଙ୍କି ଓ ଭୀମ ଗାଁରେ ପହଞ୍ଚିବା କ୍ଷଣି ଅଭିଯୁକ୍ତମାନେ ତାଙ୍କ ଘରକୁ ଆସି ସେମାନଙ୍କୁ ଖଣ୍ଡାରେ ଆକ୍ରମଣ କରିଥିଲେ। ରିଙ୍କି ଓ ଭୀମ ଗୁରୁତର ହୋଇଥିଲେ। ସେମାନଙ୍କୁ ଉଦ୍ଧାର କରି ବ୍ରହ୍ମପୁର ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି। ଭୀମ ତରେଇଙ୍କ ସ୍ୱାସ୍ଥ୍ୟବସ୍ଥା ଗୁରୁତର ଥିବା ଡାକ୍ତର କହିଛନ୍ତି। ଗଞ୍ଜାମ ଥାନା ଆଇଆଇସି ସୁମିତ୍ରା ସାହୁ ଓ ଛତ୍ରପୁର ଏସଡିପିଓ ଡାକ୍ତରଖାନାରେ ପହଞ୍ଚି ଆହତଙ୍କ ବୟାନ ରେକର୍ଡ କରିଛନ୍ତି। ଘଟଣାରେ ସଂପୃକ୍ତ କିଛି ଅଭିଯୁକ୍ତଙ୍କୁ ପୁଲିସ ଉଠାଇ ଆଣିଛି। ଏହି ଘଟଣାକୁ ନେଇ ଗ୍ରାମରେ ଆଶାନ୍ତି ଲାଗି ରହିଛି।

  • jmjnewso

    Related Posts

    ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ ଦୁଇ ରାଉଣ୍ଡ ଗୁଳି

    Spread the love

    Spread the love ସୋରଡ଼ା : ଜେଏମଜେ ନ୍ୟୁଜ : ଗଞ୍ଜାମ ଜିଲାର ବଡ଼ଗଡ଼ ଥାନା ଅଧୀନ ଯୋଡ଼ାବନ୍ଧ ଛକ ନିକଟରେ ଗୁଳିକାଣ୍ଡ ଘଟିଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ ଦୁଇ ରାଉଣ୍ଡ ଗୁଳି କରି ଅଭିଯୁକ୍ତ ଫେରାର…

    ଭିଜିଲାନ୍ସ ଜାଲରେ ରାଉରକେଲାର ଅବକାରୀ ଅଧୀକ୍ଷକ

    Spread the love

    Spread the loveଭୁବନେଶ୍ୱର: ଜେଏମଜେ ନ୍ୟୁଜ : ଓଡ଼ିଶା ଭିଜିଲାନ୍ସ ବିଭାଗ ରାଉରକେଲାର ଅବକାରୀ ଅଧୀକ୍ଷକ ଧନେଶ୍ୱର ବରାଡ଼ଙ୍କ ଗାଡ଼ିରେ ୫ ଲକ୍ଷ ଟଙ୍କାର ଲାଞ୍ଚ ଟଙ୍କା ନିଆଯାଉଥିବା ଅଭିଯୋଗରେ ଅଟକ ରଖାଯାଇଛି। ଧନେଶ୍ୱର ବରାଡ଼ ଅବକାରୀ ଲାଇସେନ୍ସଧାରୀଙ୍କଠାରୁ ବହୁ ପରିମାଣର…

    Leave a Reply

    Your email address will not be published. Required fields are marked *

    You Missed

    ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ

    • By jmjnewso
    • September 14, 2026
    • 3 views
    ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ

    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    • By jmjnewso
    • September 13, 2026
    • 37 views
    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    • By jmjnewso
    • September 13, 2026
    • 47 views
    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    • By jmjnewso
    • September 13, 2026
    • 30 views
    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    • By jmjnewso
    • September 13, 2026
    • 73 views
    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ

    • By jmjnewso
    • September 13, 2026
    • 43 views
    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ