ଏମ୍ସରେ ଜୀବନ ମୃତ୍ୟୁ ସହିତ ସଂଗ୍ରାମ କରୁଛନ୍ତି ବାଲେଶ୍ଵର ଏଫଏମ୍ କଲେଜର ଛାତ୍ରୀ

Spread the love

ଜେଏମଜେ ବ୍ୟୁରୋ : ଭୁବନେଶ୍ଵର ଏମ୍ସରେ ମୃତ୍ୟୁ ସହିତ ସଂଗ୍ରାମ କରୁଛନ୍ତି ବାଲେଶ୍ଵର ଏଫଏମ୍ କଲେଜର ଛାତ୍ରୀ । ଗତକାଲି ତାଙ୍କୁ ବାଲେଶ୍ଵରରୁ ଆଣି ଏମସରେ ଭର୍ତ୍ତି କରାଯାଇଥିଲା। କଲେଜରେ ଅଧ୍ୟାପକଙ୍କୁ ଦୁର୍ବ୍ୟବହାର ସହି ନପାରି ସେ ନିଜ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଦେଇଥିଲେ। ଘଟଣା ସଂପର୍କରେ ସେ କଲେଜ କର୍ତ୍ତୃପକ୍ଷଙ୍କୁ ଜଣାଇଥିଲେ ମଧ୍ୟ କିଛି ଆକ୍ସନ ନ ନେବାରୁ ଚରମ ନିଷ୍ପତ୍ତି ନେଇଥିଲେ ପୀଡ଼ିତା।

ତାଙ୍କ ଶରୀରର ୯୦ ପ୍ରତିଶତ ପୋଡ଼ି ଯାଇଛି। ସାର ତାଙ୍କୁ ଫେଭର ମାଗୁଥିଲେ। ଫେଭର ନ ଦେଲେ ଫେଲ କରିଦେବି । ଫକୀର ମୋହନ ସ୍ଵୟଂ ଶାସିତ ମହାବିଦ୍ୟାଳୟର ଶିକ୍ଷା ବିଭାଗ ମୁଖ୍ୟ ସମୀର ସାହୁଙ୍କ ନାଁରେ ଏପରି ଅଭିଯୋଗ ସେ ଆଣିଥିଲେ।

ଛାତ୍ରୀ ଜଣକ ଇଣ୍ଟିଗ୍ରେଟେଡ B.EDର ଦ୍ଵିତୀୟ ବର୍ଷର ଜଣେ ଛାତ୍ରୀ । ୮ ମାସ ଧରି ନିର୍ଯାତନାର ଶିକାର ହେବା ପରେ ଗଣମାଧ୍ୟମ ସାମ୍ନାକୁ ଆସିଥିଲେ ଛାତ୍ରୀ। ଗତକାଲି ସେ ଚରମ ପଦକ୍ଷେପ ନେଇଥିଲେ। ପୋଲିସ ସାଇଣ୍ଟିଫିକ୍ ଟିମ ସହାୟତାରେ ତଦନ୍ତ କରୁଛି। ଅଭିଯୁକ୍ତ ସମୀର ସାହୁଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ପ୍ରିନ୍ସପାଲ ଦିଲୀପ ଘୋଷଙ୍କୁ ସରକାର ସସପେଣ୍ଡ କରିବା ସହିତ ଏକ ତଦନ୍ତ କମିଟି ମଧ୍ୟ ଗଠନ କରିଛନ୍ତି।

  • jmjnewso

    Related Posts

    ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ ଦୁଇ ରାଉଣ୍ଡ ଗୁଳି

    Spread the love

    Spread the love ସୋରଡ଼ା : ଜେଏମଜେ ନ୍ୟୁଜ : ଗଞ୍ଜାମ ଜିଲାର ବଡ଼ଗଡ଼ ଥାନା ଅଧୀନ ଯୋଡ଼ାବନ୍ଧ ଛକ ନିକଟରେ ଗୁଳିକାଣ୍ଡ ଘଟିଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ ଦୁଇ ରାଉଣ୍ଡ ଗୁଳି କରି ଅଭିଯୁକ୍ତ ଫେରାର…

    ଭିଜିଲାନ୍ସ ଜାଲରେ ରାଉରକେଲାର ଅବକାରୀ ଅଧୀକ୍ଷକ

    Spread the love

    Spread the loveଭୁବନେଶ୍ୱର: ଜେଏମଜେ ନ୍ୟୁଜ : ଓଡ଼ିଶା ଭିଜିଲାନ୍ସ ବିଭାଗ ରାଉରକେଲାର ଅବକାରୀ ଅଧୀକ୍ଷକ ଧନେଶ୍ୱର ବରାଡ଼ଙ୍କ ଗାଡ଼ିରେ ୫ ଲକ୍ଷ ଟଙ୍କାର ଲାଞ୍ଚ ଟଙ୍କା ନିଆଯାଉଥିବା ଅଭିଯୋଗରେ ଅଟକ ରଖାଯାଇଛି। ଧନେଶ୍ୱର ବରାଡ଼ ଅବକାରୀ ଲାଇସେନ୍ସଧାରୀଙ୍କଠାରୁ ବହୁ ପରିମାଣର…

    Leave a Reply

    Your email address will not be published. Required fields are marked *

    You Missed

    ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ

    • By jmjnewso
    • September 14, 2026
    • 7 views
    ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ

    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    • By jmjnewso
    • September 13, 2026
    • 37 views
    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    • By jmjnewso
    • September 13, 2026
    • 47 views
    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    • By jmjnewso
    • September 13, 2026
    • 30 views
    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    • By jmjnewso
    • September 13, 2026
    • 74 views
    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ

    • By jmjnewso
    • September 13, 2026
    • 43 views
    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ