ରାହୁଲଙ୍କ ଭାଷଣ ଶୁଣି ଚିହିଁକି ଉଠିଲେ ସୁରେଶ ପୂଜାରୀ

Spread the love

ଜେଏମଜେ ବ୍ୟୁରୋ :ଓଡ଼ିଶା ଗସ୍ତରେ ଆସିଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ। ସ୍ବତନ୍ତ୍ର ବିମାନରେ ଭୁବନେଶ୍ବରରେ ପହଞ୍ଚିବା ପରେ ବରମୁଣ୍ଡା ପଡ଼ିଆ ସମାବେଶରେ ଜନସାଧାରଣଙ୍କୁ ସମ୍ବୋଧନ କରିଛନ୍ତି। ଏହି ସମୟରେ ଜୋରସୋରରେ ଭାଜପା ଉପରେ ବର୍ଷିଛନ୍ତି ରାହୁଲ। ଭାଜପାକୁ ଟାର୍ଗେଟ୍‌ କରି ରାହୁଲ କହିଛନ୍ତି, ଗରିବଙ୍କୁ ଲୁଟୁଛନ୍ତି ସରକାର। ଭାଜପା ସାରା ଦେଶରେ ସମ୍ବିଧାନ ଉପରେ ଆକ୍ରମଣ କରୁଛନ୍ତି।
ବିହାରରେ ନିର୍ବାଚନ ଚୋରି କରିବାକୁ ଉଦ୍ୟମ ଚାଲିଛି। ମହାରାଷ୍ଟ୍ରରେ ନୂଆ ୧ ଲକ୍ଷ ଭୋଟର୍‌ କିପରି ଆସିଲେ। ମହାରାଷ୍ଟ୍ର ଭଳି ଏବେ ବିହାରରେ ବି ନିର୍ବାଚନ ଚୋରି ଉଦ୍ୟମ ଚାଲିଛି।

ଯାହାକୁ ନେଇ ତୀବ୍ର ସମାଲୋଚନା କରିଛନ୍ତି ଭାଜପା ମନ୍ତ୍ରୀ ସୁରେଶ ପୂଜାରୀ। ସୁରେଶ ପୂଜାରୀ କହିଛନ୍ତି, ସମ୍ବିଧାନକୁ ରକ୍ତାକ୍ତ କରିଥିବା ଓ ବିପଦରେ ପକାଇଥିବା ଦଳ ହେଉଛି କଂଗ୍ରେସ। ଜରୁରୀ ପରିସ୍ଥିତି ଘୋଷଣା କରି ସମସ୍ତଙ୍କ କଣ୍ଠରୋଧ କରାଗଲା। ରାଜନୈତିକ ଦଳକୁ ବ୍ୟାନ କରାଗଲା, କର୍ମକର୍ତ୍ତାଙ୍କୁ ଜେଲ୍‌ରେ ପୂରାଇଲେ। ରାହୁଲଙ୍କ କଥା ‘ଶୋ ଚୁହା ଖାକେ ବିଲି ହଜକୋ ଚଲି ଭଳି। ଶହେ ମୂଷା ଖାଇବା ପରେ ବିଲେଇ ତୀର୍ଥ ଗଲା ଭଳି।

ଅନ୍ୟପଟେ ରାହୁଲ ଓ ଖାର୍ଗେଙ୍କ ସମାଲୋଚନା ପରେ ପ୍ରଦୀପ ପୁରୋହିତ ମଧ୍ୟ କଡ଼ା ଜବାବ ଦେଇ କହିଛନ୍ତି, ଦିନ ଥିଲା, କଂଗ୍ରେସ ବ୍ୟତୀତ ଆଉ କୌଣସି ଦଳକୁ ଲୋକେ ଚିହ୍ନି ନଥିଲେ। ଓଡ଼ିଶାରେ ଲମ୍ବା ସମୟ ଧରି କଂଗ୍ରେସ ଶାସନ କରିଥିଲା। କିନ୍ତୁ ଛବିରାଣୀ ଓ ଅନ୍ୟ ନିର୍ଯାତନା ଘଟଣା ସେତେବଳେ ଘଟିଥିଲା। ଆଜି କଂଗ୍ରେସ ତୃତୀୟ ସ୍ଥାନକୁ ଖସିଆସିଛି। ଆଜି ସେମାନଙ୍କ କୃତକର୍ମର ଫଳ ପାଉଛି କଂଗ୍ରେସ। ଓଡ଼ିଶାର ଲୋକେ ସେମାନଙ୍କ କଥା ଶୁଣିବା ସ୍ଥିତିରେ ନାହାନ୍ତି। ଡ୍ରାଇଭରଙ୍କ ଦାବି କିପରି ପୂରଣ କରାଯିବ ସେନେଇ ଉଦ୍ୟମ ଚାଲିଛି। ରଥ ଅଘଟଣକୁ ଗୁରୁତର ସହ ନେଇଛନ୍ତି ସରକାର। ତଦନ୍ତ ହେବ, କେଉଁଠି ତ୍ରୁଟି ରହିଲା ତର୍ଜମା ହେବ। ସର୍ବସାଧାରଣରେ ରିପୋର୍ଟ ପ୍ରକାଶ କରାଯିବ।

  • jmjnewso

    Related Posts

    ରାଜ୍ୟସଭାରୁ ଇସ୍ତଫା ଦେଲେ ବିଜେପି ସାଂସଦ ଦିନେଶ ଶର୍ମା

    Spread the love

    Spread the loveଜେଏମଜେ ବ୍ୟୁରୋ : ବିଜେପିର ରାଜ୍ୟସଭା ସାଂସଦ ତଥା ଉତ୍ତରପ୍ରଦେଶର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଡା. ଦିନେଶ ଶର୍ମା ରାଜ୍ୟସଭା ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି। ରାଜ୍ୟସଭାର ଚେୟାରମ୍ୟାନ୍ ସି.ପି. ରାଧାକୃଷ୍ଣନ ତାଙ୍କ ଇସ୍ତଫାକୁ ଗ୍ରହଣ କରିବା ସହ ତାଙ୍କ ଆସନକୁ…

    MMDR ଆକ୍ଟକୁ ଜୋରଦାର ବିରୋଧ, ଇଣ୍ଡିଆ ବ୍ଲକର ବିଶାଳ ସମାବେଶ, ଆସନ୍ତାକାଲି ବିକ୍ଷୋଭ କରିବ ବିଜେଡି

    Spread the love

    Spread the loveଭୁବନେଶ୍ଵର, ୮/୯ : ଜେଏମଜେ ନ୍ୟୁଜ : ଏମଏମଡିଆର ବିଲ ବିରୋଧ କରି ଭୁବନେଶ୍ୱର ଲୋୟର ପିଏମଜିରେ ଇଣ୍ଡିଆ ବ୍ଲକ ପକ୍ଷରୁ ବିଶାଳ ସମାବେଶ ଅନୁଷ୍ଠିତ ହୋଇଛି । ଆସନ୍ତା ୨୯ ତାରିଖରେ ବିଧାନସଭା ଘେରାଉ କରିବାକୁ ଇଣ୍ଡିଆ…

    Leave a Reply

    Your email address will not be published. Required fields are marked *

    You Missed

    ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ

    • By jmjnewso
    • September 14, 2026
    • 22 views
    ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ

    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    • By jmjnewso
    • September 14, 2026
    • 29 views
    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    ଓଡ଼ିଆ ଭାଷାରେ ନାମ ଫଳକ ଲେଖିବାବାଧ୍ୟତାମୂଳକ କରାଯାଉ : ଉତ୍କଳ ସମ୍ମିଳନୀ

    • By jmjnewso
    • September 14, 2026
    • 28 views
    ଓଡ଼ିଆ ଭାଷାରେ ନାମ ଫଳକ ଲେଖିବାବାଧ୍ୟତାମୂଳକ କରାଯାଉ : ଉତ୍କଳ ସମ୍ମିଳନୀ

    ଗଞ୍ଜାମ ଜିଲ୍ଲା ଲେଖକ ଓ ଲେଖିକା ସାମ୍ମୁଖ୍ୟ ର ବାର୍ଷିକ ଉତ୍ସବ ପ୍ରସ୍ତୁତି ବୈଠକ

    • By jmjnewso
    • September 14, 2026
    • 24 views
    ଗଞ୍ଜାମ ଜିଲ୍ଲା ଲେଖକ ଓ ଲେଖିକା ସାମ୍ମୁଖ୍ୟ ର ବାର୍ଷିକ ଉତ୍ସବ ପ୍ରସ୍ତୁତି ବୈଠକ

    ଅକ୍ଟୋବରରୁ ବଢ଼ିପାରେ ବାତ୍ୟା ବିପଦ, ୩ ମାସରେ ୩ ବାତ୍ୟା ସମ୍ଭାବନା

    • By jmjnewso
    • September 14, 2026
    • 12 views
    ଅକ୍ଟୋବରରୁ ବଢ଼ିପାରେ ବାତ୍ୟା ବିପଦ, ୩ ମାସରେ ୩ ବାତ୍ୟା ସମ୍ଭାବନା

    ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ

    • By jmjnewso
    • September 14, 2026
    • 8 views
    ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ