କଲେଜ ଆଗରେ ବିଜେଡିର ବିକ୍ଷୋଭ, ଜୋର ଧରିଲା ଇସ୍ତଫା ଦାବି

Spread the love

ଜେଏମଜେ ବ୍ୟୁରୋ : ଛାତ୍ରୀଙ୍କୁ ନ୍ୟାୟ ପାଇଁ ଜାରି ରହିଛି ପ୍ରତିବାଦ । ବିଜେଡି ପକ୍ଷରୁ ଆଜି ବାଲେଶ୍ବର ଏଫଏମ୍ କଲେଜ ଆଗରେ ବିକ୍ଷୋଭ କରାଯାଇଛି । ବାଲେଶ୍ଵରର ପୀଡ଼ିତା ଛାତ୍ରୀଙ୍କୁ ନ୍ୟାୟ ଦାବିରେ ଜୋରଦାର ପ୍ରତିବାଦ କରିଛି ଦଳ । ଏଫଏମ କଲେଜ ସାମ୍ନାରେ ବିଜୁ ଛାତ୍ର ଓ ଯୁବ ଜନତା ଦଳ ପକ୍ଷରୁ ମୁଖ୍ୟମନ୍ତ୍ରୀ, ଉଚ୍ଚ ଶିକ୍ଷାମନ୍ତ୍ରୀ, ସାଂସଦ, ବିଧାୟକଙ୍କ କୁଶପୁତ୍ତଳିକା ମଧ୍ଯ ଦାହ କରାଯାଇଛି।

ତେବେ ଗେଟରେ ତାଲା ପକାଇ ଏହି ପ୍ରତିବାଦ କରାଯାଇଥିବା ଦେଖିବାକୁ ମିଳିଥିବା ବେଳେ ଗେଟ୍ ସାମ୍ନାରେ ଟାୟାର ଜାଳି ନ୍ୟାୟ ଦାବିରେ ରାସ୍ତାରେ ବସିଥିଲେ ଦଳୀୟ କର୍ମୀ । ଅପାରଗ ସରକାର ରାଜ୍ୟରେ କଲେଜ ଛାତ୍ରୀଙ୍କୁ ସୁରକ୍ଷା ଦେବାରେ ଅସମର୍ଥ ବୋଲି ବିଜେଡି କର୍ମୀ ଅଭିଯୋଗ ଆଣି ଉଭୟ ମୁଖ୍ୟମନ୍ତ୍ରୀ ଓ ଉଚ୍ଚଶିକ୍ଷା ମନ୍ତ୍ରୀ ତୁରନ୍ତ ଇସ୍ତଫା ଦେବାକୁ ଦାବି କରିଛନ୍ତି । ଏଥିସହ ସମସ୍ତ ଦୋଷୀଙ୍କ ବିରୋଧରେ ମଧ୍ୟ କଠୋର କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କରାଯାଇଛି ।

ଗତକାଲି ମଧ୍ଯ ବାଲେଶ୍ବର ଘଟଣାରେ ରାଜଧାନୀରେ ପ୍ରତିବାଦ ଦେଖିବାକୁ ମିଳିଥିଲା । ଭୁବନେଶ୍ବରକୁ ରାଜଧାନୀ ନିଆଁ ବ୍ୟାପିଥିଲା । ରାଜଧାନୀରେ ଉଭୟ ବିଜେଡି ଓ କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ ହୋଇଥିଲା । ସରକାରଙ୍କୁ ଘେରିବା ସହ ମୁଖ୍ଯମନ୍ତ୍ରୀ ଏବଂ ଉଚ୍ଚଶିକ୍ଷା ମନ୍ତ୍ରୀ ଇସ୍ତଫା ଦାବି ହୋଇଥିଲା ।

  • jmjnewso

    Related Posts

    ଧର୍ମେନ୍ଦ୍ର ଓଡ଼ିଶା ଆସିବା ପରେ ଭାଜପା ନେତାଙ୍କ ସହ ବଡ଼ ବୈଠକ କଲେ ମୁଖ୍ୟମନ୍ତ୍ରୀ

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ସିଜେପିର ବିକ୍ଷୋଭ ପ୍ରଦର୍ଶନ ପରେ ଚାପଗ୍ରସ୍ତ ହୋଇ ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଧର୍ମେନ୍ଦ୍ର ପ୍ରଧାନ । ଏହାପରେ ସେ ପ୍ରଥମଥର ଓଡ଼ିଶା ଗସ୍ତରେ ଆସିଛନ୍ତି। ମଙ୍ଗଳବାର ଦିଲ୍ଲୀରୁ ବାହାରି ସକାଳ…

    କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାର କୌଣସି ସମ୍ଭାବନା ନାହିଁ

    Spread the love

    Spread the loveଜେଏମଜେ ବ୍ୟୁରୋ : ଦିଲ୍ଲୀର ଜନ୍ତର-ମନ୍ତରରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ଶୀର୍ଷ ସରକାରୀ ସୂତ୍ରରୁ ସ୍ପଷ୍ଟ କରାଯାଇଛି ଯେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାର କୌଣସି ସମ୍ଭାବନା ନାହିଁ। ସରକାରଙ୍କ ଅନୁଭବ ହେଉଛି ଯେ ଇସ୍ତଫା ଦେବା…

    Leave a Reply

    Your email address will not be published. Required fields are marked *

    You Missed

    ଜନତା ମାଗେ ଜବାବ 1 ଅଗଷ୍ଟ 2026

    ରାଜ୍ୟରେ ବନ୍ୟା ସ୍ଥିତି ଗମ୍ଭୀର: ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ହେଲେ ୧.୬୫ ଲକ୍ଷ ଲୋକ

    ରାଜ୍ୟରେ ବନ୍ୟା ସ୍ଥିତି ଗମ୍ଭୀର: ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ହେଲେ ୧.୬୫ ଲକ୍ଷ ଲୋକ

    ଆକାଶ ମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କଲେ ରାଜସ୍ବ ମନ୍ତ୍ରୀ, ଛାଡିଲେ ହେବ କ୍ଷୟକ୍ଷତି ଆକଳନ

    ଆକାଶ ମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କଲେ ରାଜସ୍ବ ମନ୍ତ୍ରୀ, ଛାଡିଲେ ହେବ କ୍ଷୟକ୍ଷତି ଆକଳନ

    ଲାଇଫ ଜ୍ୟାକେଟ୍‌ ପିନ୍ଧି ୧୫ ବନ୍ୟା ବିପନ୍ନଙ୍କୁ ଉଦ୍ଧାର କଲେ ଜିଲ୍ଲାପାଳ

    ଲାଇଫ ଜ୍ୟାକେଟ୍‌ ପିନ୍ଧି ୧୫ ବନ୍ୟା ବିପନ୍ନଙ୍କୁ ଉଦ୍ଧାର କଲେ ଜିଲ୍ଲାପାଳ

    ସୀମାନ୍ତ ରାଜ୍ୟରେ ଓଡ଼ିଆ ଶିକ୍ଷା ବାଟବଣା, ବିଧାନସଭା ଗୃହ କମିଟି ଅସନ୍ତୁଷ୍ଟ

    ସୀମାନ୍ତ ରାଜ୍ୟରେ ଓଡ଼ିଆ ଶିକ୍ଷା ବାଟବଣା, ବିଧାନସଭା ଗୃହ କମିଟି ଅସନ୍ତୁଷ୍ଟ