ରାଜ୍ୟରେ କାଲିଠାରୁ ଗଡ଼ିବ ସବୁ ଘରୋଇ ବସ୍‌

Spread the love

ଭୁବନେଶ୍ବର: ଘରୋଇ ବସ୍ରେ ଯାତ୍ରା କରୁଥିବା ଯାତ୍ରୀମାନଙ୍କର ପାଇଁ ବଡ଼ ଖବର ଆସିଛି। ଘରୋଇ ବସ୍ରେ ଯାତ୍ରା କରିବା ପାଇଁ ଆଉ ସେମାନେ ହଇରାଣ ହେବେ ନାହିଁ। ଅର୍ଥାତ ଆସନ୍ତାକାଲି (ଶନିବାର) ଠାରୁ ଯାତ୍ରୀବାହୀ ଘରୋଇ ବସ୍ ଚଳାଚଳ କରିବ। ଘରୋଇ ବସ୍ଗୁଡ଼ିକ ପୂର୍ବ ଭଳି ପୁଣି ସ୍ବାଭାବିକ ଢଙ୍ଗରେ ଚାଲିବ। ଘରୋଇ ବସ୍ ମାଲିକ ସଂଘର ସଂପାଦକ ଦେବେନ୍ଦ୍ର ସାହୁ ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି।

ପୁରୀରେ ଆୟୋଜିତ ଗୁରୁତ୍ବପୂର୍ଣ୍ଣ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି ବୋଲି ସେ କହିଛନ୍ତି।

ରାଜ୍ୟରେ ଉଭୟ ସରକାରୀ ଓ ଘରୋଇ ବସ୍ ଚାଳଚଳ କରୁଛି। ରାଜ୍ୟ ସରକାରଙ୍କ ଦ୍ବାରା ପରିଚାଳିତ ବସ୍ ଯାତ୍ରୀମାନଙ୍କର ଚାହିଦା ପୂରଣ କରିପାରେ ନାହିଁ। ଏହି କାରଣରୁ ଯାତ୍ରୀମାନେ ଘରୋଇ ବସ୍ ଉପରେ ନିର୍ଭରଶୀଳ। ଅପରପକ୍ଷେ ରାଜ୍ୟର ୩୦ଟି ଜିଲ୍ଲାରେ ଥିବା ୩୧୪ଟି ବ୍ଲକକୁ ପ୍ରାୟ ୧୭,୦୦୦ରୁ ଊର୍ଦ୍ଧ୍ବ ଘରୋଇ ବସ୍ ଦୈନିକ ଚଳାଚଳ କରିଥାଏ। ମାଲକାନଗିରି ଜିଲ୍ଲାର ଚିତ୍ରକୋଣ୍ଡା ହେଉ ବା ସୁନ୍ଦରଗଡ଼ ଜିଲ୍ଲା ବାଲିଶଙ୍କରାକୁ ହେଉ ଯାତ୍ରୀମାନେ ଘରୋଇ ବସ୍ରେ ଅଧିକ ନିର୍ଭର କରିଥାନ୍ତି। ଘରୋଇ ବସ୍ ଚଳାଚଳ ବନ୍ଦ ହୋଇଯିବା ଦ୍ବାରା ଯାତ୍ରୀମାନଙ୍କୁ ବହୁ ହଇରାଣ ହେବାକୁ ପଡୁଛି।

କଟକରେ ଘରୋଇ ବସ୍ ଚଳାଚଳ ସ୍ଵାଭାବିକ ହେବ। କଟକ ଘରୋଇ ବସ୍ ମାଲିକ ସଂଘ ଆଉ ଡ୍ରାଇଭର ମହାସଂଘ ଧର୍ମଘଟକୁ ସମର୍ଥନ ଜଣାଇବେ ନାହିଁ। ଧର୍ମଘଟର ସମାଧାନ ହେଉ ନ ଥିବାରୁ ବସ୍ ଚଳାଚଳ ବନ୍ଦ ରହିଥିବା ହେଉ ମାଲିକ କ୍ଷତି ସହୁଛନ୍ତି। ତେଣୁ ଯାତ୍ରୀଙ୍କ ଯାତାୟାତ ବାଧାପ୍ରାପ୍ତ ହୋଇଥିବାରୁ ଏହାକୁ ମଧ୍ୟ ନଜରକୁ ନେଇଛି ବସ୍ ମାଲିକ ସଂଘ।

‘ଓଡ଼ିଶା ଡ୍ରାଇଭର ମହାସଂଘ’ର ଦାବିରେ ରାଜ୍ୟର ୫ ଲକ୍ଷରୁ ଅଧିକ ଡ୍ରାଇଭର ଏଥିରେ ସାମିଲ ହୋଇଛନ୍ତି। ୭ ଦଫା ଦାବି ମଧ୍ୟରେ ଓଡ଼ିଶା ମୋଟର ଟ୍ରାନ୍ସପୋର୍ଟ ଡ୍ରାଇଭର ଏବଂ ୱାର୍କର୍ ୱେଲଫେୟାର ବୋର୍ଡରେ ଅଟୋ ଡ୍ରାଇଭରକୁ ସାମିଲ କରିବା ସହ ଜନସାଧାରଣଙ୍କ ଆକ୍ରୋଶରେ ଶିକାର ହେଉଥିବା ଡ୍ରାଇଭର ସମାଜର ସୁରକ୍ଷା ପାଇଁ ଏକ ସ୍ବତନ୍ତ୍ର ଆଇନ ତିଆରି କରାଯିବା ଦାବିକୁ ଅନ୍ତର୍ଭୁକ୍ତ କରାଯାଇଛି। ବୃତ୍ତିଗତ ଡ୍ରାଇଭରଙ୍କୁ ୬୦ ବର୍ଷ ବୟସ ପରେ ସ୍ବତନ୍ତ୍ର ଭତ୍ତା ପ୍ରଦାନ, ପ୍ରତି ୧୦୦ କିଲୋମିଟର ଅନ୍ତରାଳରେ ଗାଡ଼ି ପାର୍କିଂ ଏବଂ ଡ୍ରାଇଭରମାନଙ୍କ ବିଶ୍ରାମ ନେବାପାଇଁ ବିଶ୍ରାମଗାର ଏବଂ ଶୌଚାଳୟ ବ୍ୟବସ୍ଥା, ରାଜ୍ୟରେ ଥିବା ପ୍ରତ୍ୟେକ ଖଣି ଖାଦାନ ଏବଂ କାରଖାନା ଗୁଡ଼ିକରେ ଓଡ଼ିଶାର ଡ୍ରାଇଭରଙ୍କୁ ଶତକଡ଼ା ୭୦ ପ୍ରତିଶତ କାମ ଦେବା ଏବଂ ସେପ୍ଟେମ୍ବର ୧ ତାରିଖକୁ ଜାତୀୟ ଡ୍ରାଇଭର ଦିବସ ରୂପେ ଘୋଷଣା କରାଯାଉ ବୋଲି ସଂଘ ଦାବି କରିଛି।

  • jmjnewso

    Related Posts

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    Spread the love

    Spread the loveପୁରୀ : ଜେଏମଜେ ନ୍ୟୁଜ : ସ୍ୱର୍ଗଦ୍ୱାରରେ ସରିଗଲା କାଠ । ଦୀର୍ଘ ସାଢ଼େ ୩ ଘଣ୍ଟା ଶବ ଅପେକ୍ଷା କରିବା ପରେ ଆସିଲା କାଠ । ଶବ ପୋଡ଼ା ଆରମ୍ଭ ହେଲା । ରାତି ୧୦ଟା ବେଳକୁ…

    ଦୁଇ ବସ୍ ମୁହାଁମୁହିଁ ଧକ୍କା, ଚାଲିଗଲା ୬ ଜୀବନ

    Spread the love

    Spread the love ଜେଏମଜେ ବ୍ୟୁରୋ : ତାମିଲନାଡୁର ତେନକାସୀ ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁଇଟି ଘରୋଇ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୬ ଜଣଙ୍କ ମୃତ୍ୟୁ ଘଟିଛି ଏବଂ ୨୮ ଜଣ ଆହତ ହୋଇଛନ୍ତି…

    Leave a Reply

    Your email address will not be published. Required fields are marked *

    You Missed

    ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ

    • By jmjnewso
    • September 14, 2026
    • 7 views
    ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ

    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    • By jmjnewso
    • September 13, 2026
    • 37 views
    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    • By jmjnewso
    • September 13, 2026
    • 47 views
    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    • By jmjnewso
    • September 13, 2026
    • 30 views
    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    • By jmjnewso
    • September 13, 2026
    • 74 views
    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ

    • By jmjnewso
    • September 13, 2026
    • 43 views
    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ