ଜନ୍ମବେଦୀରେ ସନ୍ଧ୍ୟା ଦର୍ଶନ, ଆଡ଼ପ ମଣ୍ଡପରେ ଶେଷ ଦିଅଁ ଦେଖା ଆଜି

Spread the love

ଜେଏମଜେ ବ୍ୟୁରୋ : ଶୁକ୍ରବାର ସନ୍ଧ୍ୟା ଦର୍ଶନ । ଭକ୍ତମାନେ ଗୁଣ୍ଡିଚା ଘରେ ଚଳିତ ବର୍ଷ ପାଇଁ ଠାକୁରଙ୍କ ଶେଷ ଆଡ଼ପ ଦର୍ଶନ ଲଭିବେ । ଏଣୁ ଶରଧାବାଲିରେ ଲାଗିବ ଭକ୍ତମାନଙ୍କ  ପ୍ରବଳ ଭିଡ଼ । ଶୃଙ୍ଖଳିତ ଦର୍ଶନ ପାଇଁ  ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବିଶେଷ  ନୀତି ନିର୍ଘଣ୍ଟ ଧାର୍ଯ୍ୟ ହୋଇଛି । ପ୍ରାତଃ  ୫ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଗୁଣ୍ଡିଚା  ଘରେ ଠାକୁରଙ୍କ ଦର୍ଶନ । ସନ୍ଧ୍ୟା ୬ଟା ପରଠାରୁ ଶ୍ରୀଗୁଣ୍ଡିଚା ମନ୍ଦିର ସିଂହଦ୍ୱାରରେ ସର୍ବସାଧାରଣ ଦର୍ଶନ  ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ମୁଖ୍ୟ  ପ୍ରଶାସକ ଡ଼ ଅରବିନ୍ଦ ପାଢ଼ୀ ସୂଚନା  ଦେଇଛନ୍ତି । ଠାକୁରଙ୍କ ବାହୁଡ଼ା ଯାତ୍ରା ପ୍ରସ୍ତୁତି ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏଭଳି ପଦକ୍ଷେପ ନିଆଯିବା ସ୍ଥଳେ  ସମସ୍ତ ସେବକ ନିଯୋଗଙ୍କ ସମନ୍ୱୟ  ଓ ଶ୍ରଦ୍ଧାଳୁ ସମୂହଙ୍କ ସହଯୋଗ କାମନା  କରିଛନ୍ତି ମୁଖ୍ୟ ପ୍ରଶାସକ ଡ଼ ପାଢ଼ୀ ।  

ସନ୍ଧ୍ୟା ଦର୍ଶନ ଦିନ ଜନ୍ମବେଦିରେ  ଦିଅଁଙ୍କୁ ଦେଖିଲେ ଭକ୍ତର ଅଶେଷ  ପୂଣ୍ୟ ହୁଏ ବୋଲି ବିଶ୍ୱାସ ରହିଛି ।  ପୁଣି ଏହି ଦିନ ଚଳିତ ବର୍ଷ ଗୁଣ୍ଡିଚା ଘର ଆଡ଼ପମଣ୍ଡପରେ ଠାକୁରଙ୍କ ଶେଷ ଦର୍ଶନ ମିଳେ । ଏଣୁ  ସନ୍ଧ୍ୟା ଦର୍ଶନରେ ଢେର ସଂଖ୍ୟକ ଭକ୍ତଙ୍କ ସମାଗମ ହୋଇଥାଏ ।  ଶ୍ରୀଗୁଣ୍ଡିଚା ବାହାରକାଠ ଦର୍ଶନ ମିଳିବ । ଦର୍ଶନ ବନ୍ଦ ପରେ ମଧ୍ୟ  ଶ୍ରଦ୍ଧାଳୁମାନେ ନାକଚଣା ଦ୍ୱାର ଦେଇ ମହାପ୍ରସାଦ ଆଣିବାକୁ  ଆନନ୍ଦବଜାରକୁ ଯାଇପାରିବେ । ସେଥିପାଇଁ ନାକଚଣା ଦ୍ୱାର ଖୋଲା ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି ।  

  • jmjnewso

    Related Posts

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    Spread the love

    Spread the love ଜେଏମଜେ ବ୍ୟୁରୋ : ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ତଦନ୍ତ କମିସନ ଫାଇଲ୍ ଗାଏବ ହେବା ଘଟଣାରେ ରାଜ୍ୟ ବିଜେପି ପକ୍ଷରୁ କଡ଼ା ପ୍ରତିକ୍ରିୟା ପ୍ରକାଶ ପାଇଛି । ଏହି ସମ୍ବେଦନଶୀଳ ମାମଲାରେ ଯେଉଁମାନେ ଦୋଷୀ ସେମାନେ ଜେଲ୍ ଯିବେ…

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    Spread the love

    Spread the loveଜେଏମଜେ ବ୍ୟୁରୋ : ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଗୁରୁତ୍ୱପୂର୍ଣ୍ଣ ତଦନ୍ତ କମିସନ ଫାଇଲ ହଜିବା ମାମଲାରେ ଏବେ ତଦନ୍ତ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଏହି ସମ୍ବେଦନଶୀଳ ଘଟଣାରେ ଆଜି ଏକ ବଡ଼ ସୂଚନା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ…

    Leave a Reply

    Your email address will not be published. Required fields are marked *

    You Missed

    ଜନତା ମାଗେ ଜବାବ 30 ଜୁଲାଇ 2026

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…

    ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…