ସୁରକ୍ଷାକର୍ମୀ ଙ୍କ ବଦଳରେ ଗନମ୍ୟାନ ଦରକାର – ମେୟର

Spread the love


ଜେଏମଜେ ବ୍ୟୁରୋ : ବିଏମସି ଅଫିସ୍‍ ଭିତରେ ପଶି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା । ପ୍ରତିବାଦରେ କାର୍ଯ୍ୟବନ୍ଦ ଆଂଦୋଳନ କରିଛନ୍ତି ଓଏଏସ ଅଫିସର ସଂଘ । ଏହି ଘଟଣାରେ ଅଧିକାରୀଙ୍କ ସୁରକ୍ଷାକୁ ନେଇ ପ୍ରଶ୍ନ ଉଠିଛି । ବିଏମସି ଅଫିସରେ ସୁରକ୍ଷାକୁ ନେଇ ପ୍ରଶ୍ନ ଉଠାଇଛନ୍ତି ମେୟର ସୁଲୋଚନା ଦାସ । ସେ କହିଛନ୍ତି ଅଫିସରଙ୍କୁ ମାଡ ମରାଯିବା ସମୟରେ ଛିଡା ହୋଇ ରହୁଥିବା ସୁରକ୍ଷାକର୍ମୀ ଦରକାର ନାହିଁ, ଗନମ୍ୟାନ ଦରକାର ।
ଯଦି ସେମାନେ କର୍ମଚାରୀଙ୍କୁ ସୁରକ୍ଷା ଦେଇପାରୁ ନାହାଁନ୍ତି ତେବେ କାହିଁକି ରହିବେ । ସେହିପରି ଅଫିସରେ ସିସିଟିଭ ଅଚଳ ନେଇ ସ୍ମାର୍ଟ ସିଟି ସଂସ୍ଥାକୁ ଟାର୍ଗେଟ କରିଛନ୍ତି ସୁଲୋଚନା । ସିସିଟିଭି ଅଚଳ ନେଇ ସ୍ମାର୍ଟସିଟି କର୍ତ୍ତୃପକ୍ଷ କାହିଁକି ଜଣାଇନଥିଲେ । ଆମେ ସ୍ମାର୍ଟସିଟି ହାତରୁ ଦାୟିତ୍ୱ କାଢି ବିଏମସିକୁ ଦେବାକୁ ଚାହୁଁଛୁ ବୋଲି କହିଛନ୍ତି ।

ସେହିପରି ମେୟର କହିଛନ୍ତି, ଏ ଘଟଣାରେ ସ୍ପଷ୍ଟ ହୋଇ ସାରିଛି ମାଷ୍ଟର ମାଇଣ୍ଡ କିଏ। ଦୃଷ୍ଟାନ୍ତମୂଳକ ଦଣ୍ଡ ମିଳିଲେ କେହି ଆଇନକୁ ହାତକୁ ନେବେ ନାହିଁ। ଆମେ ଅନୁରୋଧ କରି ସଫେଇ କର୍ମଚାରୀଙ୍କୁ କାମରେ ଲଗାଇଛୁ।

ଏହି ଘଟଣାକୁ ନେଇ ପରିବହନ ମନ୍ତ୍ରୀ ବିଭୂତି ଜେନା ମଧ୍ୟ ବଡ଼ ବୟାନ ଜାରି କରିଛନ୍ତି। ସେ କହିଛନ୍ତି ଯେ, ଘଟଣା ପଛରେ ଥିବା ମୁଖ୍ୟ ଅଭିଯୁକ୍ତଙ୍କୁ ଛଡ଼ାଯିବନି। ଯିଏ ବି ଏକାଣ୍ଡ କରିଛି କାହାକୁ ଛଡ଼ାଯିବନି।

ଅନ୍ୟପଟେ ଏହି ଘଟଣାକୁ ନେଇ ଖାରବେଳ ନଗର ଥାନାରେ ରତ୍ନାକର ସାହୁ ଦେଇଥିବା ଏଫଆଇଆରରେ ବିଜେପି ନେତା ଜଗନ୍ନାଥ ପ୍ରଧାନଙ୍କ ନାଁ ଉଲ୍ଲେଖ କରିଛନ୍ତି । ଅଭିଯୁକ୍ତ ମାନେ ବିଏମସି ଅତିରିକ୍ତ କମିଶନରଙ୍କ କାର୍ଯ୍ୟାଳୟ ଭିତରେ ଜବରଦସ୍ତ ପଶିବା କ୍ଷଣି ଜଗନ୍ନାଥ ପ୍ରଧାନଙ୍କ ସହିତ କଥା ହୋଇଥିଲା ବୋଲି ପ୍ରଶ୍ନ କରିଥିଲେ।

  • jmjnewso

    Related Posts

    ଧର୍ମେନ୍ଦ୍ର ଓଡ଼ିଶା ଆସିବା ପରେ ଭାଜପା ନେତାଙ୍କ ସହ ବଡ଼ ବୈଠକ କଲେ ମୁଖ୍ୟମନ୍ତ୍ରୀ

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ସିଜେପିର ବିକ୍ଷୋଭ ପ୍ରଦର୍ଶନ ପରେ ଚାପଗ୍ରସ୍ତ ହୋଇ ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଧର୍ମେନ୍ଦ୍ର ପ୍ରଧାନ । ଏହାପରେ ସେ ପ୍ରଥମଥର ଓଡ଼ିଶା ଗସ୍ତରେ ଆସିଛନ୍ତି। ମଙ୍ଗଳବାର ଦିଲ୍ଲୀରୁ ବାହାରି ସକାଳ…

    କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାର କୌଣସି ସମ୍ଭାବନା ନାହିଁ

    Spread the love

    Spread the loveଜେଏମଜେ ବ୍ୟୁରୋ : ଦିଲ୍ଲୀର ଜନ୍ତର-ମନ୍ତରରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ଶୀର୍ଷ ସରକାରୀ ସୂତ୍ରରୁ ସ୍ପଷ୍ଟ କରାଯାଇଛି ଯେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାର କୌଣସି ସମ୍ଭାବନା ନାହିଁ। ସରକାରଙ୍କ ଅନୁଭବ ହେଉଛି ଯେ ଇସ୍ତଫା ଦେବା…

    Leave a Reply

    Your email address will not be published. Required fields are marked *

    You Missed

    ରାଜ୍ୟରେ ବନ୍ୟା ସ୍ଥିତି ଗମ୍ଭୀର: ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ହେଲେ ୧.୬୫ ଲକ୍ଷ ଲୋକ

    ରାଜ୍ୟରେ ବନ୍ୟା ସ୍ଥିତି ଗମ୍ଭୀର: ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ହେଲେ ୧.୬୫ ଲକ୍ଷ ଲୋକ

    ଆକାଶ ମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କଲେ ରାଜସ୍ବ ମନ୍ତ୍ରୀ, ଛାଡିଲେ ହେବ କ୍ଷୟକ୍ଷତି ଆକଳନ

    ଆକାଶ ମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କଲେ ରାଜସ୍ବ ମନ୍ତ୍ରୀ, ଛାଡିଲେ ହେବ କ୍ଷୟକ୍ଷତି ଆକଳନ

    ଲାଇଫ ଜ୍ୟାକେଟ୍‌ ପିନ୍ଧି ୧୫ ବନ୍ୟା ବିପନ୍ନଙ୍କୁ ଉଦ୍ଧାର କଲେ ଜିଲ୍ଲାପାଳ

    ଲାଇଫ ଜ୍ୟାକେଟ୍‌ ପିନ୍ଧି ୧୫ ବନ୍ୟା ବିପନ୍ନଙ୍କୁ ଉଦ୍ଧାର କଲେ ଜିଲ୍ଲାପାଳ

    ସୀମାନ୍ତ ରାଜ୍ୟରେ ଓଡ଼ିଆ ଶିକ୍ଷା ବାଟବଣା, ବିଧାନସଭା ଗୃହ କମିଟି ଅସନ୍ତୁଷ୍ଟ

    ସୀମାନ୍ତ ରାଜ୍ୟରେ ଓଡ଼ିଆ ଶିକ୍ଷା ବାଟବଣା, ବିଧାନସଭା ଗୃହ କମିଟି ଅସନ୍ତୁଷ୍ଟ

    ଏସଆଇ ଆର କୁ ନେଇ ଏବେ ବି ଅଜ୍ଞ କୋରାପୁଟିଆ ଆଦିବାସୀ

    ଏସଆଇ ଆର କୁ ନେଇ ଏବେ ବି ଅଜ୍ଞ କୋରାପୁଟିଆ ଆଦିବାସୀ