ଏପଟେ ଆନ୍ଦୋଳନ, ସେପଟେ ସାଧାରଣ ହେଲାଣି ଗାଡ଼ି ଚଳାଚଳ !

Spread the love

ଜେଏମଜେବ୍ୟୁରୋ: ଡ୍ରାଇଭରମାନଙ୍କୁ ଆନ୍ଦୋଳନରୁ ଓହରିବାକୁ ନିବେଦନ କରିଛନ୍ତି ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା । ଜିଦ୍‌ରେ ଅଟଳ ଡ୍ରାଇଭର, ହନ୍ତସନ୍ତ ଲୋକେ । ରାଜ୍ୟରେ ଚତୁର୍ଥ ଦିନରେ ଆନ୍ଦୋଳନ । ସେପଟେ ଡ୍ରାଇଭର ସଂଘରେ ଫାଟ ଦେଖିବାକୁ ମିଳିଛି । ଗାଡି ନ ଚାଲିଲେ ଗାଡ଼ିର କିସ୍ତି ଚିନ୍ତାରେ ଡ୍ରାଇଭର । ତେଣୁ ଗାଡ଼ି ଚଳାଇବାକୁ ନିଷ୍ପତି ନେଇଛନ୍ତି ଅନେକ ଡ୍ରାଇଭର ଓ ମାଲିକ । ଗଜପତି ଜିଲ୍ଲାରେ ସ୍ବାଭାବିକ ହୋଇଛି ବସ ଚଳାଚଳ। ଜିଲ୍ଲାରୁ ମୋହନା, ଆର ଉଦୟଗିରି, କାଶୀନଗର ବ୍ଳକକୁ ଯାତାୟାତ କରିବା ସହ ବ୍ରହ୍ମପୁର, ଭୁବନେଶ୍ୱର, କଟକକୁ ମଧ୍ୟ ଯାତାୟାତ କରୁଛି ବସ । ବ୍ରହ୍ମପୁରରୁ ମଧ୍ୟ ବସ ସେବା ଆରମ୍ଭ । କେବଳ ରାୟଗଡ଼ା ଜିଲ୍ଲାକୁ ଛାଡ଼ି ଅନ୍ୟ ସବୁ ଜିଲ୍ଲାକୁ ଯାତାୟତ କରୁଛି ବସ ।

ଅନ୍ୟପକ୍ଷରେ ଡ୍ରାଇଭରମାନଙ୍କୁ ଆନ୍ଦୋଳନରୁ ଓହରିବାକୁ ନିବେଦନ କରିଛନ୍ତି ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା । ନିରୀହ, ସରଳ ଡ୍ରାଇଭରଙ୍କୁ, ଡ୍ରାଇଭର ନେତା ଆନ୍ଦୋଳନ ନାମରେ ଭ୍ରମିତ କରନ୍ତୁ ନାହିଁ ବୋଲି କହିଛନ୍ତି ପରିବହନ ମନ୍ତ୍ରୀ । ଆନ୍ଦୋଳନ କରୁଥିବା ଡ୍ରାଇଭର ମହାସଂଘର ସମସ୍ତ ଦାବିକୁ ଡ୍ରାଇଭରଙ୍କ ହିତରେ ଥିବା ସରକାର ଶୁଣି ଓ କାର୍ଯ୍ୟକାରୀ କରିବା ପାଇଁ ଆଲୋଚନା ହୋଇସାରିଥିବା ବେଳେ ପୁଣି ଆନ୍ଦୋଳନର ଆବଶ୍ୟକତା ନାହିଁ ବୋଲି କୁହାଯାଇଛି ।

ସରକାର ଲିଖିତ ପ୍ରତିଶ୍ରୁତି ଦେଲେ ଆନ୍ଦୋଳନରୁ ଓହରିବୁ ବେଲି ଜିଦି ଧରିଛନ୍ତି ଡ୍ରାଇଭର । ସମ୍ୱଲପୁର-ଜୟପୁର-କେନ୍ଦ୍ରାପଡ଼ା-ଯାଜପୁର । ସମେତ ସାରା ରାଜ୍ୟରେ ଡ୍ରାଇଭରଙ୍କ ଆନ୍ଦୋଳନ ଯୋଗୁଁ ପରିବହନ ବ୍ୟବସ୍ଥା ଠପ୍‌ ହୋଇପଡିଛି । ବସଷ୍ଟାଣ୍ଡରେ ବସ୍, ରାସ୍ତା କଡ଼ରେ ଟ୍ରକ ଓ ଅନ୍ୟାନ୍ୟ ଗାଡ଼ି ଛିଡ଼ା ହୋଇ ରହିଛି । କେବଳ ଜରୁରୀକାଳୀନ ଓ ଘରୋଇ ଗାଡ଼ିକୁ ଛାଡି ଦେଲେ ଆଉ କୌଣସି ଗାଡି ଗଡୁନାହିଁ । ବସ ଚାଲୁନଥିବାରୁ ଦୂରଦୁରାନ୍ତକୁ ଯିବା ପାଇଁ ଅପେକ୍ଷା କରିଥିବା ଯାତ୍ରୀ ହନ୍ତସନ୍ତ ହେଉଛନ୍ତି । ଏପରିକି କିଛି ଯାତ୍ରୀ ହସ୍ପିଟାଲକୁ ଚିକିତ୍ସା ପାଇଁ ଆସି ଘରକୁ ଫେରି ପାରୁନାହାନ୍ତି । ହେଲପର ମଧ୍ୟ ହିନସ୍ତା ହେଉଛନ୍ତି।

  • jmjnewso

    Related Posts

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    Spread the love

    Spread the loveପୁରୀ : ଜେଏମଜେ ନ୍ୟୁଜ : ସ୍ୱର୍ଗଦ୍ୱାରରେ ସରିଗଲା କାଠ । ଦୀର୍ଘ ସାଢ଼େ ୩ ଘଣ୍ଟା ଶବ ଅପେକ୍ଷା କରିବା ପରେ ଆସିଲା କାଠ । ଶବ ପୋଡ଼ା ଆରମ୍ଭ ହେଲା । ରାତି ୧୦ଟା ବେଳକୁ…

    ଦୁଇ ବସ୍ ମୁହାଁମୁହିଁ ଧକ୍କା, ଚାଲିଗଲା ୬ ଜୀବନ

    Spread the love

    Spread the love ଜେଏମଜେ ବ୍ୟୁରୋ : ତାମିଲନାଡୁର ତେନକାସୀ ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁଇଟି ଘରୋଇ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୬ ଜଣଙ୍କ ମୃତ୍ୟୁ ଘଟିଛି ଏବଂ ୨୮ ଜଣ ଆହତ ହୋଇଛନ୍ତି…

    Leave a Reply

    Your email address will not be published. Required fields are marked *

    You Missed

    ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ

    • By jmjnewso
    • September 14, 2026
    • 7 views
    ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ

    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    • By jmjnewso
    • September 13, 2026
    • 37 views
    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    • By jmjnewso
    • September 13, 2026
    • 47 views
    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    • By jmjnewso
    • September 13, 2026
    • 30 views
    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    • By jmjnewso
    • September 13, 2026
    • 74 views
    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ

    • By jmjnewso
    • September 13, 2026
    • 43 views
    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ