ପ୍ରେମୀ ଯୁଗଳଙ୍କ ବେକରେ ହଳ କରାଇଲେ : ଗାଁ ରେ କଙ୍ଗାରୁ କୋର୍ଟ

Spread the love

ଜେଏମଜେ ବ୍ୟୁରୋ : ଏବେବି ବଞ୍ଚିରହିଛି ପୁରାତନ ପରମ୍ପରାକୁ ନେଇ କଙ୍ଗାରୁକୋର୍ଟ। ଗୋଟିଏ ବଂଶର ହେବା ପ୍ରେମୀ ଯୁଗଳଙ୍କୁ ମହଙ୍ଗା ପଡ଼ିଛି। ବିଲରେ ହଳ କରିବାପରେ ତଡ଼ା ଖାଇଲେ। ଆଉ ଏବେ ଉଭୟଙ୍କ ଖୋଜ ଖବର ନାହିଁ। ଏପରି ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି ରାୟଗଡ଼ା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଶିକରପାଇ ପଞ୍ଚାୟତ କଞ୍ଜାମଯୋଡ଼ି ଗାଁରେ।
ସାମାଜିକ ଗଣମାଧ୍ୟମରେ ଏକ ଭିଡିଓ ଭାଇରାଲ୍ ହେବାରେ ଲାଗିଛି। ଗ୍ରାମ ଦେବୀଙ୍କ ପାଖରେ ପୂଜାପାଠ କରାଇବାପରେ ବଳଦ ସ୍ଥାନରେ ଗୋଟିଏ ପୁଅ ଓ ଝିଅକୁ କାନ୍ଧରେ ଯୁଆଳି ପକେଇ କ୍ଷେତରେ ତଶିବାକୁ ବାଧ୍ୟ କରାଯାଉଛି। ଉଭୟଙ୍କ ଅନିଚ୍ଛା ସତ୍ତ୍ୱେ ଧମକଚମକ ଦେଇ ହଳ କରାଉଛନ୍ତି ଗାଁ ଲେକେ।

ଅନୁସନ୍ଧାନରୁ ଜଣା ପଡ଼ିଲା, ଗାଁ କୁଟୁମ୍ବଙ୍କ ନିଷ୍ପତ୍ତି ଅନୁସାରେ ଉଭୟଙ୍କୁ ଦଣ୍ଡ ଦିଆଯାଇ ଗାଁରୁ ତଡ଼ି ଦିଆଯାଇଛି। ଏମାନଙ୍କ ଭୁଲ ଥିଲା ଉଭୟ ଗୋଟିଏ ବଂଶର ଏବଂ ସମ୍ପର୍କରେ ଆତା(ପିଉସୀ ନାନୀ)-ପୁତୁରା। ଆଦିବାସୀ ପରମ୍ପରା ଅନୁଯାୟୀ ଗୋଟିଏ ବଂଶର ହୋଇଥିଲେ ବିବାହ ବନ୍ଧନରେ ଆବଦ୍ଧ ହୋଇପାରିବେ ନାହିଁ। କାରଣ ସେମାନେ ଭାଇ ଭଉଣୀ କିମ୍ବା ଆତା (ପିଉସୀ ନାନୀ) ପୁତୁରା ହୋଇଥା’ନ୍ତି, ଯାହାକି ଗୋଟିଏ ରକ୍ତର ସମ୍ପର୍କ। ତେଣୁ ବିବାହ ହୋଇ ପାରିବ ନାହିଁ। କଞ୍ଜାମଯୋଡ଼ି ଗାଁର ଲାକ ସାରକା ଓ କୋଡ଼ିଆ ସାରକାଙ୍କ ପ୍ରେମ ସମ୍ପର୍କ ରହିଥିଲା। ଦିନେ ଉଭୟଙ୍କୁ ଏକତ୍ରିତ ଥିବା ଗାଁ ଲେକେ ଦେଖିଥିଲେ। ଏହାକୁ ନେଇ ଗାଁ କୁଟୁମ୍ବ ବୈଠକ ବସି ଉଭୟଙ୍କୁ ଏହି ଦଣ୍ଡ ଶୁଣାଇଥିଲେ, ଯାହା ତାଙ୍କ ପରମ୍ପରା ରହିଛି। କେବଳ ଏତିକିରେ ସୀମିତ ନଥିଲା, ଉଭୟଙ୍କୁ ଗାଁ ଛାଡ଼ିବାକୁ ପଡ଼ିଲା। ବର୍ତ୍ତମାନ ପ୍ରେମୀଯୁଗଳ କେଉଁଠାରେ ଅଛନ୍ତି କାହାକୁ ଜଣାନାହିଁ। ଏନେଇ କାହାର ପ୍ରତିକ୍ରିୟା ମିଳିପାରିନାହିଁ।

  • jmjnewso

    Related Posts

    ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ ଦୁଇ ରାଉଣ୍ଡ ଗୁଳି

    Spread the love

    Spread the love ସୋରଡ଼ା : ଜେଏମଜେ ନ୍ୟୁଜ : ଗଞ୍ଜାମ ଜିଲାର ବଡ଼ଗଡ଼ ଥାନା ଅଧୀନ ଯୋଡ଼ାବନ୍ଧ ଛକ ନିକଟରେ ଗୁଳିକାଣ୍ଡ ଘଟିଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ ଦୁଇ ରାଉଣ୍ଡ ଗୁଳି କରି ଅଭିଯୁକ୍ତ ଫେରାର…

    ଭିଜିଲାନ୍ସ ଜାଲରେ ରାଉରକେଲାର ଅବକାରୀ ଅଧୀକ୍ଷକ

    Spread the love

    Spread the loveଭୁବନେଶ୍ୱର: ଜେଏମଜେ ନ୍ୟୁଜ : ଓଡ଼ିଶା ଭିଜିଲାନ୍ସ ବିଭାଗ ରାଉରକେଲାର ଅବକାରୀ ଅଧୀକ୍ଷକ ଧନେଶ୍ୱର ବରାଡ଼ଙ୍କ ଗାଡ଼ିରେ ୫ ଲକ୍ଷ ଟଙ୍କାର ଲାଞ୍ଚ ଟଙ୍କା ନିଆଯାଉଥିବା ଅଭିଯୋଗରେ ଅଟକ ରଖାଯାଇଛି। ଧନେଶ୍ୱର ବରାଡ଼ ଅବକାରୀ ଲାଇସେନ୍ସଧାରୀଙ୍କଠାରୁ ବହୁ ପରିମାଣର…

    Leave a Reply

    Your email address will not be published. Required fields are marked *

    You Missed

    ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ

    • By jmjnewso
    • September 14, 2026
    • 7 views
    ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ

    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    • By jmjnewso
    • September 13, 2026
    • 37 views
    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    • By jmjnewso
    • September 13, 2026
    • 47 views
    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    • By jmjnewso
    • September 13, 2026
    • 30 views
    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    • By jmjnewso
    • September 13, 2026
    • 74 views
    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ

    • By jmjnewso
    • September 13, 2026
    • 43 views
    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ