ଏମ୍‌ସରେ ପୀଡିତା ଙ୍କ ମୃତ୍ୟୁ ସହ ସଂଗ୍ରାମ:ରାଜରାସ୍ତାକୁ ଓହ୍ଲାଇଲେ ବିଜେଡି ଓ କଂଗ୍ରେସ

Spread the love

ଜେଏମଜେ ବ୍ୟୁରୋ : ବାଲେଶ୍ୱର ଘଟଣାକୁ ନେଇ ବିଜେଡି ଓ କଂଗ୍ରେସ ରାଜରାସ୍ତାକୁ ଓହ୍ଲାଇଛନ୍ତି । ବାଲେଶ୍ୱରରେ ଘଟଣାର ତୀବ୍ର ପ୍ରତିବାଦ କରିଛନ୍ତି ବିଜେଡି ଓ କଂଗ୍ରେସ । ଦିଲ୍ଲୀରେ ବି ଶୁଭିଛି ସ୍ୱର । କଂଗ୍ରେସ ଭୁବନେଶ୍ୱର ସହ ଦିଲ୍ଲୀରେ ସାମ୍ବାଦିକ ସମ୍ମିଳନୀ କରି ସରକାରଙ୍କ ଉପରେ ବର୍ଷିଛି । ଆଜି ସନ୍ଧ୍ୟାରେ ବିଜେଡି ଦଳ ରାଷ୍ଟ୍ରପତିଙ୍କୁ ଭେଟିବାକୁ ସମୟ ମାଗିଛି ।ଭୁବନେଶ୍ୱର ପରେ ବାଲେଶ୍ୱରରେ ପ୍ରତିବାଦକୁ ଓହ୍ଲାଇଛନ୍ତି ବିଜେଡି, କଂଗ୍ରେସ । କଲେଜ ସମ୍ମୁଖରେ ବିଜେଡି କର୍ମୀମାନେ ଟାୟାର ଜାଳି, ନାରାବାଜି କରିବା ସହ ରାସ୍ତା ଅବରୋଧ କରିଛନ୍ତି । ଦୋଷୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କରିଛି ବିଜେଡି । ଶୋଭାଯାତ୍ରାରେ ଆସି ଡିଆଇଜିଙ୍କୁ ଦାବିପତ୍ର ଦେଇଛନ୍ତି । ସେହିପରି ବାଲେଶ୍ୱର ଜିଲ୍ଲାପାଳଙ୍କ ଅଫିସ ସମ୍ମୁଖରେ ପୀଡ଼ିତାଙ୍କୁ ନ୍ୟାୟ ଦାବିରେ ବିକ୍ଷୋଭ କରିଛି କଂଗ୍ରେସ । ରାଜ୍ୟ ମହିଳା କଂଗ୍ରେସ ସଭାପତି ମୀନାକ୍ଷୀ ବାହିନୀପତିଙ୍କ ଅଧ୍ୟକ୍ଷତାରେ ୭ ଜଣିଆ କମିଟି ଏସ୍‌ପିଙ୍କୁ ଭେଟି ଦାବିପତ୍ର ଦେଇଛନ୍ତି ।

ଦିଲ୍ଲୀରେ ଶୁଭିଛି ବାଲେଶ୍ୱର ଛାତ୍ରୀ ଆତ୍ମହତ୍ୟା ଘଟଣାର ସ୍ବର । ସାମ୍ବାଦିକ ସମ୍ମିଳନୀ କରି ରାଜ୍ୟ ସରକାର ଉପରେ ବର୍ଷିଛନ୍ତି ମହିଳା କଂଗ୍ରେସ ସଭାନେତ୍ରୀ ଅଳକା ଲାମ୍ବା । କହିଛନ୍ତି, ଉତ୍ତରପ୍ରଦେଶ ବିହାର ଠାରୁ ବଳିଗଲା ଓଡ଼ିଶା । ପୀଡ଼ିତା ନ୍ୟାୟ ପାଇଁ କେତେ ଜଣଙ୍କ ଦ୍ୱାରସ୍ଥ ହୋଇଛନ୍ତି । ହେଲେ କେହି ତାଙ୍କ ସମସ୍ୟା ଟିକେ ଶୁଣି ନାହାଁନ୍ତି । ଦିଲ୍ଲୀର ଏହି ସାମ୍ବାଦିକ ସମ୍ମିଳନୀରେ କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସ ବି ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି । ଏପଟେ ଭୁବନେଶ୍ବରରେ ବି ସାମ୍ବାଦିକ ସମ୍ମିଳନୀ କରି ରାଜ୍ୟ ସରକାରଙ୍କୁ ଟାର୍ଗେଟ୍‌ କରିଛନ୍ତି କଂଗ୍ରେସ ନେତା ।

ପୀଡ଼ିତାଙ୍କ ଆରୋଗ୍ୟ କାମନା କରି ପୂଜାର୍ଚ୍ଚନା । ବରଗଡ଼ ଶ୍ୟାମାକାଳୀ ମନ୍ଦିରରେ ଛାତ୍ର କଂଗ୍ରେସ ପକ୍ଷରୁ ଦୀପଦାନ କରାଯାଇଛି । ସେହିପରି ବାଲେଶ୍ୱର ଭୋଗରାଇ ବିଚିତ୍ରପୁର ଗାଁ ଲୋକ ମହାଲକ୍ଷ୍ମୀ ମନ୍ଦିରରେ ପୂଜାର୍ଚ୍ଚନା କରିଛନ୍ତି । ସେହିପରି ସୋରରେ ମହାଦେବ ମନ୍ଦିରରେ ଜଳ ଲାଗି କରାଯାଇଛି ।

  • jmjnewso

    Related Posts

    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    Spread the love

    Spread the loveଜେଏମଜେ ବ୍ୟୁରୋ : ସରକାରୀ କାମରେ ବଡ଼ ଗଡ଼ବଡ଼ର ଅଭିଯୋଗ । ଚିଠି ଲେଖି ଅସନ୍ତୋଷ ଝାଡ଼ିଲେ ତିନି ସାଂସଦ । ସଙ୍ଗୀତା ସିଂଦେଓ, ବଳଭଦ୍ର ମାଝୀ,ଓ ପାଣିଗ୍ରାହୀଙ୍କ ଚିଠି । ତେବେ ଚିଠିରେ କେଉଁ ସାଂସଦ କଣ…

    ରାଜ୍ୟସଭାରୁ ଇସ୍ତଫା ଦେଲେ ବିଜେପି ସାଂସଦ ଦିନେଶ ଶର୍ମା

    Spread the love

    Spread the loveଜେଏମଜେ ବ୍ୟୁରୋ : ବିଜେପିର ରାଜ୍ୟସଭା ସାଂସଦ ତଥା ଉତ୍ତରପ୍ରଦେଶର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଡା. ଦିନେଶ ଶର୍ମା ରାଜ୍ୟସଭା ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି। ରାଜ୍ୟସଭାର ଚେୟାରମ୍ୟାନ୍ ସି.ପି. ରାଧାକୃଷ୍ଣନ ତାଙ୍କ ଇସ୍ତଫାକୁ ଗ୍ରହଣ କରିବା ସହ ତାଙ୍କ ଆସନକୁ…

    Leave a Reply

    Your email address will not be published. Required fields are marked *

    You Missed

    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    • By jmjnewso
    • September 15, 2026
    • 24 views
    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    • By jmjnewso
    • September 15, 2026
    • 18 views
    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    UPI କାରବାର ନେଇ ଆସିଲା ନୂଆ ନିୟମ

    • By jmjnewso
    • September 15, 2026
    • 28 views
    UPI କାରବାର ନେଇ ଆସିଲା ନୂଆ ନିୟମ

    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    • By jmjnewso
    • September 15, 2026
    • 49 views
    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    ଗୋପାଳପୁର ଆହାର କେନ୍ଦ୍ର ବନ୍ଦ,ଖାଇବାକୁ ନପାଇ ଫେରିଗଲେ ଲୋକେ

    • By jmjnewso
    • September 15, 2026
    • 36 views
    ଗୋପାଳପୁର ଆହାର କେନ୍ଦ୍ର ବନ୍ଦ,ଖାଇବାକୁ ନପାଇ ଫେରିଗଲେ ଲୋକେ

    ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ

    • By jmjnewso
    • September 15, 2026
    • 44 views
    ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ