ଆସୁଛନ୍ତି ରାହୁଲ: କଡ଼ା ସୁରକ୍ଷା ବ୍ୟବସ୍ଥା, ଦିନ ୧୦ରୁ ଟ୍ରାଫିକ୍‌ କଟକଣା

Spread the love


ଜେଏମଜେ ବ୍ୟୁରୋ : ଲୋକସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶୁକ୍ରବାର ଦିନ ଭୁବନେଶ୍ବର ଆସୁଛନ୍ତି। ଏଥି ପାଇଁ କମିସନରେଟ୍ ପୁଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଜଣେ ଆଇଜି ଓ ୨ ଡିଆଇଜି ରୢାଙ୍କର ଅଧିକାରୀଙ୍କୁ ଦାୟିତ୍ୱ ଦିଆଯାଇଛି। ସେହିପରି ଡିସିପି ରୢାଙ୍କର ୪ ଜଣ, ଏଡିସିପି ରୢାଙ୍କର ୧୦ଜଣ ଓ ଏସ୍ପି ରୢାଙ୍କର ୨୫ ଜଣ ଅଧିକାରୀ ଦାୟିତ୍ବରେ ରହିବେ।
ଏହାଛଡ଼ା ଇନ୍ସପେକ୍ଟର ରୢାଙ୍କର ୩୫, ୧୭୦ ଏସ୍ଆଇ/ଏଏସ୍ଆଇ, ୨୧୨ ଏସ ଆଇ, ଏଏସ୍ ଆଇ, ୧୫୮ ଜଣ ହାବିଲଦାର, ୯୪ ଜଣ ଏପିଆର୍ କନେଷ୍ଟବଳ ବି ନିୟୋଜିତ ହେବେ। ମୋଟ ୫୩ ପ୍ଲାଟୁନ ପୁଲିସ ଫୋର୍ସ, ଏସ୍ଟିୟୁ, ଡଗ୍ ସ୍କାଡ୍, ବୋମା ନିଷ୍କ୍ରିୟ କାରୀ ଟିମ୍ ମୁତୟନ ହେବେ। ୧୧୧ ଜଣ ମହିଳା କନେଷ୍ଟବଳ ଓ ୯୪ ଜଣ ହୋମଗାର୍ଡ ସୁରକ୍ଷା ଦାୟିତ୍ବରେ ରହିବେ।

ବିମାନବନ୍ଦରରୁ ବରମୁଣ୍ଡା ପଡ଼ିଆ ପର୍ଯ୍ୟନ୍ତ ରାସ୍ତାର ଉଭୟ ପାର୍ଶ୍ବରେ ବ୍ୟାରିକେଡ୍ କରାଯିବା ସହ ପୁଲିସ ଛାଉଣି କରାଯିବ। ଉଭୟ ପାର୍ଶ୍ବର ସମସ୍ତ ବଡ଼ ବଡ଼ ବିଲ୍ଡିଂ ଠାରୁ ଆରମ୍ଭ କରି ମାର୍କେଟ୍ କମ୍ପ୍ଲେକ୍ସକୁ ସ୍ବତନ୍ତ୍ର ଗାଇଡ୍ଲାଇନ୍ ଜାରି କରାଯାଇଛି। ବିମାନବନ୍ଦରରୁ ଉତ୍ସବସ୍ଥଳ ସମଗ୍ର ଅଞ୍ଚଳ ସିସିଟିଭି ନଜରରେ ରହିଛି। କଣ୍ଟ୍ରୋଲ୍ରୁମ୍ରୁ ଜଣେ ଡିଏସ୍ପି ରୢାଙ୍କର ଅଧିକାରୀଙ୍କ ନେତୃତ୍ବରେ ଏକ ଟିମ୍ ପ୍ରତିଟି ଗତିବିଧି ଉପରେ ନଜର ରଖିବ। ରହୁଲ୍ଙ୍କ ସୁରକ୍ଷା ଦାୟିତ୍ବରେ ଥିବା ସିଆର୍ପିଏଫ୍ ଟିମ୍ ସହ କମିସନରେଟ୍ ପୁଲିସ, ବିମାନବନ୍ଦର କର୍ତ୍ତୃପକ୍ଷ, ଟ୍ରାଫିକ୍ ଵିଙ୍ଗ୍, ସିକ୍ୟୁରିଟି ଵିଙ୍ଗ୍, ଇଣ୍ଟେଲିଜେନ୍ସ ଵିଙ୍ଗ୍ ଓ କାରକେଡ୍ ସହ ରହିବାକୁ ଥିବା ବାଟାଲିୟନ୍ର ଅଫିସର ପୂରା ପ୍ରସ୍ତୁତି ଉପରେ ନଜର ରଖିଛନ୍ତି। ସେହିପରି ଅଗ୍ନିଶମ ବିଭାଗ ମଧ୍ୟ ଯେକୌଣସି ସ୍ଥିତର ମୁକାବିଲା ପାଇଁ ପ୍ରସ୍ତୁତ ରହିଛି। ଏନେଇ ଆଜି ଅପରାହ୍ଣରେ କାର୍କେଡ୍ ରିହଲର୍ସାଲ୍ ମଧ୍ୟ ସରିଛି।

ଅନ୍ୟପଟେ ଶୁକ୍ରବାର ଦିନ ୧୦ଟାରୁ ଅପରାହ୍ଣ ୫ଟା ମଧ୍ୟରେ ଟ୍ରାଫିକ୍ କଟକଣା ଜାରି କରାଯାଇଛି। ଦିନ ୧୦ଟାରୁ ୧୨ଟା ମଧ୍ୟରେ ବିମାନବନ୍ଦରରୁ ଜୟଦେବବିହାର ଛକ ଏବଂ ଏହାର ବିପରୀତ ଦିଗରେ ଭିଡ଼ ରହିବ। ସେହିପରି ଅପରାହ୍ଣ୧.୩୦ରୁ ୨ଟା ପର୍ଯ୍ୟନ୍ତ ବରମୁଣ୍ଡାଛକରୁ ହୋଟେଲ୍ ମେ’ଫେୟାର, ଅପରାହ୍ଣ ୩ଟାରୁ ୩.୩୦ ପର୍ଯ୍ୟନ୍ତ ହୋଟେଲ୍ ମେ’ଫେୟାରରୁ ମାଷ୍ଟରକ୍ୟାଣ୍ଟିନ୍ ଏବଂ ଅପରାହ୍ଣ ୪ଟାରୁ ୫ଟା ପର୍ଯ୍ୟନ୍ତ ମାଷ୍ଟରକ୍ୟାଣ୍ଟିନ୍ରୁ ବିମାନବନ୍ଦର ରାସ୍ତର ଉଭୟପାଶ୍ବରେ ଭିଡ଼ଜମିବ। ତେଣୁ ଏହି ସମୟରେ ଜନସାଧାରଣ ଏହି ରାସ୍ତାରେ ଯାତାୟତ ନକରିବା ପାଇଁ କମିସନରେଟ୍ ଟ୍ରାଫିକ୍ ପୁଲିସ ପକ୍ଷରୁ ଅନୁରୋଧ କରାଯାଇଛି।

  • jmjnewso

    Related Posts

    ରାଜ୍ୟସଭାରୁ ଇସ୍ତଫା ଦେଲେ ବିଜେପି ସାଂସଦ ଦିନେଶ ଶର୍ମା

    Spread the love

    Spread the loveଜେଏମଜେ ବ୍ୟୁରୋ : ବିଜେପିର ରାଜ୍ୟସଭା ସାଂସଦ ତଥା ଉତ୍ତରପ୍ରଦେଶର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଡା. ଦିନେଶ ଶର୍ମା ରାଜ୍ୟସଭା ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି। ରାଜ୍ୟସଭାର ଚେୟାରମ୍ୟାନ୍ ସି.ପି. ରାଧାକୃଷ୍ଣନ ତାଙ୍କ ଇସ୍ତଫାକୁ ଗ୍ରହଣ କରିବା ସହ ତାଙ୍କ ଆସନକୁ…

    MMDR ଆକ୍ଟକୁ ଜୋରଦାର ବିରୋଧ, ଇଣ୍ଡିଆ ବ୍ଲକର ବିଶାଳ ସମାବେଶ, ଆସନ୍ତାକାଲି ବିକ୍ଷୋଭ କରିବ ବିଜେଡି

    Spread the love

    Spread the loveଭୁବନେଶ୍ଵର, ୮/୯ : ଜେଏମଜେ ନ୍ୟୁଜ : ଏମଏମଡିଆର ବିଲ ବିରୋଧ କରି ଭୁବନେଶ୍ୱର ଲୋୟର ପିଏମଜିରେ ଇଣ୍ଡିଆ ବ୍ଲକ ପକ୍ଷରୁ ବିଶାଳ ସମାବେଶ ଅନୁଷ୍ଠିତ ହୋଇଛି । ଆସନ୍ତା ୨୯ ତାରିଖରେ ବିଧାନସଭା ଘେରାଉ କରିବାକୁ ଇଣ୍ଡିଆ…

    Leave a Reply

    Your email address will not be published. Required fields are marked *

    You Missed

    ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ

    • By jmjnewso
    • September 14, 2026
    • 20 views
    ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ

    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    • By jmjnewso
    • September 14, 2026
    • 22 views
    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    ଓଡ଼ିଆ ଭାଷାରେ ନାମ ଫଳକ ଲେଖିବାବାଧ୍ୟତାମୂଳକ କରାଯାଉ : ଉତ୍କଳ ସମ୍ମିଳନୀ

    • By jmjnewso
    • September 14, 2026
    • 26 views
    ଓଡ଼ିଆ ଭାଷାରେ ନାମ ଫଳକ ଲେଖିବାବାଧ୍ୟତାମୂଳକ କରାଯାଉ : ଉତ୍କଳ ସମ୍ମିଳନୀ

    ଗଞ୍ଜାମ ଜିଲ୍ଲା ଲେଖକ ଓ ଲେଖିକା ସାମ୍ମୁଖ୍ୟ ର ବାର୍ଷିକ ଉତ୍ସବ ପ୍ରସ୍ତୁତି ବୈଠକ

    • By jmjnewso
    • September 14, 2026
    • 24 views
    ଗଞ୍ଜାମ ଜିଲ୍ଲା ଲେଖକ ଓ ଲେଖିକା ସାମ୍ମୁଖ୍ୟ ର ବାର୍ଷିକ ଉତ୍ସବ ପ୍ରସ୍ତୁତି ବୈଠକ

    ଅକ୍ଟୋବରରୁ ବଢ଼ିପାରେ ବାତ୍ୟା ବିପଦ, ୩ ମାସରେ ୩ ବାତ୍ୟା ସମ୍ଭାବନା

    • By jmjnewso
    • September 14, 2026
    • 11 views
    ଅକ୍ଟୋବରରୁ ବଢ଼ିପାରେ ବାତ୍ୟା ବିପଦ, ୩ ମାସରେ ୩ ବାତ୍ୟା ସମ୍ଭାବନା

    ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ

    • By jmjnewso
    • September 14, 2026
    • 8 views
    ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ